Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୯ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ହେଉ କିମ୍ବା ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଘରସଜାରେ ମଜ୍ଜିରହିପାରନ୍ତି। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାକୁ ମନ ବଳାଇବେ।
ବୃଷ
ବୃଷ
ଆଗାମୀ ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ଼ କରିବାକୁ ପଡ଼ିବ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ଶିଳ୍ପ,ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବାର ଆଶା ରହିଛି। ନିକଟ ସମ୍ପର୍କୀୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ଯୁକ୍ତିତର୍କ ଓ ବିବାଦୀୟ ସ୍ଥିତିଜନିତ ସହକର୍ମୀଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। ଏହା ସାଙ୍ଗକୁ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହିବନାହିଁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ କିମ୍ବା ଆର୍ଥିକ ଅନଟନ ଲାଗିରହିବା କାରଣରୁ ବିଚଳିତବୋଧ କରିପାରନ୍ତି।
କର୍କଟ
କର୍କଟ
କର୍ମଜଞ୍ଜାଳ ବୃଦ୍ଧି ସାଙ୍ଗକୁ କଠିନ ଶ୍ରମଜନିତ ସ୍ବାସ୍ଥ୍ୟ ସମସ୍ୟା ବିଗିଡ଼ି ଯାଇପାରେ। ପରିବାରର କୌଣସି ଅତୀତ ଘଟଣା ପ୍ରତି ସିଂହାବଲୋକନ କରି ଅନୁତାପ କରିପାରନ୍ତି। ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଆଜିର ଫେରନ୍ତା ବାଟରେ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟଲାଭର ସମ୍ଭାବନା ରହିଛି।
ସି˚ହ
ସି˚ହ
ଆଜି ପ୍ରତ୍ୟେକ କାମରେ ସଫଳତାଜନିତ ବନ୍ଧୁମାନଙ୍କ ସୌହାର୍ଦ୍ଦ୍ୟଲାଭ କରିପାରନ୍ତି। ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ଦ୍ରବ୍ୟ କ୍ରୟ କରିବେ। ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତଦେବାକୁ ସ୍ଥିର କରିପାରନ୍ତି। ବନ୍ଧୁମାନଙ୍କ ସହ ଭ୍ରମଣରେ ଯିବାକୁ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ।
କନ୍ୟା
ସମସ୍ୟାବହୁଳ କର୍ମକ୍ଷେତ୍ର ହେତୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ କାମକଲେ ସମସ୍ୟା ସମାଧାନରେ ଅସୁବିଧା ରହିବ ନାହିଁ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।
ତୁଳା
ତୁଳା
ସମସ୍ତ ସୁବିଧା ଥାଇ ମଧ୍ୟ ପାରିବାରିକ ସ୍ତରରେ ଅସୁବିଧା ଭିତରେ ଗତିକରିବାକୁ ପଡ଼ିବ। ଆଜି ଦିନଟିରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହେବ। କୌଣସି ଜିନିଷ କ୍ରୟ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବାର ସୂଚନା ରହିଛି।
ବିଛା
ବିଛା
ସ୍ବାସ୍ଥ୍ୟ ଭଲ ନ ରହିବା କାରଣରୁ କୌଣସି କାମରେ ମନଯୋଗୀ ହୋଇପାରିବେ ନାହିଁ। କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଘର ମାଲିକଙ୍କ ସହ ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ପୂର୍ବ ବିବାଦକୁ କେନ୍ଦ୍ରକରି ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବାର ସୂଚନା ରହିଛି।
ଧନୁ
ଧନୁ
ପ୍ରତିବନ୍ଧକ ଲାଗିରହିଥିଲେ ମଧ୍ୟ ଉଚ୍ଚବର୍ଗଙ୍କ ସହାୟତାରେ ଆଜି କାର୍ଯ୍ୟଟି ସମ୍ପନ୍ନ ହେବ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ପରିବହନ, ସଭାସମିତି ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ମକର
ମକର
ବନ୍ଧୁଙ୍କ ସହାୟତାରେ ସ୍ଥଗିତ ଥିବା କାମ ସୁବିଧାରେ ସମ୍ପନ୍ନ ହେବ। ଦିନଚର୍ଯ୍ୟା ମଧ୍ୟରେ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡ଼ିବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ରଚନାତ୍ମକ କାର୍ଯ୍ୟରେ ପ୍ରଶଂସିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଯଥା ସମ୍ଭବ ସତର୍କତା ଅବଲମ୍ବନ କରୁଥିଲେ ମଧ୍ୟ ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତାର କାରଣ ହେବ। ନିଜ ଲୋକ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବାର ସୂଚନା ରହିଛି।
ମୀନମୀନ

ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେଇପାରନ୍ତି। କୌଣସି ବିବାଦୀୟ ପରିସ୍ଥିତିରେ ଆତ୍ମୀୟଙ୍କ ପ୍ରେରଣାରୁ ଉପକୃତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri