Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୯ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ହେଉ କିମ୍ବା ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଘରସଜାରେ ମଜ୍ଜିରହିପାରନ୍ତି। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାକୁ ମନ ବଳାଇବେ।
ବୃଷ
ବୃଷ
ଆଗାମୀ ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ଼ କରିବାକୁ ପଡ଼ିବ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ଶିଳ୍ପ,ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବାର ଆଶା ରହିଛି। ନିକଟ ସମ୍ପର୍କୀୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ଯୁକ୍ତିତର୍କ ଓ ବିବାଦୀୟ ସ୍ଥିତିଜନିତ ସହକର୍ମୀଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। ଏହା ସାଙ୍ଗକୁ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହିବନାହିଁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ କିମ୍ବା ଆର୍ଥିକ ଅନଟନ ଲାଗିରହିବା କାରଣରୁ ବିଚଳିତବୋଧ କରିପାରନ୍ତି।
କର୍କଟ
କର୍କଟ
କର୍ମଜଞ୍ଜାଳ ବୃଦ୍ଧି ସାଙ୍ଗକୁ କଠିନ ଶ୍ରମଜନିତ ସ୍ବାସ୍ଥ୍ୟ ସମସ୍ୟା ବିଗିଡ଼ି ଯାଇପାରେ। ପରିବାରର କୌଣସି ଅତୀତ ଘଟଣା ପ୍ରତି ସିଂହାବଲୋକନ କରି ଅନୁତାପ କରିପାରନ୍ତି। ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଆଜିର ଫେରନ୍ତା ବାଟରେ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟଲାଭର ସମ୍ଭାବନା ରହିଛି।
ସି˚ହ
ସି˚ହ
ଆଜି ପ୍ରତ୍ୟେକ କାମରେ ସଫଳତାଜନିତ ବନ୍ଧୁମାନଙ୍କ ସୌହାର୍ଦ୍ଦ୍ୟଲାଭ କରିପାରନ୍ତି। ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ଦ୍ରବ୍ୟ କ୍ରୟ କରିବେ। ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତଦେବାକୁ ସ୍ଥିର କରିପାରନ୍ତି। ବନ୍ଧୁମାନଙ୍କ ସହ ଭ୍ରମଣରେ ଯିବାକୁ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ।
କନ୍ୟା
ସମସ୍ୟାବହୁଳ କର୍ମକ୍ଷେତ୍ର ହେତୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ କାମକଲେ ସମସ୍ୟା ସମାଧାନରେ ଅସୁବିଧା ରହିବ ନାହିଁ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।
ତୁଳା
ତୁଳା
ସମସ୍ତ ସୁବିଧା ଥାଇ ମଧ୍ୟ ପାରିବାରିକ ସ୍ତରରେ ଅସୁବିଧା ଭିତରେ ଗତିକରିବାକୁ ପଡ଼ିବ। ଆଜି ଦିନଟିରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହେବ। କୌଣସି ଜିନିଷ କ୍ରୟ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବାର ସୂଚନା ରହିଛି।
ବିଛା
ବିଛା
ସ୍ବାସ୍ଥ୍ୟ ଭଲ ନ ରହିବା କାରଣରୁ କୌଣସି କାମରେ ମନଯୋଗୀ ହୋଇପାରିବେ ନାହିଁ। କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଘର ମାଲିକଙ୍କ ସହ ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ପୂର୍ବ ବିବାଦକୁ କେନ୍ଦ୍ରକରି ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବାର ସୂଚନା ରହିଛି।
ଧନୁ
ଧନୁ
ପ୍ରତିବନ୍ଧକ ଲାଗିରହିଥିଲେ ମଧ୍ୟ ଉଚ୍ଚବର୍ଗଙ୍କ ସହାୟତାରେ ଆଜି କାର୍ଯ୍ୟଟି ସମ୍ପନ୍ନ ହେବ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ପରିବହନ, ସଭାସମିତି ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ମକର
ମକର
ବନ୍ଧୁଙ୍କ ସହାୟତାରେ ସ୍ଥଗିତ ଥିବା କାମ ସୁବିଧାରେ ସମ୍ପନ୍ନ ହେବ। ଦିନଚର୍ଯ୍ୟା ମଧ୍ୟରେ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡ଼ିବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ରଚନାତ୍ମକ କାର୍ଯ୍ୟରେ ପ୍ରଶଂସିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଯଥା ସମ୍ଭବ ସତର୍କତା ଅବଲମ୍ବନ କରୁଥିଲେ ମଧ୍ୟ ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତାର କାରଣ ହେବ। ନିଜ ଲୋକ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବାର ସୂଚନା ରହିଛି।
ମୀନମୀନ

ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେଇପାରନ୍ତି। କୌଣସି ବିବାଦୀୟ ପରିସ୍ଥିତିରେ ଆତ୍ମୀୟଙ୍କ ପ୍ରେରଣାରୁ ଉପକୃତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?