Posted inRasifala

ରାଶିଫଳ: ବୁଧବାର, ଫେବୃୟାରୀ ୯ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ରର ପରିବାର ସକାଶେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିବେ। ସହକର୍ମୀ ମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତି ଅନୁଭବ କରିପାରନ୍ତି। ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମଗୁଡ଼ିକ ଅଧାରେ ଅଟକିଯାଇପାରେ।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ରର ହେବାକୁ ଥିବା କାମଟି ବିଗିଡ଼ିଯିବାରୁ ମନଟା ବେଶି ଖରାପ ଲାଗିବ। ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି । ଅଫିସରେ ସାଧାରଣ ବଚସାରୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
ନିଜ ପରିସରର ବ୍ୟକ୍ତିଙ୍କ ସାହାଯ୍ୟରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଭାଙ୍ଗି ପଡ଼ିଥିବା ସ୍ବାସ୍ଥ୍ୟ ଓ ସମ୍ପର୍କରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ କାର୍ଯ୍ୟାବଳୀ ଓ ଅଫିସର ପ୍ରତ୍ୟେକ ଘଟଣାରେ ଆପଣଙ୍କ ଭୂମିକାକୁ ଅନ୍ୟମାନେ ପ୍ରଶଂସା କରିପାରନ୍ତି। ଅର୍ଥ ସମ୍ପର୍କିତ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
କର୍କଟ
କର୍କଟ
ସ୍ବାସ୍ଥ୍ୟରେ ଉନ୍ନତି ସହ ଯେଉଁ କାମରେ ହାତ ଦେବେ ସଫଳତା ପାଇବେ। ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମରୀଚିକା ପଛରେ ଦୌଡ଼ି ପରିଶେଷରେ ଅନୁତାପ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ସି˚ହ
ସି˚ହ
କାମର ଚାପ ବୃଦ୍ଧି ପାଉଥିଲେ ମଧ୍ୟ ସ୍ବାସ୍ଥ୍ୟ ପ୍ରତି ଅବିଚାର କଲେ ବହୁମୂଲ୍ୟ ଦେବାକୁ ପଡିବ। ବନ୍ଧୁଙ୍କ ସାହାଯ୍ୟରେ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ମଘା ନକ୍ଷତ୍ରର ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବାର ସାମୟିକ ଖୁସି ରହିବେ ।
କନ୍ୟା
ନିଜ ଲୋକଙ୍କ ସହ ଭଲ ସମ୍ପର୍କ ନ ଥିବା କାରଣରୁ ସାହାଯ୍ୟ ଆଶା ନିରର୍ଥକ ହେବ। ଚିତ୍ରା ନକ୍ଷତ୍ରର ପ୍ରତ୍ୟେକ କ୍ଷେତ୍ର ସମସ୍ୟା ବିଜଡିତ ରହୁଥିବାରୁ ମାନସିକ ସ୍ଥିତି ଭଲ ରହିବନି। ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଆଲୋଚନା କାଳରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ହୋଇପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବେ।
ତୁଳା
ତୁଳା
ସକାଳୁ ସକାଳୁ ପରିବାର ମଧ୍ୟରେ ସାଧାରଣ କଥାରୁ କଳହ ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଜିଦ୍‌ଖୋର ତ୍ୟାଗ କଲେ କେତେକାଂଶରେ ଉପକୃତ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିଜନିତ ଅସ୍ଥିରତା ଆଶଙ୍କା ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ବିରକ୍ତିଭାବ ସୃଷ୍ଟି ହେବ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ସମ୍ଭାବନା ରହିଛି। ସାମାଜିକ ସମସ୍ୟାର ସମାଧାନ କରିବାରେ ପଡ଼ୋଶୀଙ୍କ ଅବଦାନ ସ୍ମରଣୀୟ ରହିପାରେ।
ଧନୁ
ଧନୁ
ଆଜି ବନ୍ଧୁଙ୍କ ସହ କିଛି ଭଲ ଓ କିଛି ସମସ୍ୟା ଭିତର ଦେଇ ଦିନଟି ଅତିବାହିତ ହେବ। ହସଖୁସିର ଆଲୋଚନା ମଧ୍ୟଭାଗରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ସନ୍ଧ୍ୟା ସମୟରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ।
ମକର
ମକର
ଆପଣ ଯାହା କହୁଛନ୍ତି କିମ୍ବା କରୁଛନ୍ତି ଭାବିଚିନ୍ତି କରିବା ଭଲ। ବନ୍ଧୁଙ୍କ ପରାମର୍ଶକୁ ନିର୍ବିବାଦରେ ଗ୍ରହଣ କରିନେବା ଭଲ ହୁଅନ୍ତା, ଅନ୍ୟଥା ବିବାଦୀୟ ହେବାର ଆଶଙ୍କା ରହୁଛି। ଶ୍ରବଣା ନକ୍ଷତ୍ର ଉପରିସ୍ଥଙ୍କ ସାହାଯ୍ୟ ଲାଭକରି ସ୍ଥଗିତ କାମ ପୂରା କରିବାର ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ପ୍ରତିକୂଳ ସମୟ କେବଳ ସ୍ବାସ୍ଥ୍ୟ ପ୍ରତି ଦାଉ ସାଧିପାରେ, ଏଣୁ ଜଗିରଖି ଚଳିବା ଭଲ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରେଇବାର ପ୍ରଯତ୍ନ କରିପାରନ୍ତି। ସରଳ ଭାବରେ କୌଣସି କଥାକୁ ଗ୍ରହଣ ନକରି ପରୀକ୍ଷା କରି କାମରେ ଲଗାଇ ପାରନ୍ତି। ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ।
ମୀନମୀନ
ଆଜି ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ତରବରିଆ ପଦକ୍ଷେପ ନେଲେ ଭଲ ବଦଳରେ ବେଶି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ଅଶାନ୍ତି ପରିପ୍ରେକ୍ଷୀରେ ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri