Posted inRasifala

ରାଶିଫଳ: ବୁଧବାର, ଫେବୃୟାରୀ ୯ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ରର ପରିବାର ସକାଶେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିବେ। ସହକର୍ମୀ ମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତି ଅନୁଭବ କରିପାରନ୍ତି। ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମଗୁଡ଼ିକ ଅଧାରେ ଅଟକିଯାଇପାରେ।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ରର ହେବାକୁ ଥିବା କାମଟି ବିଗିଡ଼ିଯିବାରୁ ମନଟା ବେଶି ଖରାପ ଲାଗିବ। ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି । ଅଫିସରେ ସାଧାରଣ ବଚସାରୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
ନିଜ ପରିସରର ବ୍ୟକ୍ତିଙ୍କ ସାହାଯ୍ୟରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଭାଙ୍ଗି ପଡ଼ିଥିବା ସ୍ବାସ୍ଥ୍ୟ ଓ ସମ୍ପର୍କରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ କାର୍ଯ୍ୟାବଳୀ ଓ ଅଫିସର ପ୍ରତ୍ୟେକ ଘଟଣାରେ ଆପଣଙ୍କ ଭୂମିକାକୁ ଅନ୍ୟମାନେ ପ୍ରଶଂସା କରିପାରନ୍ତି। ଅର୍ଥ ସମ୍ପର୍କିତ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
କର୍କଟ
କର୍କଟ
ସ୍ବାସ୍ଥ୍ୟରେ ଉନ୍ନତି ସହ ଯେଉଁ କାମରେ ହାତ ଦେବେ ସଫଳତା ପାଇବେ। ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମରୀଚିକା ପଛରେ ଦୌଡ଼ି ପରିଶେଷରେ ଅନୁତାପ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ସି˚ହ
ସି˚ହ
କାମର ଚାପ ବୃଦ୍ଧି ପାଉଥିଲେ ମଧ୍ୟ ସ୍ବାସ୍ଥ୍ୟ ପ୍ରତି ଅବିଚାର କଲେ ବହୁମୂଲ୍ୟ ଦେବାକୁ ପଡିବ। ବନ୍ଧୁଙ୍କ ସାହାଯ୍ୟରେ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ମଘା ନକ୍ଷତ୍ରର ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବାର ସାମୟିକ ଖୁସି ରହିବେ ।
କନ୍ୟା
ନିଜ ଲୋକଙ୍କ ସହ ଭଲ ସମ୍ପର୍କ ନ ଥିବା କାରଣରୁ ସାହାଯ୍ୟ ଆଶା ନିରର୍ଥକ ହେବ। ଚିତ୍ରା ନକ୍ଷତ୍ରର ପ୍ରତ୍ୟେକ କ୍ଷେତ୍ର ସମସ୍ୟା ବିଜଡିତ ରହୁଥିବାରୁ ମାନସିକ ସ୍ଥିତି ଭଲ ରହିବନି। ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଆଲୋଚନା କାଳରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ହୋଇପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବେ।
ତୁଳା
ତୁଳା
ସକାଳୁ ସକାଳୁ ପରିବାର ମଧ୍ୟରେ ସାଧାରଣ କଥାରୁ କଳହ ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଜିଦ୍‌ଖୋର ତ୍ୟାଗ କଲେ କେତେକାଂଶରେ ଉପକୃତ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିଜନିତ ଅସ୍ଥିରତା ଆଶଙ୍କା ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ବିରକ୍ତିଭାବ ସୃଷ୍ଟି ହେବ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ସମ୍ଭାବନା ରହିଛି। ସାମାଜିକ ସମସ୍ୟାର ସମାଧାନ କରିବାରେ ପଡ଼ୋଶୀଙ୍କ ଅବଦାନ ସ୍ମରଣୀୟ ରହିପାରେ।
ଧନୁ
ଧନୁ
ଆଜି ବନ୍ଧୁଙ୍କ ସହ କିଛି ଭଲ ଓ କିଛି ସମସ୍ୟା ଭିତର ଦେଇ ଦିନଟି ଅତିବାହିତ ହେବ। ହସଖୁସିର ଆଲୋଚନା ମଧ୍ୟଭାଗରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ସନ୍ଧ୍ୟା ସମୟରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ।
ମକର
ମକର
ଆପଣ ଯାହା କହୁଛନ୍ତି କିମ୍ବା କରୁଛନ୍ତି ଭାବିଚିନ୍ତି କରିବା ଭଲ। ବନ୍ଧୁଙ୍କ ପରାମର୍ଶକୁ ନିର୍ବିବାଦରେ ଗ୍ରହଣ କରିନେବା ଭଲ ହୁଅନ୍ତା, ଅନ୍ୟଥା ବିବାଦୀୟ ହେବାର ଆଶଙ୍କା ରହୁଛି। ଶ୍ରବଣା ନକ୍ଷତ୍ର ଉପରିସ୍ଥଙ୍କ ସାହାଯ୍ୟ ଲାଭକରି ସ୍ଥଗିତ କାମ ପୂରା କରିବାର ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ପ୍ରତିକୂଳ ସମୟ କେବଳ ସ୍ବାସ୍ଥ୍ୟ ପ୍ରତି ଦାଉ ସାଧିପାରେ, ଏଣୁ ଜଗିରଖି ଚଳିବା ଭଲ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରେଇବାର ପ୍ରଯତ୍ନ କରିପାରନ୍ତି। ସରଳ ଭାବରେ କୌଣସି କଥାକୁ ଗ୍ରହଣ ନକରି ପରୀକ୍ଷା କରି କାମରେ ଲଗାଇ ପାରନ୍ତି। ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ।
ମୀନମୀନ
ଆଜି ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ତରବରିଆ ପଦକ୍ଷେପ ନେଲେ ଭଲ ବଦଳରେ ବେଶି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ଅଶାନ୍ତି ପରିପ୍ରେକ୍ଷୀରେ ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri