Posted inRasifala

ରାଶିଫଳ: ବୁଧବାର, ଜୁନ୍‌ ୯ ତାରିଖ – Daily Horoscope

ମେଷ
ଆଜିର ଏକାଦଶସ୍ଥ ବୃହସ୍ପତିଙ୍କ ଯୋଗୁ କୌଣସି କାମ ଅଟକି ରହିବ ନାହିଁ। ବନ୍ଧୁ ଗହଣରେ ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ ଅନର୍ଥ ସୃଷ୍ଟି ସମ୍ଭାବନା ରହିଛି। କର୍ମକ୍ଷେତ୍ର, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ।
ବୃଷ
ବୃଷ
ରାଶିରେ ଚତୁଃଗ୍ରହ ସନ୍ନିବେଶିତ ହେତୁ ରାଜଯୋଗ ପ୍ରଭାବରେ ମନ ଚାହୁଁଥିବା ପ୍ରକାରେ କାର୍ଯ୍ୟ ହାସଲ କରିବେ। ବନ୍ଧୁଙ୍କ ସମ୍ମୁଖରେ ପାରିବାରିକ କଥାକୁ ଲୁଚାଇ ରଖି ହସି ହସି କଥା କହିବେ। ସଭାସମିତି, ବାଣିଜ୍ୟ, ବ୍ୟବସାୟ, ପରିବହନ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ। ଇଚ୍ଛା ନ ଥାଇ ମଧ୍ୟ ଆକସ୍ମିକ ଯାତ୍ରା କରିବାକୁ ପଡ଼ିପାରେ।
ମିଥୁନ
ମିଥୁନ
ମୁଖଭାବସ୍ଥ ମଙ୍ଗଳ ପ୍ରଭାବରେ ଆପଣଙ୍କ କଠୋରକଥା ବନ୍ଧୁଙ୍କ ମନରେ କଷ୍ଟ ଦେଇପାରେ। ଘରୋଇ କଥା ମନରେ ବାରମ୍ବାର ଆଲୋଡନ ସୃଷ୍ଟି କରି ଚିନ୍ତାଧାରାକୁ ବିକ୍ଷିପ୍ତ କରିଦେବ। ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
କର୍କଟ
କର୍କଟ
ଶନି ଓ ମଙ୍ଗଳଙ୍କ ପରସ୍ପର ଦୃଷ୍ଟି ହେତୁ ପ୍ରତିବନ୍ଧକ ନ ରହିଲେ ମଧ୍ୟ କାର୍ଯ୍ୟ ପ୍ରୀତିପ୍ରଦ ରହିବ ନାହିଁ। ନିକଟରେ ରହୁଥିବା ବନ୍ଧୁଙ୍କ ସାହାଯ୍ୟ ଓ ସମର୍ଥନ ସାମୟିକ ଦୁଃଖକୁ ଭୁଲିବାରେ ସାହାଯ୍ୟ କରିବ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାହିତ୍ୟ, ଗବେଷଣା ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ସି˚ହ
ସି˚ହ
କର୍ମଭାବରେ ଏକାଧିକ ଗ୍ରହ ଯୋଗୁ ଆବଶ୍ୟକୀୟ ଅର୍ଥ ଯୋଗାଡ଼ରେ ସମର୍ଥ ହେବେ। ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପାରିବାରିକ କଳହକୁ ନେଇ ମାନସିକ ଶାନ୍ତି ବ୍ୟାହତ ହେବ। ସାଙ୍ଗଠନିକ କାର୍ଯ୍ୟରେ କିମ୍ବା ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ନିଜ ରାଶିରୁ ଶୁକ୍ର ଦୁଃସ୍ଥାନସ୍ଥ ଯୋଗୁ ଆଜି ଯାହା ପାଇବା କଥା ତାହା ସହଜ ଓ ସୁବିଧାରେ ପାଇବେ ନାହିଁ। ପ୍ଲଟିଂ କାରବାର, ଯାନ୍ତ୍ରିକ କିମ୍ବା ବିଦ୍ୟୁତ୍‌ ବ୍ୟବସାୟୀମାନେ ଉପକୃତ ହେବେ। ପିଲାଙ୍କ ଉଚ୍ଚ ଶିକ୍ଷା ସକାଶେ ପାରିବାରିକ ଆଲୋଚନାକୁ ପ୍ରାଧାନ୍ୟ ଦେଇ ପାରନ୍ତି। ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ନୀଚସ୍ଥ ମଙ୍ଗଳଙ୍କ ଯୋଗୁ ଅଭାବ ନ ଥିଲେ ମଧ୍ୟ ନିଜର ପ୍ରିୟବ୍ୟକ୍ତିଙ୍କଠାରୁ ବହୁ ଦୂରେ ରହି ଚିନ୍ତିତ ରହିବେ। ନିକଟ ସମ୍ପର୍କୀୟମାନଙ୍କ ବେଖାତିର ମନୋଭାବ, ଯାହା କି କାହାକୁ କହିପାରିବେ ନାହିଁ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାକୁ ଏକ ପ୍ରକାର ଆମତ୍ସନ୍ତୋଷ ଲାଭ କରିପାରନ୍ତି।
ବିଛା
ବିଛା
ମଙ୍ଗଳ ସହ ଶନିଙ୍କ ଦୃଷ୍ଟି ପ୍ରଭାବରେ ଭାଙ୍ଗିପଡିଥିବା ସମ୍ପର୍କକୁ ପୁଣି ଯୋଡିବାକୁ ଚେଷ୍ଟା କରି ଅସଫଳ ହୋଇ ପାରନ୍ତି। ପାଖ ଲୋକଙ୍କୁ ଅଯଥା ଦୋଷାରୋପ କରି ମାନସିକ ସ୍ଥିତିକୁ କଳୁଷିତ କରିପାରନ୍ତି। ଈର୍ଷାପରାୟଣମାନେ ଉପରେ ଭଲ କଥା କହି ପଛରେ ସମାଲୋଚନା କରିବେ। ଆବଶ୍ୟକତା ପୂରଣ ପାଇଁ ଧାର କରିବାକୁ ପଡିପାରେ।
ଧନୁ
ଧନୁ
ଅନାବଶ୍ୟକ କଥାଗୁଡିକୁ ମନରୁ ପରିହାର କରି ବାସ୍ତବତାକୁ ଗୁରୁତ୍ୱ ଦେଲେ ଭଲ। ସ୍ଥଗିତ କାମକୁ ନେଇ ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଉତ୍ତରାଷାଢା ନକ୍ଷତ୍ର ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ।
ମକର
ମକର
ମଙ୍ଗଳଙ୍କ ଦୁର୍ବଳତା କାରଣରୁ ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ପ୍ରଶାସନିକ ସ୍ତରରେ କିମ୍ବା ପ୍ରକାଶନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଆସିଲେ ହେଁ ବିଶେଷ ଅସୁବିଧା ହେବ ନାହିଁ। ପଡୋଶୀଙ୍କ ପ୍ରତିବାଦରୁ କାମ ଭଣ୍ଡୁର ହୋଇପାରେ।
କୁମ୍ଭ
କୁମ୍ଭ
ଉତ୍ତରଭାଦ୍ରବ ନକ୍ଷତ୍ର ସକାଶେ ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରିୟ କଥା କହି ସବୁ ସୁଧାରି ନେବେ। ବନ୍ଧୁମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି, ଯାହା ବିରକ୍ତିର କାରଣ ହେବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ। ପରିବାରରେ ସାଧାରଣ କଥାକୁ ବଡ ଆକାରରେ ଚିନ୍ତା କରି ବ୍ୟସ୍ତ ରହିବେ।
ମୀନମୀନ
କର୍ମସ୍ଥାନକୁ ଗ୍ରହଦୃଷ୍ଟି ପ୍ରଭାବରୁ ଅଫିସିଆଲି ଟେନସନ ବଢିଯିବ କିନ୍ତୁ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣାରୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟିର ଆଶଙ୍କା ପୂରା ମାତ୍ରାରେ ରହିଛି। ପରିବାରରେ ପିଲାଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଲାଭଭାବସ୍ଥ ଚନ୍ଦ୍ର ବାଧକାଧିପତି ଶନି ଯୁକ୍ତ କାରଣରୁ ପାରିବାରିକ ଦିଗରୁ କିଛିଟା ଚିନ୍ତା ମନକୁ ଚିନ୍ତାଶୀଳ କରାଇପାରେ । ଅବଶ୍ୟ ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା,...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ପାରିବାରିକ ସମସ୍ୟା ସୃଷ୍ଟିର କାରଣ ହୋଇପାରେ। ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ।...

ରାଶିଫଳ: ରବିବାର, ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଶତ୍ରୁମାନେ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କେନ୍ଦ୍ରରେ ବୃହସ୍ପତି ଅବସ୍ଥାନ କରି ଗଜକଶେରୀ ଯୋଗ ସୃଷ୍ଟି କରୁଥିବାରୁ ଅଭିଳଷିତ କାର୍ଯ୍ୟ ସମାପନ କରିବେ। ତଥାପି ଅଷ୍ଟମସ୍ଥ ଶୁକ୍ରଙ୍କ ଯୋଗୁ...

ରାଶିଫଳ: ରବିବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ ସଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିପାରନ୍ତି। ଅବଶ୍ୟ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ...

ରାଶିଫଳ: ବୁଧବାର, ଅକ୍ଟୋବର ୦୨ ତାରିଖ – Daily Horoscope

ମେଷ ଦିନଟି ରେ ବହୁତ ଭଲ କାମ ଗୁଡିଏ କରିବେ ଏବଂ ବିଶିଷ୍ଟ ବ୍ୟକ୍ତିମାନଙ୍କ ଦ୍ୱାରା ମଧ୍ୟ ସମ୍ମାନିତ ହେବେ ।  ଦ୍ୱିଜା ନକ୍ଷତ୍ର ବନ୍ଧୁଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୫ ତାରିଖ – Daily Horoscope

ମେଷ ଆଜିର ବଜ୍ର ଯୋଗ ପ୍ରତିବନ୍ଧକ ହଟାଇ କାର୍ଯ୍ୟସିଦ୍ଧି କରାଇବ। ସକାଳ ସମୟଟି ଆନନ୍ଦମୁଖର ରହିବା ସହ ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦୃଢ଼ ପଦକ୍ଷେପ ନେଲେ...

ରାଶିଫଳ: ଶୁକ୍ରବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆଜି ବନ୍ଧୁମାନଙ୍କ ପରୋକ୍ଷ ସାହାଯ୍ୟ ଫଳରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି...

Advertisement
Archives

Model This Week