Posted inRasifala

ରାଶିଫଳ: ଗୁରୁବାର, ଜୁନ୍ ୯ ତାରିଖ – Daily Horoscope

ମେଷ
ଆଜି କୌଣସି ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ରାହୁଙ୍କ ନକ୍ଷତ୍ରର କୁପ୍ରଭାବରୁ ମତାନ୍ତରଜନିତ ଅନର୍ଥ ସୃଷ୍ଟି ସମ୍ଭାବନା ରହଛି। କର୍ମକ୍ଷେତ୍ର, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ। ଆର୍ଥିକ ଅନଟନ ଦୂର ହେବ।
ବୃଷ
ବୃଷ
ଚାହୁଁ ନ ଥିବା କିଛି କାମ ପରିସ୍ଥିତିରେ ପଡ଼ି କରିବେ। ବନ୍ଧୁମାନଙ୍କ ସମ୍ମୁଖରେ ପାରିବାରିକ ଜୀବନର ଅକୁହା କଥାକୁ ଲୁଚାଇ ରଖି ହସି ହସି କଥା କହିବେ। ସନ୍ଧ୍ୟା ସୁଦ୍ଧା ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ମଧ୍ୟାହ୍ନରେ ବନ୍ଧୁମିଳନଜନିତ ମାନସିକ ସ୍ତରରେ ସୁସ୍ଥତା ପରିଲକ୍ଷିତ ହେବ।
ମିଥୁନ
ମିଥୁନ
କେତେକ କ୍ଷେତ୍ରରେ ଅନ୍ୟକୁ ଖୁସି କରିବାକୁ ଯାଇ ସ୍ବାର୍ଥକୁ ବଳିଦେବାକୁ ପଡ଼ିପାରେ। ଘରୋଇ କଥା ମନରେ ବାରମ୍ବାର ଆଲୋଡ଼ନ ସୃଷ୍ଟି କରି ଚିନ୍ତାଧାରାକୁ ବିକ୍ଷିପ୍ତ କରିଦେବ। ଅଫିସ୍‌ରେ ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ। ସାଙ୍ଗଠନିକ କାର୍ଯ୍ୟରେ, ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
କର୍କଟ
କର୍କଟ
କାମଗୁଡ଼ିକରେ କୌଣସି ପ୍ରତିବନ୍ଧକ ନ ରହିଲେ ମଧ୍ୟ ସେତେଟା ପ୍ରୀତିପ୍ରଦ ରହିବ ନାହିଁ। ବନ୍ଧୁଙ୍କ ସାହାଯ୍ୟ ଓ ସମର୍ଥନ ସାମୟିକ ଦୁଃଖକୁ ଭୁଲି ଯିବାରେ ସାହାଯ୍ୟ କରିବ। ପ୍ରକାଶନ, ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ସି˚ହ
ସି˚ହ
ଆବଶ୍ୟକ ଅର୍ଥ ଯୋଗାଡ଼ରେ ସମର୍ଥ ହେବେ ଓ କାର୍ଯ୍ୟ ହାସଲ ପାଇଁ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ କଳହକୁ ନେଇ ମାନସିକ ଶାନ୍ତି ବ୍ୟାହତ ହେବ। ସାଙ୍ଗଠନିକ କାର୍ଯ୍ୟରେ କିମ୍ବା ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପିଲାଙ୍କ ସକାଶେ ଅଶାନ୍ତି ରହି କୌଣସି କାମକୁ ଠିକ୍‌ ଭାବେ କରିପାରିବେ ନାହିଁ।
କନ୍ୟା
ଆଜି କିଛି ପାଇବାକୁ ହେଲେ କଷ୍ଟ ସ୍ବୀକାର କରିବାକୁ ହେବ। ପ୍ଲଟିଂ କାରବାର, ଯାନ୍ତ୍ରିକ କିମ୍ବା ବିଦ୍ୟୁତ୍‌ ବ୍ୟବସାୟୀମାନେ ବିଶେଷ ପରିମାଣରେ ଉପକୃତ ହେବେ। ପିଲାମାନଙ୍କ ଉଚ୍ଚଶିକ୍ଷା ସକାଶେ ପାରିବାରିକ ଆଲୋଚନାକୁ ପ୍ରାଧାନ୍ୟ ଦେଇପାରନ୍ତି। ଆକସ୍ମିକ ଭାବରେ ବନ୍ଧୁମିଳନ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ତୁଳା
ତୁଳା
ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ପ୍ରିୟବ୍ୟକ୍ତିଙ୍କଠାରୁ ବହୁ ଦୂରରେ ରହି ଚିନ୍ତିତ ରହିବେ। ସମ୍ପର୍କୀୟଙ୍କ ବେଖାତିର ମନୋଭାବ କାରଣରୁ ମନେ ମନେ ଅସନ୍ତୁଷ୍ଟ ରହିବେ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଏକ ପ୍ରକାର ଆତ୍ମସନ୍ତୋଷ ଲାଭ କରିପାରନ୍ତି।
ବିଛା
ବିଛା
ଅତୀତର କୃତକର୍ମ ସକାଶେ ନିଜକୁ ଦାୟୀ କରି ଅନୁତପ୍ତ ରହିବେ। ଭାଙ୍ଗିପଡିଥିବା ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କରି ଅସଫଳ ହୋଇପାରନ୍ତି। ନିଜ ପରିସରର ବ୍ୟକ୍ତିମାନେ ଦୋଷାରୋପ କରି ମାନସିକ ସ୍ଥିତିକୁ କଳୁଷିତ କରିପାରନ୍ତି। ଈର୍ଷାପରାୟଣ ବ୍ୟକ୍ତିମାନେ ଉପର ମନରେ ଭଲ କଥା କହି ପଛରେ ବହୁତ ସମାଲୋଚନା କରିବେ।
ଧନୁ
ଧନୁ
 ଅନାବଶ୍ୟକ କଥାଗୁଡ଼ିକୁ ମନରୁ ପରିହାର କରି ବାସ୍ତବତାକୁ ଗୁରୁତ୍ୱ ଦେଇ କାମ କରିବା ଭଲ ହେବ। ବିଭିନ୍ନ ପ୍ରକାରର ସ୍ଥଗିତ କାମକୁ ନେଇ ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ।
ମକର
ମକର
ପାରିବାରିକ ଜୀବନରେ ତିକ୍ତତା ଦେଖାଦେଇପାରେ। ପ୍ରଶାସନିକ ସ୍ତରରେ କିମ୍ବା ପ୍ରକାଶନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ କାମଟିକୁ ଭଣ୍ଡୁର କରି ଦେଇପାରନ୍ତି।
କୁମ୍ଭ
କୁମ୍ଭ
ସମସ୍ୟା ଲାଗି ରହିଥିଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସୁଧାରି ନେବେ। ଆଜି ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ କିନ୍ତୁ କିଛି ବି କରିବାର ଉପାୟ ନ ଥିବ। ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତା କରି ବ୍ୟସ୍ତ ରହିବେ।
ମୀନମୀନ
ଅଫିସିଆଲି ଟେନ୍‌ସନ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣାରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହେବାର ଆଶଙ୍କା ପୂରା ମାତ୍ରାରେ ରହିଛି। ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri