Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷ ଯାତ୍ରା, ବନ୍ଧୁ ସମ୍ପର୍କ, ଆନୁଷ୍ଠାନିକ କ୍ଷେତ୍ର ବହୁତ ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ଖୁସି ରହିବେ। ଘରର କେତେକ ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତପ୍ତର ରହିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ, ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ।
ବୃଷ
ବୃଷ
କର୍ମକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ପାରିବାରିକ ସ୍ଥିତି ମନ୍ଦ ହେବନି କିନ୍ତୁ ସାମୟିକ ମତାନ୍ତର ଘଟିବ। ପରୀକ୍ଷା, ଅପରିଚିତଙ୍କ ସହ ସମ୍ପର୍କ ସ୍ଥାପନ, ବ୍ୟବସାୟିକ ଉତ୍କର୍ଷ, ବିବାଦୀୟ ପରିସ୍ଥିତିର ଶିଥିଳତାରୁ ଆଶ୍ୱସ୍ତି ମିଳିବ। ଜମିଜମା, ରାଜନୀତି, ଲେଖାପଢ଼ା, ଯାତ୍ରା ଓ ଆଲୋଚନାଦି କ୍ଷେତ୍ରରେ ଉନ୍ନତମାନର ସୁଫଳ ପାଇବେ।
ମିଥୁନ
ମିଥୁନ
ସ୍ନାୟବିକ ଦୁର୍ବଳତା, ପରୋକ୍ଷ ଶତ୍ରୁତା, ଧାରକରଜ ମନକୁ ମ୍ଳାନ କରିଦେଇପାରେ। ଆଲୋଚନାକାଳରେ ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ। ସାଙ୍ଗଠନିକ, ରାଜନୈତିକ, ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶା ମନକୁ ଉଲ୍ଲସିତ କରିବ।
କର୍କଟ
କର୍କଟ
ସ୍ବତନ୍ତ୍ର ନିମନ୍ତ୍ରିତ ସଭାସମିତିରେ ବିଶିଷ୍ଟବ୍ୟକ୍ତି ମାନଙ୍କ ସାନ୍ନିଧ୍ୟଲାଭର ସୁଯୋଗ ପାଇବେ। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ଘରର ବରାଦ ଅନୁଯାୟୀ ବିଳାସ ଉପକରଣ କିଣିପାରନ୍ତି। କଳା, କ୍ରୀଡ଼ା, ସଙ୍ଗୀତ ଓ ପ୍ରତିଯୋଗିତାରେ ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ।
ସି˚ହ
ସି˚ହ
ଆଜି ବାଧ୍ୟବାଧକତାରେ କେତେକ କାମ କରିବାକୁ ପଡ଼ିପାରେ। ଯେତେ ଭଲ କାମ କଲେ ମଧ୍ୟ ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଦୂରଯାତ୍ରା କରିବାର ସୂଚନା ରହିଛି। ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବାର ଆଶଙ୍କାକୁ ଏଡ଼ି ହେବନାହିଁ। ଦୀର୍ଘ ଦିନରୁ ଚାହୁଁଥିବା ସୁଯୋଗ ହାତଛଡ଼ା ହୋଇପାରେ।
କନ୍ୟା
 କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ନିଜର କୌଣସି କାର୍ଯ୍ୟ ସକାଶେ ଅନୁରୋଧ କରିପାରନ୍ତି। ପରିବାରର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ । ଦକ୍ଷତାର ମୂଲ୍ୟାୟନରେ ବିଚାରବୋଧ ଆପଣଙ୍କ ସପକ୍ଷରେ ଯିବାର ସମ୍ଭାବନା ରହିଛି। ଅଭାବନୀୟ ପରିସ୍ଥିତି ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ସାମାଜିକ ସ୍ତରରେ ଜଟିଳତା କ୍ରମଶଃ ଦୂରେଇଯିବାର ଆଶା କରାଯାଇପାରେ। ପ୍ରତିଯୋଗିତା କ୍ଷେତ୍ରରେ ଶୀର୍ଷସ୍ଥାନରେ ରହି ବୁଦ୍ଧିଜୀବୀମାନଙ୍କ ପ୍ରଶଂସାଭାଜନ ହେବେ। ଶାରୀରିକ ଅସୁସ୍ଥତା ଲାଗି ରହିବା କାରଣରୁ ମନୋରଞ୍ଜନ ଉପଭୋଗ୍ୟ ନ ହୋଇପାରେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରୁ ଆଶାଜନକ ସୁଫଳ ପାଇବେ।
ବିଛା
ବିଛା
କର୍ମକ୍ଷେତ୍ରରେ କିଛି ମନ୍ତବ୍ୟକୁ କେନ୍ଦ୍ରକରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷ ପ୍ରକାଶ କରିପାରନ୍ତି। ମାନସିକ ଦ୍ୱନ୍ଦ୍ୱ ଦୂରେଇଯିବ ଓ ଭାଙ୍ଗିପଡ଼ିଥିବା ସମ୍ପର୍କର ପୁନରୁଦ୍ଧାର କରିପାରିବେ। ଯେଉଁ ବନ୍ଧୁଙ୍କ ସହ ଯୋଗାଯୋଗ କରିବେ ସେ ନିଶ୍ଚିତ ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି। ସାଙ୍ଗମାନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିପାରନ୍ତି। ସାମାଜିକ ସ୍ତରରେ ନିଜ ଉପରୁ ଦୋଷ ଛଡ଼ାଇବାର ଉପକ୍ରମ କରିବେ।
ମକର
ମକର
ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବା ସହ ଲୋକ ସମ୍ପର୍କରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ ଏବଂ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଭୁଲ୍‌ ବୁଝାମଣା କାରଣରୁ ଆମତ୍ୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ବନ୍ଧୁଙ୍କ ନିକଟରେ ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ଯଦିଓ ଠିକ୍‌ ରହିବ ତଥାପି ଏଣୁତେଣୁ ଗୁଡ଼ାଏ କଥା ଭାବି ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ପୂର୍ବର କେତେକ ବିବାଦୀୟ କଥାକୁ ମନେପକାଇ ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି। ଅର୍ଥ ସମ୍ପର୍କୀୟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ ଏବଂ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିରେ କୌଣସି ଅସୁବିଧା ରହିବ ନାହିଁ । ସଭାସମିତିରେ ସମ୍ମାନିତ ହେବେ ଏବଂ ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି ପାଇବ। ଜଣେ ଅଜଣା ବନ୍ଧୁଙ୍କ ସାହାଯ୍ୟ ସବୁ ଦିନ ସକାଶେ ସ୍ମରଣୀୟ ରହି ଯାଇପାରେ। ସ୍ବକର୍ମକ୍ଷେତ୍ରରେ ମଧ୍ୟ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri