Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ
ଆଜି ଗଜକେଶରୀ ଯୋଗ ପ୍ରଭାବରୁ କାର୍ଯ୍ୟସିଦ୍ଧି ସହ ସାମାଜିକ ସମ୍ମାନ ପାଇବେ। ପିଲାଙ୍କ ଅପୂରଣ ଆବଶ୍ୟକତାକୁ ନେଇ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହେବେ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ।
ବୃଷ
ବୃଷ
ପାପଗ୍ରହମାନଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ। ଆକସ୍ମିକ ଆବଶ୍ୟତାଜନିତ ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାକୁ ବଢ଼ାଇ ଦେବ। ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପ୍ରତିବନ୍ଧକ କାରଣରୁ ନିର୍ମାଣ କାର୍ଯ୍ୟରେ ଗତି ମନ୍ଥର ହେବ।
ମିଥୁନ
ମିଥୁନ
ଋଣ ପରିଶୋଧ ନ କରିବା କାରଣରୁ କରଜଦାତାଙ୍କ ସହ କଳହ ଲାଗିପାରେ। ହିତୈଷୀଙ୍କ ପରାମର୍ଶରେ ବିଭିନ୍ନ ଧନ୍ଦା କରିବା ସକାଶେ ମନ ବଳାଇପାରନ୍ତି। ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି, ଯାହାକି ଆପଣଙ୍କ ସକାଶେ ହିତକର ହେବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ
କର୍କଟ
କର୍ମବ୍ୟସ୍ତତା ବୃଦ୍ଧି ପାଇବା କାରଣରୁ କୌଣସି ଗୋଟିଏ ସ୍ଥାନରେ ଆଜି ସ୍ଥିର ଭାବେ ରହିପାରିବେ ନାହିଁ। ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ। ପରିବାରରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିପାରିବେ। କ୍ରୀଡ଼ା, କଳା, ଆନୁଷ୍ଠାନିକ କାର୍ଯ୍ୟ ସହ ବ୍ୟବସାୟରେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ମନରେ ସାହସ ବାନ୍ଧି କୌଣସି କାମ କଲେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ। ଏକା ସଙ୍ଗରେ ବହୁତଗୁଡ଼ିଏ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଘରେ ବନ୍ଧୁ ମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ଆମୋଦ ପ୍ରମୋଦର ସୁଅ ଛୁଟିପାରେ।
କନ୍ୟା
ବହୁତ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯିବ। ପାରିବାରିକ କ୍ଷେତ୍ରରେ ବୃଥା ସନ୍ଦେହ କରି ନିଜ ଲୋକ ମାନଙ୍କୁ ଭୁଲ୍‌ ବୁଝିପାରନ୍ତି। ଗାଡି ମରାମତି, ପୁରୁଣା ଘରକୁ ସଜାଡି ପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟ ସହ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହୋଇପାରେ।
ତୁଳା
ତୁଳା
ବୁଝାମଣା ଅଭାବରୁ ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ। ସ୍ବାତୀ ନକ୍ଷତ୍ରର ମାନସିକ ଅଶାନ୍ତି କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଘରର ବରାଦ ଅନୁସାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିବେ।
ବିଛା
ବିଛା
ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ। କିନ୍ତୁ ପରିବହନ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିପାରେ। ଅନ୍ୟମାନଙ୍କ ସହ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ।
ଧନୁ
ଧନୁ
ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ। ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍‌ ଖୁସି ରହିବେ। ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଯାହା କରିବାକୁ ମନସ୍ଥ କରିଛନ୍ତି ସେଥିପାଇଁ ବନ୍ଧୁଙ୍କ କଥା ମାନି କାମ କଲେ ଭଲ। ଆଲୋଚନା, ଗଠନମୂଳକ କାମ, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିପାରନ୍ତି, ଏଣୁ ସତର୍କ ରହିବା ଭଲ।
କୁମ୍ଭ
କୁମ୍ଭ
ଆଜିର କାମଗୁଡ଼ିକ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବାର ସମ୍ଭାବନା ରହିଛି। ପରିବାରରେ କାହାର ସ୍ବାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଘରର ଥିବା ଭୂ- ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ସୂଚନା ରହିଛି।
ମୀନମୀନ
ଘରୋଇ କ୍ଷେତ୍ରରେ ଆତ୍ମୀୟ ମଧ୍ୟ ବିଶ୍ୱାସଘାତକତା କରିପାରନ୍ତି। ବନ୍ଧୁଙ୍କ ମାଧ୍ୟମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଂଗଠନ, ଲେଖାପଢ଼ା ଓ ଜମିଜମା କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। ରେବତୀ ନକ୍ଷତ୍ର ପ୍ରତ୍ୟେକ ଦିଗରୁ ଉପକୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri