Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ
ଯେଉଁ କାମ ବିଷୟରେ ଚିନ୍ତା କରୁଛନ୍ତି, ସେଥିରେ ଅସୁବିଧା ରହିବ ନାହିଁ। ଆନୁଷ୍ଠାନିକ କାମ ସକାଶେ ମନ ବୁଝିଲା ଭଳି କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେବେ। ବ୍ୟବସାୟ, ପରିବହନ ଏବଂ ନିର୍ମାଣରୁ ସଫଳତା ମିଳିବ। ଆନୁଷ୍ଠାନିକ କାମ, ବିବାଦୀୟ ଘଟଣା ଓ ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ।
ବୃଷ
ବୃଷ
ଆଜି ସୁଖ, ସୌଭାଗ୍ୟ ପ୍ରଦାନ କରିବା ସହ ଖୁସି ମନରେ ଦିନଟି ଅତିବାହିତ କରିବେ। କର୍ମକ୍ଷେତ୍ରରେ ଯାହା କରିବେ ଭଲ ରୂପେ ଭାବିଚିନ୍ତି କାମ କରିବା ଭଲ ହେବ। ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ ଆଲୋଚନା ଅମୀମାଂସିତ ରହିବ। ସଭାସମିତିରେ ସତ୍ୟ କଥା ପ୍ରକାଶ କରି ମଧ୍ୟ ଅପମାନିତ ହୋଇପାରନ୍ତି।
ମିଥୁନ
ମିଥୁନ
ଆଳସ୍ୟଜନିତ ଅବହେଳିତ କର୍ମ ସକାଶେ କର୍ମକ୍ଷେତ୍ରରେ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। କଳା, ସାହିତ୍ୟ, ସାମ୍ବାଦିକତା ଓ ସଂଗୀତରେ ସୁନାମ ଅର୍ଜନ କରିବେ। ଶତ୍ରୁମାନେ ପରୋକ୍ଷରେ ବହୁତ କହିବେ ସିନା କିଛି କରିପାରିବେ ନାହିଁ। ଶିକ୍ଷା, ପରୀକ୍ଷା, ଇଣ୍ଟରଭ୍ୟୁ ଓ ଲେଖାପଢ଼ାରୁ ଶୁଭଫଳ ପାଇବେ।
କର୍କଟ
କର୍କଟ
ସହୋଦର ଭାଇ, ବନ୍ଧୁ କିମ୍ବା ଯାତ୍ରାକାଳୀନ ବନ୍ଧୁଙ୍କ ସହ ସୁସମ୍ପର୍କ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଅଫିସିଆଲି କାମରେ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ। ଈର୍ଷାପରାୟଣ ସହକର୍ମୀମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ସଭା ସମିତିରୁ ପ୍ରଶଂସିତ ହୋଇପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବେ ଚିନ୍ତା କରନ୍ତୁ। ସମୟ ସୁବିଧାକୁ ନେଇ ବନ୍ଧୁଙ୍କ ପାଖରେ ଦୁଃଖ ଜଣାନ୍ତୁ; ଅବଶ୍ୟ ସାମାନ୍ୟ ସମ୍ଭାବ୍ୟ ସାହାଯ୍ୟ କିମ୍ବା ପରାମର୍ଶ ପାଇପାରିବେ। କିଣାବିକା କ୍ଷେତ୍ରରେ ସତର୍କ ନ ହେଲେ ଠକିଯିବେ। ରାଜନୀତି, ସଙ୍ଗଠନ ଓ ସଭାସମିତିରେ ସଫଳତା ହାସଲ କରିବେ।
କନ୍ୟା
କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ପାଇବେ। ପରିସ୍ଥିତି ଯାହା ହେଉନା କାହିଁକି, ଆଜି ଆପଣ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିପାରିବେ। ପରିବାରର ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ଚଳାଇନେବେ। ଦାବି ମୁତାବକ ନୂତନ ଗୃହୋପକରଣ କ୍ରୟ କରିବା ସକାଶେ ବାଧ୍ୟ ହୋଇପାରନ୍ତି।
ତୁଳା
ତୁଳା
ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାର୍ଯ୍ୟ ହାସଲ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ, ସଭା ସମିତିରେ, ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାକୁ ପଡ଼ିପାରେ। ଘର ସାଜସଜ୍ଜା, ମୂଲ୍ୟବାନ୍‌ ଜିନିଷ କିଣିବା, ନୂତନ ଗୃହ ନିର୍ମାଣ, ଯାନବାହନ ମରାମତି କରିପାରନ୍ତି।
ବିଛା
ବିଛା
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି, ତାହା ବ୍ୟତିକ୍ରମ ଭିତରେ ସଫଳ ହେବ। ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇପାରେ। ଭୁଲ୍‌ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଶୀଘ୍ର ଶେଷ କରିବାକୁ ଚାହୁଁଥିଲେ ମଧ୍ୟ ଭାବୁଥିବା କାମଟିକୁ ଶେଷ କରିପାରିବେନି।
ଧନୁ
ଧନୁ
ଯେତିକି ପାଇବେ ସେତିକିରେ ସନ୍ତୁଷ୍ଟ ରହିବା ଭଲ। ନୂତନ କର୍ମସଂସ୍ଥାନ ପାଇଁ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ସଫଳତା ପାଇପାରନ୍ତି। ପ୍ରତ୍ୟେକ ପରିସ୍ଥିତିରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ବ୍ୟବସାୟରେ ଭଲ କାରବାର ହେବ, ଯାହାକି ଆପଣଙ୍କୁ କେତେକାଂଶରେ ଆତ୍ମସନ୍ତୋଷ ମିଳିପାରେ।
ମକର
ମକର
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇପାରିବ ନାହିଁ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାରୁ ସାମୟିକ ମନସ୍ତାପ କରିପାରନ୍ତି। ପଡ଼ୋଶୀ ବନ୍ଧୁଙ୍କ ସହ ସମ୍ପର୍କରେ ଉନ୍ନତି ଯୋଗୁ ଆଶ୍ୱସ୍ତି ଲାଭ କରିବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ପୂର୍ବ ଯୋଜନା ଅନୁଯାୟୀ କର୍ମରେ ପ୍ରବୃତ୍ତ ହୋଇ ସଫଳତା ହାସଲ କରିବେ। ପିଲାଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ, ତଥାପି ସମସ୍ୟା ସହଜରେ ସମାଧାନ ହୋଇଯିବ। ପାଖରେ ନ ଥିବା ଜିନିଷଟି ପାଇଁ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢ଼ିବାର ସମ୍ଭାବନା ରହିଛି। ଈର୍ଷାପରାୟଣ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି।
ମୀନମୀନ

ଆଜିର ଯାତ୍ରା, ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ଓ ସଭା ସମିତି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ନିଶ୍ଚିତ। ପରକଥାରେ ନିଜ ଲୋକଙ୍କୁ ଭୁଲ୍‌ ବୁଝିବା ସାଙ୍ଗକୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ସମର୍ଥ ହେବେ। ସାହିତ୍ୟ, ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ସଫଳ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?