Posted inRasifala

ରାଶିଫଳ: ରବିବାର, ମେ ୦୯ ତାରିଖ – Daily Horoscope

ମେଷ
ଆଜି ଭାଇ, ବନ୍ଧୁ, ସମ୍ପର୍କୀୟ କିମ୍ବା ଆତ୍ମୀୟଙ୍କ ସାହାଯ୍ୟରୁ ଅର୍ଥ ପାଇବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ। କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, କଳା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ। ସତର୍କତା ଅଭାବରୁ ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ଘଟିପାରେ। ଅଫିସ୍‌ରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାକୁ ପଡ଼ିପାରେ। ସତ୍‌ସଙ୍ଗ ଓ ବନ୍ଧୁମିଳନ, ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।
ମିଥୁନ
ମିଥୁନ
ଆଜି ଦିନଟିରେ ବନ୍ଧୁ ଗହଣରେ ବେଶି ସମୟ କଟିଲେ ମଧ୍ୟ ଘରର ଅଶାନ୍ତି ମନକୁ ଭାରାକ୍ରାନ୍ତ ରଖିବ। ବହୁତ ଚେଷ୍ଟା କରି ପାଇ ନଥିବା ପ୍ରାପ୍ୟଧନ ଆଜି ସନ୍ଧ୍ୟାରେ ପାଇବେ। ସମ୍ପର୍କୀୟଙ୍କ ସକାଶେ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁଁ ମନ ପ୍ରଫୁଲ୍ଲିତ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ କୌଣସି ସମସ୍ୟା ରହିବ ନାହିଁ।
କର୍କଟ
କର୍କଟ
ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଭଲରେ ଭଲରେ ଅତିବାହିତ ହେବ। ଆପଣଙ୍କ କାର୍ଯ୍ୟଦକ୍ଷତାର ପ୍ରଶଂସା କରି ବନ୍ଧୁମାନେ ସାହାଯ୍ୟ କରିବାକୁ ଆଗେଇ ଆସିବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କଚେରି ମାମଲା,ଜମିଜମା ସମ୍ପର୍କୀୟ ବିବାଦୀୟ ଘଟଣାରେ ବିଜୟୀ ହେବେ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତା କରି ମନ ଭଲ ରହିବ ନାହିଁ। ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ସାମାଜିକ ସ୍ତରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
କନ୍ୟା
ପ୍ରତ୍ୟେକ କାମ ସମସ୍ୟା ବିଜଡ଼ିତ ସାଙ୍ଗକୁ ବହୁତ ବିଳମ୍ବରେ ହେଉଥିବାରୁ ବ୍ୟସ୍ତତା ବଢ଼ିଯିବ। ଦୁଃଖିତ ମନକୁ ସାନ୍ତ୍ବନା ଦେବାକୁ ଯାଇ ପରିବାରରେ ଦ୍ୱନ୍ଦ୍ୱ ଲାଗି ଯାଇପାରେ। ସାଧାରଣ କଥାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ପ୍ରଶାସନ, ଆଇନ ଅଦାଲତରେ କାମର ଚାପ ବୃଦ୍ଧି ପାଇପାରେ।
ତୁଳା
ତୁଳା
ଆଜି ଦିନଟିରେ ପରିସ୍ଥିତିକୁ ଦେଖି ନୀରବଦ୍ରଷ୍ଟା ସାଜି ପାରନ୍ତି। ବନ୍ଧୁମାନଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ, ଅବଶ୍ୟ ବିଭିନ୍ନ ସ୍ତରରୁ ଉପକୃତ ହେବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଆର୍ଥିକ ଅନଟନ ଓ ସ୍ଥାନ ବଦଳିବା କାରଣରୁ ଦୁଶ୍ଚିନ୍ତା ବଢ଼ି ଯାଇପାରେ।
ବିଛା
ବିଛା
କର୍ମକ୍ଷେତ୍ରର ଚାପ କ୍ରମଶଃ ବୃଦ୍ଧି ପାଇବା କାରଣରୁ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ। ବହୁତ ଦିନ ହେଲା ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୂର୍ବରୁ ଲାଗି ରହିଥିବା ବିବାଦୀୟ ଘଟଣାରୁ ଦୂରେଇ ରହିବା ଭଲ ହେବ। ଦୀର୍ଘ ଦିନରୁ ପଡ଼ିରହିଥିବା କାମଟିରେ ଅଗ୍ରଗତିର ସୂଚନା ପାଇବେ।
ଧନୁ
ଧନୁ
ଦିନତମାମ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ, କିନ୍ତୁ ମୂଳା ନକ୍ଷତ୍ରର ଉପଭୋଗ୍ୟ ନ ହୋଇପାରେ । ଭ୍ରମଣ, ରାଜନୀତି, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ ପାଇଁ ଆଜି ଦିନଟି ବହୁତ ଭଲ। ରାଜନୀତି, କଳା, ସାହିତ୍ୟ, ପ୍ରଶାସନିକ ସ୍ତରରେ ତଥା ସଭାସମିତି କାମରେ ବ୍ୟସ୍ତତା ବୃଦ୍ଧି ପାଇବ।
ମକର
ମକର
ପାରିବାରିିକ ସମସ୍ୟାର ସମାଧାନ କରିବା କଷ୍ଟକର ହୋଇପଡ଼ିବ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ସାଙ୍ଗକୁ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପ୍ରତିଟି କ୍ଷେତ୍ରରେ ଅପେକ୍ଷାକୃତ ଅସୁବିଧା ଭୋଗିବେ, କିନ୍ତୁ କୌଣସି କାମ ଅଟକିବ ନାହିଁ। ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ସୃଷ୍ଟି ହେବାର ଆଶଙ୍କାକୁ ମଧ୍ୟ ଏଡ଼ି ହେବ ନାହିଁ। ଜମିଜମା କାରବାର, ସରକାରୀ ସୂତ୍ରରୁ ଅର୍ଥ, ଧାର୍ମିକ କାର୍ଯ୍ୟ ପ୍ରଭୃତିରେ ଆଶାନୁରୂପ ସଫଳତା ପାଇବେ। ବାଦ ବିବାଦରେ ଆପୋସ ସମାଧାନ ଘଟିବ ଏବଂ ବିଜୟୀ ହେବେ। ଅସାବଧାନତାବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ।
ମୀନମୀନ
ସାମାଜିକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଲାଭ କରି ମାନସିକ ସ୍ଥିତି କ୍ରମଶଃ ସୁସ୍ଥ ହୋଇଯିବ। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ଅନୁତାପ କରିବେ। ଆଲୋଚନା, ସଭାସମିତି, କ୍ରୀଡ଼ା, କଳା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ସୃଷ୍ଟି ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri