Posted inRasifala

ରାଶିଫଳ: ରବିବାର, ମେ ୦୯ ତାରିଖ – Daily Horoscope

ମେଷ
ଆଜି ଭାଇ, ବନ୍ଧୁ, ସମ୍ପର୍କୀୟ କିମ୍ବା ଆତ୍ମୀୟଙ୍କ ସାହାଯ୍ୟରୁ ଅର୍ଥ ପାଇବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ। କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, କଳା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ। ସତର୍କତା ଅଭାବରୁ ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ଘଟିପାରେ। ଅଫିସ୍‌ରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାକୁ ପଡ଼ିପାରେ। ସତ୍‌ସଙ୍ଗ ଓ ବନ୍ଧୁମିଳନ, ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।
ମିଥୁନ
ମିଥୁନ
ଆଜି ଦିନଟିରେ ବନ୍ଧୁ ଗହଣରେ ବେଶି ସମୟ କଟିଲେ ମଧ୍ୟ ଘରର ଅଶାନ୍ତି ମନକୁ ଭାରାକ୍ରାନ୍ତ ରଖିବ। ବହୁତ ଚେଷ୍ଟା କରି ପାଇ ନଥିବା ପ୍ରାପ୍ୟଧନ ଆଜି ସନ୍ଧ୍ୟାରେ ପାଇବେ। ସମ୍ପର୍କୀୟଙ୍କ ସକାଶେ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁଁ ମନ ପ୍ରଫୁଲ୍ଲିତ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ କୌଣସି ସମସ୍ୟା ରହିବ ନାହିଁ।
କର୍କଟ
କର୍କଟ
ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଭଲରେ ଭଲରେ ଅତିବାହିତ ହେବ। ଆପଣଙ୍କ କାର୍ଯ୍ୟଦକ୍ଷତାର ପ୍ରଶଂସା କରି ବନ୍ଧୁମାନେ ସାହାଯ୍ୟ କରିବାକୁ ଆଗେଇ ଆସିବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କଚେରି ମାମଲା,ଜମିଜମା ସମ୍ପର୍କୀୟ ବିବାଦୀୟ ଘଟଣାରେ ବିଜୟୀ ହେବେ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତା କରି ମନ ଭଲ ରହିବ ନାହିଁ। ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ସାମାଜିକ ସ୍ତରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
କନ୍ୟା
ପ୍ରତ୍ୟେକ କାମ ସମସ୍ୟା ବିଜଡ଼ିତ ସାଙ୍ଗକୁ ବହୁତ ବିଳମ୍ବରେ ହେଉଥିବାରୁ ବ୍ୟସ୍ତତା ବଢ଼ିଯିବ। ଦୁଃଖିତ ମନକୁ ସାନ୍ତ୍ବନା ଦେବାକୁ ଯାଇ ପରିବାରରେ ଦ୍ୱନ୍ଦ୍ୱ ଲାଗି ଯାଇପାରେ। ସାଧାରଣ କଥାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ପ୍ରଶାସନ, ଆଇନ ଅଦାଲତରେ କାମର ଚାପ ବୃଦ୍ଧି ପାଇପାରେ।
ତୁଳା
ତୁଳା
ଆଜି ଦିନଟିରେ ପରିସ୍ଥିତିକୁ ଦେଖି ନୀରବଦ୍ରଷ୍ଟା ସାଜି ପାରନ୍ତି। ବନ୍ଧୁମାନଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ, ଅବଶ୍ୟ ବିଭିନ୍ନ ସ୍ତରରୁ ଉପକୃତ ହେବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଆର୍ଥିକ ଅନଟନ ଓ ସ୍ଥାନ ବଦଳିବା କାରଣରୁ ଦୁଶ୍ଚିନ୍ତା ବଢ଼ି ଯାଇପାରେ।
ବିଛା
ବିଛା
କର୍ମକ୍ଷେତ୍ରର ଚାପ କ୍ରମଶଃ ବୃଦ୍ଧି ପାଇବା କାରଣରୁ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ। ବହୁତ ଦିନ ହେଲା ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୂର୍ବରୁ ଲାଗି ରହିଥିବା ବିବାଦୀୟ ଘଟଣାରୁ ଦୂରେଇ ରହିବା ଭଲ ହେବ। ଦୀର୍ଘ ଦିନରୁ ପଡ଼ିରହିଥିବା କାମଟିରେ ଅଗ୍ରଗତିର ସୂଚନା ପାଇବେ।
ଧନୁ
ଧନୁ
ଦିନତମାମ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ, କିନ୍ତୁ ମୂଳା ନକ୍ଷତ୍ରର ଉପଭୋଗ୍ୟ ନ ହୋଇପାରେ । ଭ୍ରମଣ, ରାଜନୀତି, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ ପାଇଁ ଆଜି ଦିନଟି ବହୁତ ଭଲ। ରାଜନୀତି, କଳା, ସାହିତ୍ୟ, ପ୍ରଶାସନିକ ସ୍ତରରେ ତଥା ସଭାସମିତି କାମରେ ବ୍ୟସ୍ତତା ବୃଦ୍ଧି ପାଇବ।
ମକର
ମକର
ପାରିବାରିିକ ସମସ୍ୟାର ସମାଧାନ କରିବା କଷ୍ଟକର ହୋଇପଡ଼ିବ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ସାଙ୍ଗକୁ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପ୍ରତିଟି କ୍ଷେତ୍ରରେ ଅପେକ୍ଷାକୃତ ଅସୁବିଧା ଭୋଗିବେ, କିନ୍ତୁ କୌଣସି କାମ ଅଟକିବ ନାହିଁ। ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ସୃଷ୍ଟି ହେବାର ଆଶଙ୍କାକୁ ମଧ୍ୟ ଏଡ଼ି ହେବ ନାହିଁ। ଜମିଜମା କାରବାର, ସରକାରୀ ସୂତ୍ରରୁ ଅର୍ଥ, ଧାର୍ମିକ କାର୍ଯ୍ୟ ପ୍ରଭୃତିରେ ଆଶାନୁରୂପ ସଫଳତା ପାଇବେ। ବାଦ ବିବାଦରେ ଆପୋସ ସମାଧାନ ଘଟିବ ଏବଂ ବିଜୟୀ ହେବେ। ଅସାବଧାନତାବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ।
ମୀନମୀନ
ସାମାଜିକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଲାଭ କରି ମାନସିକ ସ୍ଥିତି କ୍ରମଶଃ ସୁସ୍ଥ ହୋଇଯିବ। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ଅନୁତାପ କରିବେ। ଆଲୋଚନା, ସଭାସମିତି, କ୍ରୀଡ଼ା, କଳା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ସୃଷ୍ଟି ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri