Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୯ ତାରିଖ – Daily Horoscope

ମେଷ
ଆତ୍ମୀୟଙ୍କ ସାହାଯ୍ୟ ଲାଭକରି କାମଗୁଡ଼ିକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳକାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। ଆଜି କର୍ମକ୍ଷେତ୍ରରୁ ଫେରିବା ବାଟରେ ବନ୍ଧୁଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ
ଶାରୀରିକ ସୁସ୍ଥତା ସଙ୍ଗକୁ ମାନସିକ ସ୍ଥିରତା କର୍ମକ୍ଷେତ୍ରକୁ ଦୃଢ଼ୀଭୂତ କରିବ। ସ୍ଥଗିତକାମକୁ ସମ୍ପନ୍ନ କରିବାରେ ସଫଳତା ପାଇବେ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ ଏବଂ ସାଧାରଣ କଥାରେ ବନ୍ଧୁ କ୍ଷୁବ୍ଧ ହୋଇ ପାରନ୍ତି।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ହଠାତ୍‌ କୌଣସି ପଦକ୍ଷେପ ନେଲେ ଝମେଲା ବଢ଼ି ଯାଇପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିପାରିବେ। କେତେକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
କର୍କଟ
କର୍କଟ
ଆଜି ପୂର୍ବରାଗ ଶୁଝାଇବାକୁ ଯାଇ ସହକର୍ମୀ ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିବାର ସୂଚନା ରହିଛି। ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କଲେ ଅବଶ୍ୟ ଉପକୃତ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।
ସି˚ହ
ସି˚ହ
ଆଜି ବିଭିନ୍ନ ସମସ୍ୟା ମଧ୍ୟରେ ପିଲାଙ୍କ ସ୍ଥିତି ସକାଶେ ମନ ଅସ୍ଥିର ରହିବ। ପାରିବାରିକ କ୍ଷେତ୍ରରେ ଅଭାବ ହେତୁ ଧାର କରଜ କରି ବିବ୍ରତ ହେବେ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ, ଯାହା କି ସମସ୍ୟା ବୃଦ୍ଧି କରିବ। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ହୋଇଯିବ।
କନ୍ୟା
ସକାଳୁ କୌଣସି ଶୁଭ ଖବର ପାଇ ମନ ଖୁସି ହୋଇଯିବ। ହସ୍ତା ନକ୍ଷତ୍ର ବୁଝିବିଚାରି କାମ ନ କଲେ ସମସ୍ୟାକୁ ଡାକି ଆଣିବେ। ଅପରିଚିତ ଲୋକଟିଏ ମିତ୍ରତା ଛଳରେ ଫାଇଦା ହାସଲ ପାଇଁ ଚେଷ୍ଟା କରିବ। ଅପ୍ରାପ୍ୟ ଜିନିଷଟି ପାଇ ଖୁସି ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ବିଶେଷ ଉତ୍କଟ ହେବ ନାହିଁ।
ତୁଳା
ତୁଳା
ଆଜି ଦିନଟି ସବୁ ଦିଗରୁ ଭଲ, ଯେମିତି ଚାହୁଁଛନ୍ତି ସେମିତି କାମ କରନ୍ତୁ କିନ୍ତୁ ବିବାଦରୁ ଦୂରେଇ ରହନ୍ତୁ। ପିଲାର ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, ଫଳରେ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବିଛା
ବିଛା
ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଛନ୍ତି ସେ ହିଁ ସମସ୍ୟାର କାରଣ ହେବ। ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। ସାହିତ୍ୟ ଚର୍ଚ୍ଚାରେ, ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ ତଥା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କିନ୍ତୁ ଆଲୋଚନା ପରିସରରେ ସାଧାରଣ କଥାରେ ପ୍ରତିବାଦ କରି ଟେନ୍ସନ୍‌କୁ ନିମନ୍ତ୍ରଣ କରିପାରନ୍ତି।
ଧନୁ
ଧନୁ
ବିଭିନ୍ନ ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କିଛି ଗୁପ୍ତକଥା, କଳାଧନ, କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରିପାରନ୍ତି। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯନତ୍ କରିପାରନ୍ତି। ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ କିନ୍ତୁ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ।
ମକର
ମକର
ଆଜି ଆପଣ ବିଶେଷ ଖର୍ଚ୍ଚାନ୍ତ ହେବେ ସିନା କାମ ଅଟକିବ ନାହିଁ,ସୁବିଧାରେ ହୋଇଯିବ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିପାରନ୍ତି।
କୁମ୍ଭ
କୁମ୍ଭ
ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପଡ଼ା, ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବାରୁ ଖୁସୀରେ ଦିନଟି ଅତିବାହିତ ହେବ।
ମୀନମୀନ
ଆଜିର କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ ଏଣୁ ମନ ହାଲୁକା ହୋଇଯିବ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମ ଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ କିନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri