Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୯ ତାରିଖ – Daily Horoscope

ମେଷ
ଧନାଧିପତିଙ୍କ ଚତୁଃଗ୍ରହ ଯୋଗ କାରଣରୁ ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟ ସମସ୍ୟା ହେତୁ ମାନସିକ ସ୍ତରରେ ଅସୁଖୀ ରହିବେ।
ବୃଷ
ବୃଷ
ରବିଙ୍କ ଦୁର୍ବଳତା କାରଣରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ମୌଳିକ ଚିନ୍ତାଧାରାକୁ ଆଧାର କରି ଖୁବ୍‌ ଆଶାବାଦୀ ହେବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମିଥୁନ
ମିଥୁନ
ବ୍ୟୟାଧିପ କୋଣଭାବସ୍ଥ ଯୋଗୁ ଆଜି ବହୁତ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ପଡିବ। କିନ୍ତୁ ଗୃହ ସମସ୍ୟାର ସମାଧାନ, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅସ୍ଥିର ରହିପାରନ୍ତି । ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିବେ।
କର୍କଟ
କର୍କଟ
ରାଶିରେ ଚନ୍ଦ୍ରଙ୍କ ହେତୁ ମାନସିକ ଅସ୍ଥିରତା ଅବ୍ୟାହତ ରହିବାରୁ କୌଣସି କାମ ସହଜରେ ହେବନାହିଁ। ବିଦେଶରେ ରହୁଥିବା ବ୍ୟକ୍ତିମାନେ ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ଘଟଣା ଜଟିଳ ଆଡ଼କୁ ଗତି କରିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ସାଙ୍ଗକୁ ଆଶା ପୂରଣ ହୋଇଯିବ।
ସି˚ହ
ସି˚ହ
ପରିବାର ସ୍ଥାନରେ ଏକାଧିକ ଗ୍ରହ ଯୋଗୁ ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। ଋଣଭାରରେ ଅତିଷ୍ଠ ଓ ଅନ୍ୟକୁ ସରଳ ବିଶ୍ୱାସ କରି ଠକି ଯାଇ ପାରନ୍ତି। ନୂଆ ଯୋଜନା ଉପରେ ଗୁରୁତ୍ୱ ଦେଲେ ସଫଳତା ମିଳିବ । ଆକସ୍ମିକ ଆବଶ୍ୟକତା ପରିପ୍ରେକ୍ଷୀରେ ହଠାତ୍‌ ବହୁତ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
କନ୍ୟା
ସପ୍ତମସ୍ଥ ବୃହସ୍ପତିଜନିତ ଆଜିର ପ୍ରତ୍ୟୁଷ ଯାତ୍ରା ନିଶ୍ଚିତ ଫଳପ୍ରଦ ହେବ। ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ସଫଳତା ପାଇବେ। ପୂର୍ବଶତ୍ରୁତାରୁ ମାନସିକ ବ୍ୟଥା ଅନୁଭବ କରିବେ। ଆଶା କରୁଥିବା ଦିଗରୁ ହାତକୁ ଦି ପଇସା ଆସିବ। ହସ୍ତା ନକ୍ଷତ୍ରର ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ।
ତୁଳା
ତୁଳା
ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ । ବ୍ୟବସାୟିକ କ୍ଷେତ୍ରରୁ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ। ପରିବାରର ଅର୍ଥନୈତିକ କ୍ଷେତ୍ରରେ କିଛିଟା ସମସ୍ୟା ଭିତରେ ଚଳିବାକୁ ବାଧ୍ୟ ହେବେ।
ବିଛା
ବିଛା
ବିବାଦରେ ପଶିଲେ ଅଯଥା ମାନସିକ ଅଶାନ୍ତିକୁ ବଢ଼ାଇବା ବ୍ୟତୀତ କିଛି ଲାଭ ହେବନି। ବିଶ୍ୱସ୍ତ ସୂତ୍ରରୁ ଆଶା କରୁଥିବା ଖବର ପାଇ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଶନି ଓ ବୁଧଙ୍କ କାରଣରୁ ସ୍ନାୟବିକ ଦୁର୍ବଳତା ଦେଖାଦେବା ଯୋଗୁ ଆଳସ୍ୟ ଅନୁଭବ କରିବେ। ସଭାସମିତିରେ ଆଲୋଚନା ଅସମାପ୍ତ ରହିପାରେ।
ଧନୁ
ଧନୁ
ଆଜି ଆପଣ ଜଣେ ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିବେ। ମଙ୍ଗଳ ନୀଚାରୋହୀ ହେତୁ ଜମିଜମା ସମସ୍ୟା କ୍ରମଶଃ ଜଟିଳ ହୋଇପାରେ। ତଥାପି ଆପଣ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ନିଜସ୍ବ ଚିନ୍ତାଧାରାକୁ ଆଧାର କରି ଖୁବ୍‌ ଆଶାବାଦୀ ହେବେ।
ମକର
ମକର
ଆଜି ଚେଷ୍ଟା କରୁଥିବା କାର୍ଯ୍ୟରେ ଅବଶ୍ୟ ସଫଳତା ପାଇବେ। ପାଖ ପଡ଼ୋଶୀଙ୍କ ଛଳନା ଓ ପ୍ରତାରଣାପୂର୍ଣ୍ଣ କଥାକୁ ଭାବିଚିନ୍ତି କରିବା ଭଲ ହେବ। ପରିବାର ସଦସ୍ୟଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଅପେକ୍ଷା କରିଥିବା ଖବରଟି ମଧ୍ୟାହ୍ନ ପରେ ପାଇବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅସ୍ଥିରତାକୁ ବୃଦ୍ଧି କରିପାରେ। କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ। ଘରକୁ ଆସିଥିବା ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ନିର୍ମାଣ, ଶେୟାରବଜାର, ଜମିଜମା କାରବାର ତଥା ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଶଂସିତ ହେବେ।
ମୀନମୀନ
ମାନସିକ ଅସୁସ୍ଥତା ଯୋଗୁ କୌଣସି କାମରେ ମନ ଲାଗିବନାହିଁ। ଅଫିସର କାମ ଚାପ ବୃଦ୍ଧି ପାଇଲେ ହେଁ ସହଯୋଗଭିତ୍ତିରେ ଆଗେଇ ନେବେ। ପିଲାଦିନର ସାଙ୍ଗକୁ ପାଖରେ ପାଇ ଆତ୍ମହରା ହେବେ। ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ଯେଉଁ କଥାକୁ ବଡ଼ ସମସ୍ୟା ବୋଲି ମଣୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri