Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୯ ତାରିଖ – Daily Horoscope

ମେଷ
ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କୃତ୍ତିକା ନକ୍ଷତ୍ର ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ ସମସ୍ୟା ହେତୁ ମାନସିକ ସ୍ତରରେ ଅସୁଖୀ ରହିବେ।
ବୃଷ
ବୃଷ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ରୋହିଣୀ ନକ୍ଷତ୍ର ମୌଳିକ ଚିନ୍ତାଧାରାକୁ ଆଧାର କରି ଖୁବ୍‌ ଆଶାବାଦୀ ହେବେ। ସମସ୍ତ ପ୍ରକାର ସୁବିଧା ଥାଇ ମଧ୍ୟ ସୁଯୋଗ ହାତଛଡ଼ା ହୋଇପାରେ।
ମିଥୁନ
ମିଥୁନ
ଆଜି ପୁନର୍ବସୁ ନକ୍ଷତ୍ର ବହୁତ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ପଡ଼ିବ। ଗୃହ ସମସ୍ୟାର ସମାଧାନ, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଧୈର୍ଯ୍ୟହରା ନ ହୋଇ ପ୍ରତ୍ୟେକ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ସଫଳ ହେବେ। ଛୋଟକଥାକୁ ବଡ଼ ଆକାରରେ ଚିନ୍ତାକରି ଅସ୍ଥିର ରହିପାରନ୍ତି।
କର୍କଟ
କର୍କଟ
ମାନସିକ ସ୍ଥିରତା ଅବ୍ୟାହତ ରଖିଲେ ବହୁତ ଉପକାର ପାଇବେ। ପୁଷ୍ୟା ନକ୍ଷତ୍ର ବରାଦ ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ବିଦେଶରେ ରହୁଥିବା ବ୍ୟକ୍ତିମାନେ ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ଘଟଣା ଟିକିଏ ଜଟିଳଆଡ଼କୁ ଗତି କରିପାରେ।
ସି˚ହ
ସି˚ହ
ଆଜି ଦିନଟିରେ ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। ଋଣଭାରରେ ଅତିଷ୍ଠ ହୋଇ ପାରନ୍ତି ଏବଂ ଅନ୍ୟକୁ ସରଳ ବିଶ୍ୱାସ କରି ଠକିଯାଇ ପାରନ୍ତି। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର ନୂଆ ଯୋଜନା ଉପରେ ଗୁରୁତ୍ୱ ଦେଲେ ସଫଳତା ମିଳିବ। ଆକସ୍ମିକ ଆବଶ୍ୟକତା ପରିପ୍ରେକ୍ଷୀରେ ବହୁତ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
କନ୍ୟା
ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ର ସକାଶେ ଆଜିର ପ୍ରତ୍ୟୁଷ ଯାତ୍ରା ନିଶ୍ଚିତ ଫଳପ୍ରଦ ହେବ। ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ସଫଳତା ପାଇବେ। ଆଶା କରୁଥିବା ଦିଗରୁ ହାତକୁ ଦି’ ପଇସା ଆସିବ। ପରିବାରରେ ହସଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ।
ତୁଳା
ତୁଳା
ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ। ବ୍ୟବସାୟିକ କ୍ଷେତ୍ରରୁ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ। ସ୍ବାତୀ ନକ୍ଷତ୍ର ବନ୍ଧୁଙ୍କ ନିମନ୍ତ୍ରଣକ୍ରମେ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ। ଗବେଷଣା, ଅନୁସନ୍ଧାନ, ଆନୁଷ୍ଠାନିକ ଆଲୋଚନା କ୍ଷେତ୍ରରେ କିଛିଟା ସମସ୍ୟା ଭିତରେ ଚଳିବାକୁ ବାଧ୍ୟହେବେ।
ବିଛା
ବିଛା
ଆଜିର ବିଚାରଧାରା ଅନୁଯାୟୀ ଅନୁରାଧା ନକ୍ଷତ୍ର ଅଯଥା ମାନସିକ ଅଶାନ୍ତିକୁ ବଢ଼ାଇବା ବ୍ୟତୀତ କିଛି ଲାଭ ହେବନି। ତଥାପି ବିଶ୍ୱସ୍ତ ସୂତ୍ରରୁ ଆଶା କରୁଥିବା ଖବର ପାଇ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ସ୍ନାୟବିକ ଦୁର୍ବଳତା ଦେଖାଦେବା କାରଣରୁ ଆଳସ୍ୟ ଅନୁଭବ କରିବେ। ସଭାସମିତିରେ ଆଲୋଚନା ଅସମାପ୍ତ ରହିପାରେ।
ଧନୁ
ଧନୁ
ଆଜି ଆପଣ ଜଣେ ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିବେ। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ଜମିଜମା ସମସ୍ୟା କ୍ରମଶଃ ଜଟିଳ ହୋଇପାରେ। ନିଜସ୍ବ ଚିନ୍ତାଧାରାକୁ ଆଧାରକରି ଖୁବ୍‌ ଆଶାବାଦୀ ହେବେ। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି।
ମକର
ମକର
ଆଜି ଚେଷ୍ଟା କରୁଥିବା କାର୍ଯ୍ୟରେ ଅବଶ୍ୟ ସଫଳତା ପାଇବେ। ପାଖ ପଡ଼ୋଶୀଙ୍କ ଛଳନା ଓ ପ୍ରତାରଣାପୂର୍ଣ୍ଣ କଥାକୁ ଭାବିଚିନ୍ତି କରିବା ଭଲ ହେବ। ଶ୍ରବଣା ନକ୍ଷତ୍ର କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିିବେ। ବହୁ ଦିନର ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରବ ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅସ୍ଥିରତାକୁ ବୃଦ୍ଧି କରିପାରେ। କର୍ମକ୍ଷେତ୍ରରେ ସ୍ବାଧୀନ ଭାବେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ। ନିର୍ମାଣ, ଶେୟାର ବଜାର, ଜମିଜମା କାରବାର ତଥା ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଯେକୌଣସି କାର୍ଯ୍ୟ ପରିବାରର ସହମତିରେ କରିବା ଭଲ ହେବ।
ମୀନମୀନ

ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ପଶନ୍ତୁ ନାହିଁ, କାରଣ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ରେବତୀ ନକ୍ଷତ୍ର ସକାଶେ ଆପୋଷ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ନୂତନ କର୍ମାରମ୍ଭ କ୍ଷେତ୍ରରେ ବନ୍ଧୁଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri