Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ
ଭୁଲ୍‌ ବୁଝାମଣା ହେତୁ ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବାରୁ ଚିନ୍ତା ପ୍ରକଟ କରିପାରନ୍ତି। ତରବରିଆ ଯାତ୍ରା ସମୟରେ ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବାରୁ ଆଶ୍ୱସ୍ତି ଲାଭ କରିବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା ଏବଂ ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ।
ବୃଷ
ବୃଷ
ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ଅଂଶୀଦାରଙ୍କ ପରାମର୍ଶରେ ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ ହେବେ। ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଆଜିର ଯାତ୍ରା ସଫଳ ହେବ। ସ୍ବାସ୍ଥ୍ୟ ସମସ୍ୟା ରହିଥିଲେ ହେଁ ଅବହେଳାଜନିତ କୌଣସି ଉପଚାର କରି ନ ପାରନ୍ତି।
ମିଥୁନ
ମିଥୁନ
ଅସ୍ଥିର ମନ ହେତୁ କଥାରେ ସଂଯମତା ହରାଇବେ ଓ ସମସ୍ୟାକୁ ଡାକି ଆଣିଲା ଭଳି କାମ କରିବେ। ଋଣସୂତ୍ରରେ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ସମ୍ପନ୍ନ ହେବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି। ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମ୍‌ନା କରିବାର ସାହସ ଜୁଟିଯିବ। କିନ୍ତୁ ରାହୁଙ୍କ କ୍ରୂରଦୃଷ୍ଟିରୁ ଅନ୍ୟମନସ୍କତା ଓ ଭୁଲ୍‌ ବୁଝାମଣା ଜନିତ କେତେକ ଭୁଲ୍‌ କରିବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କଚେରି ମାମଲାର ଆଶୁ ଶୁଣାଣି ହେବ, କିନ୍ତୁ ସନ୍ତୋଷ ପାଇପାରିବେ ନାହିଁ।
ସି˚ହ
ସି˚ହ
ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବାରେ ସହାୟକ ହେବ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ନୀରବ ରହିପାରିଲେ ଭଲ ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, ମାତ୍ର କାମର ଚାପ ବଢ଼ିଯାଇପାରେ। ବାଣିଜ୍ୟ, ବ୍ୟବସାୟ, ସଂଗଠନ, ତଥା ଆନୁଷ୍ଠାନିକ କାମରେ ସଫଳତା ପାଇବେ।
କନ୍ୟା
ଆଜି ସମସ୍ୟା ସମାଧାନ ପାଇଁ ଯେତେ ଚେଷ୍ଟା କଲେ ମଧ୍ୟ ପାରିବେ ନାହିଁ। ପରିବାର ଭିତରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। କୌଣସି ଗୃହୋପକରଣ କିମ୍ବା ମୂଲ୍ୟବାନ ସାମଗ୍ରୀ କ୍ରୟ କରିପାରନ୍ତି।
ତୁଳା
ତୁଳା
ଆଜିର ରାଜନୈତିକ ସ୍ଥିତିରେ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ରହିଥିବା କାରଣରୁ ବହୁତ ଗୁଡ଼ାଏ କାମ ହାତକୁ ନେଇ ବ୍ୟଥିତ ହେବେ। ବନ୍ଧୁ ଗହଣରେ ମଉଜିଆ କଥା କହି ପ୍ରଶଂସିତ ହୋଇପାରନ୍ତି।
ବିଛା
ବିଛା
ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ। କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ଅନ୍ୟଙ୍କୁ ଆପଣେଇ ନେବେ। ଅନ୍ୟାୟ ବିରୋଧରେ ସ୍ବର ଉଠାଇ ଶତ୍ରୁତା ସୃଷ୍ଟି କରିପାରନ୍ତି। ଏଜେନ୍ସିପ୍‌, ସାହିତ୍ୟ, ସାମ୍ବାଦିକତା, ରାଜନୀତି, କଳା ଓ କାରୁକାର୍ଯ୍ୟରୁ ସୁଫଳ ପାଇବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ନିଜର ବୁଦ୍ଧିମତ୍ତାର ଉପଯୋଗ କରି କୃତିତ୍ୱ ଅର୍ଜନ କରିବେ। ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିପାରନ୍ତି। କର୍ମ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
ମକର
ମକର
କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଝଗଡ଼ା ଲାଗିପାରେ। ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ବ୍ୟସ୍ତତା ବୃଦ୍ଧି ହେତୁ ଅନ୍ୟମନସ୍କ ଜନିତ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସମ୍ପର୍କୀୟଙ୍କ ଈର୍ଷା ଓ ଅସୂୟା ଭାବ ଯୋଗୁ ବିଚଳିତ ବୋଧ କରିବେ ।
ମୀନମୀନ
ଦୀର୍ଘଦିନ ହେଲା ଯାହା ଆଶା କରୁଥିଲେ ତାହା ବହୁତ ବିଳମ୍ବରେ ଅବଶ୍ୟ ମିଳିବ । ଆନୁଷ୍ଠାନିକ କାମରୁ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳି୍ଯଯ ଦୂରେଇ ଯିବ । ଅସୁସ୍ଥତା କାରଣ ହେତୁ କେତେକ କାମରେ ଅବହେଳା କରିପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri