Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ
ସାଧାରଣ ଘଟଣାରେ ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ, ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ତଥାପି ସେମିତି କିଛି ଅସୁବିଧା ହେବନି। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ।
ବୃଷ
ବୃଷ
ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ୍‌ ହେବେ। ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଯାତ୍ରା ସଫଳ ହେବ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ, କିନ୍ତୁ ଅବହେଳାଜନିତ କୌଣସି ଉପଚାର କରିପାରନ୍ତି ।
ମିଥୁନ
ମିଥୁନ
ଅସ୍ଥିର ମନ ହେତୁ କଥାରେ ସଂଯମତା ହରାଇବେ ଓ ସମସ୍ୟାକୁ ଡାକି ଆଣିଲା ଭଳି କାମ କରିବେ। ଅପରାହ୍ନେ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି। ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମ୍‌ନା କରିବାରେ ସାହସ ଜୁଟିଯିବ। ବିତର୍କଜନିତ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କଚେରି ମାମଲାର ଆଶୁ ଶୁଣାଣି ହେବ, କିନ୍ତୁ ସନ୍ତୋଷ ପାଇ ପାରିବେ ନାହିଁ।
ସି˚ହ
ସି˚ହ
ପୂର୍ବ ଶତ୍ରୁତାର କୁଫଳ ସଦୃଶ ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବାରେ ସହାୟକ ହେବ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, ମାତ୍ର କାମର ଚାପ ବଢ଼ିଯିବ ।
କନ୍ୟା
ସମସ୍ୟା ସମାଧାନ ପାଇଁ ଯେତେ ଚେଷ୍ଟା କଲେ ମଧ୍ୟ ପାରିବେ ନାହିଁ। ପରିବାର ଭିତରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଅଁାଇବାକୁ ପଡ଼ିବ। ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ତୁଳା
ତୁଳା
ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ରହିଥିବା କାରଣରୁ ଗୁଡ଼ାଏ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ, କିନ୍ତୁ ପରୋକ୍ଷ ଶତ୍ରୁତା ମଧ୍ୟ ସୃଷ୍ଟି ହେବ। ଅପରାହ୍ନରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ଅନ୍ୟଙ୍କୁ ଆପଣେଇ ନେବେ। ପରିଜନଙ୍କ ସ୍ବାସ୍ଥ୍ୟ ସମସ୍ୟା ଜନିତ ବିଚଳିତବୋଧ କରିପାରନ୍ତି। ଏଜେନ୍‌ଶିପ୍‌, ସାହିତ୍ୟ, ସାମ୍ବାଦିକତା, ରାଜନୀତି, ନୂତନ କର୍ମାରମ୍ଭ, କଳା ପ୍ରଭୃତିରୁ ସୁଫଳ ପାଇବେ। ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ନିଜର ବୁଦ୍ଧିମତ୍ତାର ଉପଯୋଗ କରି କୃତିତ୍ୱ ଅର୍ଜନ କରିବେ। କିନ୍ତୁ ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇ ପାରନ୍ତି। ସହକର୍ମୀ, ଭାଇ ଭଉଣୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ଜୋର୍‌ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ।
ମକର
ମକର
ଅଫିସ୍‌ରେ କିମ୍ବା କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଝଗଡ଼ା ଲାଗିପାରେ। ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ଦୁଶ୍ଚିନ୍ତାର କାରଣ ହୋଇପାରେ। ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଶତଭିଷା ନକ୍ଷତ୍ର ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ମୀନମୀନ
ଦୀର୍ଘଦିନ ହେଲା ଆପଣ ଯାହା ଆଶା କରୁଥିଲେ, ତାହା ବହୁତ ବିଳମ୍ବରେ ଅବଶ୍ୟ ମିଳିବ। ଆନୁଷ୍ଠାନିକ କାମରୁ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂରେଇ ଯିବ। ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?