Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ
ସାଧାରଣ କଥାକୁ ନେଇ ବନ୍ଧୁ ସମ୍ପର୍କ ଫିକା ପଡିଯିବ, ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ । ତଥାପି ସେମିତି କିଛି ଅସୁବିଧା ହେବନି। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ।
ବୃଷ
ବୃଷ
ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ ହେବେ। ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଯାତ୍ରା ସଫଳ ହେବ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ, କିନ୍ତୁ ଅବହେଳାଜନିତ କୈାଣସି ଉପଚାର କରି ନ ପାରନ୍ତି।
ମିଥୁନ
ମିଥୁନ
ଆବଶ୍ୟକତା ପୂରଣ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। ଅସ୍ଥିର ମନ ହେତୁ କଥାରେ ସଂଯମତା ହରାଇବେ ଓ ସମସ୍ୟାକୁ ଡାକି ଆଣିଲା ଭଳି କାମ କରିବେ। କ୍ରୀଡା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି। ନିଜ ଗୃହ ସମସ୍ୟାକୁ ସଜାଡିବାକୁ ଯାଇ ବହୁତ ହଇରାଣ ହେବାକୁ ପଡିପାରେ।
କର୍କଟ
କର୍କଟ
ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମ୍‌ନା କରିବାର ସାହସ ଜୁଟିଯିବ। ବିତର୍କଜନିତ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କଚେରି ମାମଲାର ଶୀଘ୍ର ଶୁଣାଣି ହେବ କିନ୍ତୁ ସନ୍ତୋଷ ପାଇପାରିବେ ନାହିଁ।
ସି˚ହ
ସି˚ହ
ନିକଟ ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବାରେ ସହାୟକ ହେବ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, ମାତ୍ର କାମର ଚାପ ବୃଦ୍ଧି ପାଇବ। ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣ ମଧ୍ୟରେ ରହିବ ।
କନ୍ୟା
ସମସ୍ୟା ସମାଧାନ କରିବା ପାଇଁ ଯେତେପ୍ରକାର ଚେଷ୍ଟା କଲେ ମଧ୍ୟ ପାରିବେ ନାହିଁ। ପରିବାର ଭିତରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିବ। ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ରହିଥିବା କାରଣରୁ ବହୁତଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ। ଅପରାହ୍ନରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ। କର୍ମକ୍ଷେତ୍ରରେ ଠିକ୍‌ ଓ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ। ଅନ୍ୟାୟ ବିରୋଧରେ ସ୍ବର ଉଠାଇ ଶତ୍ରୁତା ସୃଷ୍ଟି କରିପାରନ୍ତି। ସାହିତ୍ୟ, ରାଜନୀତି, କର୍ମାରମ୍ଭ, କଳା ଓ ଏଜେନଶିପ୍‌ ପ୍ରଭୃତିରୁ ସୁଫଳ ପାଇବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ନିଜର ବୁଦ୍ଧିମତ୍ତାର ଉପଯୋଗ କରି କୃତିତ୍ୱ ଅର୍ଜନ କରିବେ। ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୈାଣସି ଜିନିଷ ହରାଇପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ଜୋର୍‌ କରି ଅନ୍ୟମାନଙ୍କଠାରୁ ଅର୍ଥ,କାମ,ଆଦାୟ କରିବାରେ ସଫଳ ହେବେ।
ମକର
ମକର
କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଝଗଡା ଲାଗିପାରେ। ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସକାଳୁ ସକାଳୁ ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବ।
ମୀନମୀନ

ଦୀର୍ଘଦିନ ହେଲା ଆପଣ ଯାହା ଆଶା କରୁଥିଲେ ତାହା ବହୁତ ବିଳମ୍ବରେ ଅବଶ୍ୟ ମିଳିବ। ଆନୁଷ୍ଠାନିକ କାମରୁ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂରେଇ ଯିବ । ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?