Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ
ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ଯୁକ୍ତିତର୍କରୁ ବନ୍ଧୁ ସମ୍ପର୍କ ଫିକା ପଡିଯିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟ, ପ୍ରକାଶନ, ଅଧ୍ୟାପନା ଓ ସାମ୍ବାଦିକତାରୁ ଶୁଭଫଳ ମିଳିବ।
ବୃଷ
ବୃଷ
ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ ହେଲେ ମଧ୍ୟ ସନ୍ତୋଷଜନକ ନ ହୋଇପାରେ। ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଯାତ୍ରା ସଫଳ ହେବ। ଦୀର୍ଘଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି।
ମିଥୁନ
ମିଥୁନ
ଆଜି ଯାହା ଚାହୁଁଛନ୍ତି ତାହା ପାଇବେ ଏବଂ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ପାଇବାରେ ଅସୁବିଧା ହେବନାହିଁ। ଅସ୍ଥିର ମନ ହେତୁ କଥାରେ ସଂଯମତା ହରାଇବେ ଓ ସମସ୍ୟାକୁ ଡାକି ଆଣିଲା ଭଳି କାମ କରିପାରନ୍ତି। କ୍ରୀଡ଼ା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ସାମ୍ନା କରିବାର ସାହସ ଜୁଟିଯିବ। ଅନ୍ୟମନସ୍କତାରୁ କେତେକ ଭୁଲ୍‌ କରି ସମାଲୋଚିତ ହୋଇପାରନ୍ତି। ଅବଶ୍ୟ ବିତର୍କଜନିତ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବା ଦୁଶ୍ଚିନ୍ତାର କାରଣ ହୋଇପାରେ।
ସି˚ହ
ସି˚ହ
ବ୍ୟୟସଙ୍କୋଚ ସକାଶେ ବିଭିନ୍ନ ଯୋଜନା ପ୍ରସ୍ତୁତ କଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ମାତ୍ର କାମର ଚାପ ବଢିଯିବାରୁ ଅସ୍ଥିରତା ଅନୁଭବ କରିବେ।
କନ୍ୟା
ବନ୍ଧୁଙ୍କ ଜରିଆରେ ସମାଧାନ କରିବା ପାଇଁ ଯେତେ ଚେଷ୍ଟା କଲେ ମଧ୍ୟ ପାରିବେ ନାହିଁ। ପରିବାର ଭିତରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିବ। ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ତୁଳା
ତୁଳା
ପରିବାରର ଖର୍ଚ୍ଚ ବୃଦ୍ଧିଜନିତ ଦୈନନ୍ଦିନ ଜୀବନରେ ବ୍ୟତିକ୍ରମ ପରିଲକ୍ଷିତ ହେବ। ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲରେ ସମର୍ଥ ହେବେ। ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହ ଲାଗିପାରେ। ବହୁତ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି।
ବିଛା
ବିଛା
ଯେକୌଣସି କ୍ଷେତ୍ରରେ ପ୍ରବେଶ କରିବା ଅଥବା ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳ ହେବେ । କର୍ମକ୍ଷେତ୍ରରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇ ପରୋକ୍ଷ ଶତ୍ରୁତା ସୃଷ୍ଟି କରିପାରନ୍ତି। ପରିଜନଙ୍କ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ବିଚଳିତବୋଧ କରିପାରନ୍ତି । ଏଜେନ୍ସିପ୍‌, ସାହିତ୍ୟ, ସାମ୍ବାଦିକତା, ରାଜନୀତିରୁ ସୁଫଳ ପାଇବେ।
ଧନୁ
ଧନୁ
ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବେ। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ହାସଲ ଆଶାରେ ପୂର୍ଣ୍ଣଚ୍ଛେଦ ପଡ଼ିପାରେ। ସମୟାନ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜିବାରେ ସମର୍ଥ ହୋଇପାରନ୍ତି। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ର ମନ୍ଦ ହେବନାହିଁ।
ମକର
ମକର
କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ସହଯୋଗମୂଳକ କାମରେ ସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଝଗଡ଼ା ଲାଗିପାରେ। ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା ହେତୁ ବ୍ୟସ୍ତତା ପ୍ରକାଶ କରିବେ।
କୁମ୍ଭ
କୁମ୍ଭ
ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅଧିକାଂଶ ସମୟ ଅନ୍ୟମନସ୍କ ହେତୁ ପ୍ରତ୍ୟେକ କ୍ଷେତ୍ରରେ ବ୍ୟତିକ୍ରମ ପରିଲକ୍ଷିତ ହେବ। ସକାଳୁ ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବାର ସୂଚନା ରହିଛି। ସମ୍ପର୍କୀୟଙ୍କ ଈର୍ଷା ଓ ଅସୂୟା ଭାବ ଯୋଗୁ ସାମୟିକ ମନ ବିଚଳିତ ରହିବ ।
ମୀନମୀନ

ଦୀର୍ଘଦିନ ହେଲା ଯାହା ଆଶା କରୁଥିଲେ ତାହା ଆଜି ବିଳମ୍ବରେ ଅବଶ୍ୟ ମିଳିବ । ଆନୁଷ୍ଠାନିକ କାମରୁ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂରେଇ ଯିବ । ତଥାପି ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ।

Get accurate and insightful horoscopes every day — only with 👉 Dharitri – Odisha’s No.1 Trusted Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

ରାଶିଫଳ: ଶନିବାର, ଫେବୃଆରୀ ୨୮ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଆର୍ଥିକ ଅଭିବୃଦ୍ଧିଜନିତ ମାନସିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ପରୋକ୍ଷ ଶତ୍ରୁତାଜନିତ କାର୍ଯ୍ୟହାନି ଘଟିପାରେ । କୃତ୍ତିକା ନକ୍ଷତ୍ର ସକାଶେ ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri