Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ
ଆଜି ଆପଣ ନିକଟ ସମ୍ପର୍କୀୟଙ୍କ ଦ୍ୱାରା କାର୍ଯ୍ୟ ହାସଲ କରିବେ। ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ମାନଙ୍କ ପ୍ରତି ଆଗ୍ରହୀ ହେବେ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସଂପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। କୃତିକା ନକ୍ଷତ୍ରର ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ପ୍ରତ୍ୟେକ କାର୍ଯ୍ୟ ସମସ୍ୟାବହୁଳ ହୋଇପଡିବା କାରଣରୁ ମାନସିକ ଅସ୍ଥିରତା ବୃଦ୍ଧି ପାଇବ। ମୃଗଶିରା ନକ୍ଷତ୍ରର ଘରେ କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ। ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଅଭାବ ନ ଥିଲେ ମଧ୍ୟ ଆବଶ୍ୟକତା ଅନୁଯାୟୀ ଅର୍ଥାଭାବ ପରିଲକ୍ଷିତ ହୋଇପାରେ।
ମିଥୁନ
ମିଥୁନ
ଆଜିର କାମରେ ଆପଣଙ୍କୁ ପାଖ,ପଡୋଶୀ ସାହାଯ୍ୟ କରିବେ। ଆରଦ୍ରା ନକ୍ଷତ୍ରର ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମାନସିକ ସ୍ଥିରତା ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କ ସାହାଯ୍ୟ ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ। ପ୍ରକାଶନ, ପରିବହନ, ପ୍ରଶାସନ ଓ ଆଇନ ଅଦାଲତରେ ସମସ୍ୟାର ସମାଧାନ ହୋଇଯିବ। ପୁଷ୍ୟା ନକ୍ଷତ୍ରବନ୍ଧୁଙ୍କ ସହ ସାଧାରଣ ଯୁକ୍ତିତର୍କରୁ ଅଶାନ୍ତ ରହିବେ।
ସି˚ହ
ସି˚ହ
ଅଟକି ରହିଥିବା ଅର୍ଥଲାଭରୁ ମନ ଖୁସି ରହିବ। ଈର୍ଷାପରାୟଣ ମନୋଭାବ ପୋଷଣ କରି ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ମଘା ନକ୍ଷତ୍ରର ଯିବା ଆସିବା ସମୟରେ ସତର୍କ ନରହିଲେ ସାଧାରଣ ଆଘାତ ଲାଗିପାରେ। ଅଧ୍ୟୟନ ଓ ଅଧ୍ୟାପନା, କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ।
କନ୍ୟା
ଆଜି କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରି ପାରିବେ ନାହିଁ। ଅନ୍ୟ ମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମ ଗୁଡିକର ସମୀକ୍ଷା କରିବେ। ହସ୍ତା ନକ୍ଷତ୍ର ସକାଶେ ପିଲାମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ସାମୟିକ ଜ୍ୱର କିମ୍ବା ସ୍ନାୟବିକ ଦୁର୍ବଳତା ଜନିତ ଅଶ୍ୱସ୍ଥିକର ଅନୁଭବ କରିପାରନ୍ତି।
ତୁଳା
ତୁଳା
ବିଶାଖା ନକ୍ଷତ୍ର ସମସ୍ୟାର ସରଳ ସମାଧନ ପାଇଁ ଉଦ୍ୟମ କଲେ ସଫଳତା ପାଇବେ। ଭଲ ସମ୍ପର୍କ ନ ଥିବା ସହକର୍ମୀଟିର ହସ୍ତକ୍ଷେପ ଫଳରେ କୌଣସି କାମ ଶେଷ ମୁହୂର୍ତ୍ତରେ ବିଗିଡିଯିବା ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟରେ ଲାଭ ନ ହେଲେ ମଧ୍ୟ କ୍ଷତି ହେବ ନାହିଁ । ଲାଗି ରହିଥିବା କଚେରୀ ମାମଲା ସକାଶେ ଦୁଃଚିନ୍ତା ବଢିପାରେ।
ବିଛା
ବିଛା
ସାମାଜିକ ସ୍ତରରେ ଅନ୍ୟଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରି ଖୁସି ହେବେ। ଶିଳ୍ପ, ପରିବହନ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଅନୁରାଧା ନକ୍ଷତ୍ର ସକାଶେ ଉପକାର କରିଥିବା ବ୍ୟକ୍ତିଙ୍କ ଠାରୁ ପ୍ରତିଦାନ ପାଇବା ଦୁଲ୍ଲଭ ହୋଇ ପଡିବ।
ଧନୁ
ଧନୁ
ପରିବାରର ଅସ୍ବାଭାବିକ ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହେବ। ଅବଶ୍ୟ ପୂର୍ବଷାଢା ନକ୍ଷତ୍ର ପାଇଁ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ନିତ କରିବା ସମ୍ଭାବନା ରହିଛି। ସଭାସମିତିରେ ଇଛା ବିରୋଧରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭ ନିଶ୍ଚିତ ମିଳିବ।
ମକର
ମକର
ଆପଣଙ୍କର ବ୍ୟବହାର ବନ୍ଧୁଙ୍କ ମନରେ ଆନନ୍ଦ ଭରିଦେବ। କୌଶଳ କ୍ରମେ ପ୍ରତିଦ୍ୱନ୍ଦିତା, ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିପାରିବେ। ଉତ୍ତରାଷାଢା ନକ୍ଷତ୍ରର କୌଣସି ସମସ୍ୟା ହେତୁ ନିର୍ମାଣାଧୀନ କାମଟି ଆଜି କରିପାରିବେ ନାହିଁ। ସହକର୍ମୀଙ୍କଠାରୁ ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ଭାବନା ସୃଷ୍ଟି ହେବ।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରବ ନକ୍ଷତ୍ର ବନ୍ଧୁଙ୍କୁ ଆପଣେଇ କାମ ହାସଲ କରିବେ। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବାରେ ନିଜର ତ୍ୟାଗ ଓ କୈାଶଳ କାମକୁ ଆସିବ। କୈାଣସି ଅତୀତ ଘଟଣା ବିଷୟରେ ଭାବପ୍ରବଣତା ଯୋଗୁଁ ସାୟାହ୍ନେ ନୈରାଶ୍ୟ ଅନୁଭବ କରିପାରନ୍ତି। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ମନ ଏକ ପ୍ରକାର ଖୁସୀ ରହିବେ।
ମୀନମୀନ
ଉତରଭାଦ୍ରବ ନକ୍ଷତ୍ର ଆଜିର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ପାରିବାରିକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜ ଲୋକ ମାନଙ୍କ ଈର୍ଷାପରାୟଣତା ହେତୁ ସାମୟିକ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜୁନ୍ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।…

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ,…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

ରାଶିଫଳ: ଶୁକ୍ରବାର, ମେ ୨୯ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। କର୍ମକ୍ଷେତ୍ରରେ ଅଭିଳଷିତ କାର୍ଯ୍ୟ ସମ୍ପାଦନ କରିବେ। ଆଜିର ଯାତ୍ରା, ବ୍ୟବସାୟ, ଗବେଷଣା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି।…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri