Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ
ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ଭୋଗବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଧାର କରଜକୁ କେନ୍ଦ୍ରକରି କଳହର ସମ୍ଭାବନା ଦେଖାଦେବ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ପ୍ରତ୍ୟେକ କାର୍ଯ୍ୟ ସମସ୍ୟାବହୁଳ ହୋଇପଡ଼ିବା କାରଣରୁ ମାନସିକ ଅସ୍ଥିରତା ବୃଦ୍ଧି ପାଇବ। ଘରେ ଅସାବଧାନତାବଶତଃ କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ। ହଠାତ୍‌ ଅଫିସ୍‌ ଯିବା ସମୟକୁ ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହେବେ। ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ଆଜି ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ବୃଥା ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ସମସ୍ୟା ଦେଖାଦେଇପାରେ।
କର୍କଟ
କର୍କଟ
ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ ଆପଣଙ୍କୁ ସାହାଯ୍ୟ ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ। ପ୍ରକାଶନ, ପରିବହନ, ପ୍ରଶାସନ ଓ ଆଇନ ଅଦାଲତରେ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁଙ୍କ ସହ ସାଧାରଣ ଯୁକ୍ତିତର୍କରୁ ଅଶାନ୍ତ ରହିବେ।
ସି˚ହ
ସି˚ହ
ପୂର୍ବରୁ ଅଟକି ଥିବା ଅର୍ଥଲାଭରୁ ମନ ଖୁସି ହୋଇଯିବ। ଈର୍ଷାପରାୟଣ ମନୋଭାବ ପୋଷଣ କରି ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ଯିବା ଆସିବା ସମୟରେ ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ। ଅଧ୍ୟୟନ ଓ ଅଧ୍ୟାପନା, କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ।
କନ୍ୟା
ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଆଜି ଯାହା ପାଇବା ଲାଗି ଆଶା ରଖିଛନ୍ତି, ତାହା ବହୁ ବିଳମ୍ବରେ ଓ କଷ୍ଟର ସହ ପାଇବେ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ସାମୟିକ ଜ୍ୱର କିମ୍ବା ସ୍ନାୟବିକ ଦୁର୍ବଳତା ଦେଖାଦେଇପାରେ।
ତୁଳା
ତୁଳା
ସହକର୍ମୀଙ୍କ ହସ୍ତକ୍ଷେପରେ କୌଣସି କାମ ଶେଷ ମୁହୂର୍ତ୍ତରେ ବିଗିଡ଼ିଯିବା ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟରେ ଆଜି କ୍ଷତି ହେବନାହିଁ। ଦୀର୍ଘଦିନରୁ ଲାଗିରହିଥିବା କଚେରି ମାମଲା ଲାଗି ଦୁଶ୍ଚିନ୍ତା ବଢ଼ିପାରେ। ସନ୍ତାନଙ୍କ ସ୍ବାସ୍ଥ୍ୟହାନି କାରଣରୁ ବିଚଳିତ ହୋଇପାରନ୍ତି ମାତ୍ର କୌଣସି ବିଶେଷ ଅସୁବିଧା ହେବନାହିଁ।
ବିଛା
ବିଛା
କର୍ମକ୍ଷେତ୍ର ଓ ପରିବାରରେ ଶ୍ରଦ୍ଧା ଆଉ ସମ୍ମାନ ହାସଲ କରି ଖୁସି ହେବେ। ଶିଳ୍ପ, ପରିବହନ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଆଲୋଚନା ପରିସରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିପାରନ୍ତି। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲ୍ଲଭ ହୋଇପଡ଼ିବ।
ଧନୁ
ଧନୁ
ପରିବାରର ଅସ୍ବାଭାବିକ ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହେବ। ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ନିଜ ଲୋକ ମାନଙ୍କ ଗହଣରେ ଅଧିକାଂଶ ସମୟ ବିଳାସବ୍ୟସନ ମଧ୍ୟରେ ଅତିବାହିତ ହେବ। ସଭାସମିତିରେ ନିଜ ଇଚ୍ଛା ବିରୋଧରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି।
ମକର
ମକର
ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। କୌଶଳ ପ୍ରୟୋଗ କରି ପ୍ରତିଦ୍ୱନ୍ଦ୍ୱିତା, ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ଆକସ୍ମିକ କୌଣସି ସମସ୍ୟା ହେତୁ ନିର୍ମାଣାଧୀନ କାମଟି ଆଜି ବାସ୍ତବରେ କରିପାରିବେ ନାହିଁ। ସହକର୍ମୀଙ୍କଠାରୁ କିଛି ଗୁଜବ ଶୁଣିବା ପରେ ମନରେ ଭାବନା ସୃଷ୍ଟି ହେବ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କୁ ଆପଣେଇ ନେବାରେ ସମର୍ଥ ହେବେ ଓ କାମ ହାସଲ କରିବେ। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବାରେ ନିଜର ତ୍ୟାଗ ଓ କୌଶଳ କାମରେ ଆସିବ। କୌଣସି ଅତୀତ ଘଟଣା ବିଷୟରେ ଭାବପ୍ରବଣତା ଯୋଗୁ ସାୟାହ୍ନେ ନୈରାଶ୍ୟ ଅନୁଭବ କରିପାରନ୍ତି। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ହେବାରୁ ମନ ଏକପ୍ରକାର ଖୁସି ରହିବ।
ମୀନମୀନ
ପାରିବାରିକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ। କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜ ଲୋକଙ୍କ ଈର୍ଷାପରାୟଣତା ହେତୁ ସାମୟିକ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri