Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ
ବିଭିନ୍ନ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଆପଣ କୌଶଳରେ କାର୍ଯ୍ୟ ସାଧନ କରିପାରିବେ। ପରିବାର ସକାଶେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିବେ। ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମଗୁଡ଼ିକ ଅଧାରେ ଅଟକିଯିବ।
ବୃଷ
ବୃଷ
ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେକରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି । ଅଫିସ୍‌ରେ ସାଧାରଣ ବଚସାରୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ପଡ଼ୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।
ମିଥୁନ
ମିଥୁନ
ନିଜ ପରିସରର ବ୍ୟକ୍ତିମାନଙ୍କ ସାହାଯ୍ୟରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସରଳ ସମାଧାନ ହୋଇଯିବ। ବହୁତ ଦିନ ଧରି ଭାଙ୍ଗି ପଡ଼ିଥିବା ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ କାର୍ଯ୍ୟାବଳୀ ଓ ଅଫିସ୍‌ର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ବନ୍ଧୁ ପ୍ରତିଶ୍ରୁତି ଦେଇ ଶେଷରେ ନାସ୍ତିବାଣୀ ଶୁଣାଇବେ। ସନ୍ତାନହେତୁକ ଚିନ୍ତା ଦୂରହେବ।
କର୍କଟ
କର୍କଟ
ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରୀଚିକା ପଛରେ ଦୌଡ଼ି ଅନୁତାପ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନ ଆଶା ଓ ଆଶଙ୍କାରେ ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି।
ସି˚ହ
ସି˚ହ
କାମର ଚାପ ବୃଦ୍ଧି ପାଉଥିଲେ ମଧ୍ୟ ସ୍ବାସ୍ଥ୍ୟ ପ୍ରତି ଅବିଚାର କଲେ ଏଥିପାଇଁ ବହୁମୂଲ୍ୟ ଦେବାକୁ ପଡ଼ିବ। ବନ୍ଧୁଙ୍କ ସାହାଯ୍ୟରେ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଅଯଥା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବାରେ ସାମୟିକ ଖୁସି ରହିବେ।
କନ୍ୟା
ପ୍ରତ୍ୟେକ କ୍ଷେତ୍ର ସମସ୍ୟା ବିଜଡ଼ିତ ରହୁଥିବା କାରଣରୁ ମାନସିକ ସ୍ଥିତି ଭଲ ରହିନପାରେ। ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଆଲୋଚନା କାଳରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ହୋଇପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ପୁରାତନ ରୋଗର ପୀଡ଼ା ଅନୁଭବ କରିପାରନ୍ତି।
ତୁଳା
ତୁଳା
ଆଜି ସକାଳୁ ସକାଳୁ ପରିବାର ମଧ୍ୟରେ ସାଧାରଣ କଥାରୁ କଳହ ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କାମରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟୁଷ ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ବଦଳି ଯାଇଥିଲେ ମଧ୍ୟ ବନ୍ଧୁଙ୍କ ପୂର୍ବର ସେହି ଅନୁରାଗ ରହିବ ନାହିଁ। ସାଧାରଣ କଥାକୁ କେନ୍ଦ୍ରକରି ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସମସ୍ୟା ସମାଧାନରେ ପଡ଼ୋଶୀଙ୍କ ଅବଦାନ ସ୍ମରଣୀୟ ରହିବ।
ଧନୁ
ଧନୁ
ହସଖୁସିର ଆଲୋଚନା ମଧ୍ୟଭାଗରେ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଘଟଣାର ଗୁରୁତ୍ୱ ନ ବୁଝି ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି।
ମକର
ମକର
ଯାହା କରୁଛନ୍ତି ଭାବିଚିନ୍ତି କରନ୍ତୁ। ବନ୍ଧୁଙ୍କ ପରାମର୍ଶକୁ ନିର୍ବିବାଦରେ ଗ୍ରହଣ କରିନେବା ଭଲ ହେବ। ଅନ୍ୟଥା ବିବାଦୀୟ ହେବାର ଆଶଙ୍କା ଦେଖାଦେଇପାରେ। ଉପରିସ୍ଥଙ୍କ ସାହାଯ୍ୟ ଲାଭକରି ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ପ୍ରତି ଅବହେଳା କଲେ ଅନୁତାପ କରିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରେଇବାର ପ୍ରଯନତ୍ କରିପାରନ୍ତି। ସରଳ ଭାବରେ କୌଣସି କଥାକୁ ଗ୍ରହଣ ନକରି ପରୀକ୍ଷା କରି କାମରେ ଲଗାଇ ପାରନ୍ତି। ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ, କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ।
ମୀନମୀନ
ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହୋଇଯିବ, ମାତ୍ର ସଠିକତା ନିର୍ଣ୍ଣୟ ନ କରି ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ କରିପାରନ୍ତି। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିପାରନ୍ତି। ପାରିବାରିକ ଅଶାନ୍ତି ପରିପ୍ରେକ୍ଷୀରେ ଗୁରୁଜନଙ୍କ ସାନ୍ତ୍ବନା ମନରେ ଆଶ୍ୱସ୍ତି ଭରିପାରେ। ପରିବାରର ଖର୍ଚ୍ଚ ଭାର ବୃଦ୍ଧି ଯୋଗୁ ଚିନ୍ତାପ୍ରକଟ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ୍‌ ୨୮ ତାରିଖ – Daily Horoscope

ମେଷ ବାରମ୍ବାର ଭୁଲ୍‌ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା କଠିନ ହୋଇପାରେ। ନିଜ ପରିବେଶରେ ସହମତି ମାଧ୍ୟମରେ କାର୍ଯ୍ୟକଲେ...

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୩ ତାରିଖ – Daily Horoscope

ମେଷ ଆଜି ରବିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅର୍ଥ ଓ ବୈଷୟିକ ସୁଖ ସମୃଦ୍ଧି ଦିଗରେ ନୂତନ ପଦକ୍ଷେପ ନେଇପାରନ୍ତି। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା,...

ରାଶିଫଳ: ଶନିବାର, ମେ ୬ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତି ପ୍ରଭାବରୁ ଉଚ୍ଚ ମନ ଓ ଦୃଢ଼ ଆତ୍ମବଳ ନେଇ କାମ କରିବେ। ମୁଖାଧିପତି ମଙ୍ଗଳ ଯୁକ୍ତ କାରଣରୁ କଥା କହିବାରେ...

ରାଶିଫଳ: ମଙ୍ଗଳବାର, ନଭେମ୍ବର ୩ ତାରିଖ – Daily Horoscope

ମେଷ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ଜଣେ ପ୍ରିୟ ବନ୍ଧୁ ମାର୍ଗଦର୍ଶକ ସାଜିପାରନ୍ତି। ଦ୍ୱିଜା...

ରାଶିଫଳ: ଗୁରୁବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କେନ୍ଦ୍ରସ୍ଥ ବୃହସ୍ପତି ଗଜକେଶରୀ ଯୋଗ ସୃଷ୍ଟି କରୁଥିବାରୁ ପ୍ରତ୍ୟେକ କାର୍ଯ୍ୟ ନିର୍ବିଘ୍ନରେ ସମ୍ପନ୍ନ ହେବ। ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ...

ରାଶିଫଳ: ବୁଧବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ର ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ସମ୍ପନ୍ନ ହେବା କଷ୍ଟକର ହେବ। ପାରିବାରିକ ସମସ୍ୟା, ପରିବହନରେ ଝଗଡା, ଯାନ ବାହନରେ...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଚନ୍ଦ୍ର ଓ ମଙ୍ଗଳଙ୍କ ସ୍ଥିତିଜନିତ ପାରିବାରିକ ଜୀବନରେ ସୌହାର୍ଦ୍ଦ୍ୟତା, କାର୍ଯ୍ୟକ୍ଷେତ୍ର ପ୍ରତି ଉତ୍ସାହ ସୃଷ୍ଟି କରିବ। ସକାଳ ଯାତ୍ରା, ବ୍ୟବସାୟ ଓ ବନ୍ଧୁମିଳନ ପାଇଁ...

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୨୪ ତାରିଖ – Daily Horoscope

ମେଷ ଆଜି ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ ମନର ଦୁଃଖକୁ ମନେ ପକାଇପାରିବେ ନାହିଁ। ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ...

Advertisement
Archives

Model This Week