Posted inRasifala

ରାଶିଫଳ: ଗୁରୁବାର, ଜୁନ୍ ୨୫ ତାରିଖ – Daily Horoscope

ମେଷ
କେନ୍ଦ୍ରସ୍ଥ ଚନ୍ଦ୍ର ହେତୁ ପାରିବାରିକ ଓ କର୍ମକ୍ଷେତ୍ର ପ୍ରତି ବିଭିନ୍ନ ପ୍ରକାର ସମସ୍ୟା ଆସିଲେ ମଧ୍ୟ ଦୃଢ଼ହସ୍ତରେ ତାହା ଦମନ କରିବାରେ ସମର୍ଥ ହେବେ । କାରଣ ଏହି ଦିଗ ପ୍ରତି ଧ୍ୟାନ ଦେଲେ ନିଜ ଲୋକମାନେ ସନ୍ଦେହ ପରିସରକୁ ଆସିଯିବେ । ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବାରୁ ଆରକ୍ଷୀ ସମ୍ପର୍କିତ ବିବାଦୀୟ ଘଟଣାର ଅବସାନ ଘଟିବ ।
ବୃଷ
ବୃଷ
ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଯୋଗୁ ମାନସିକ ଅସ୍ଥିରତା ଲାଗିରହିବା କାରଣରୁ ପ୍ରତ୍ୟେକ କାର୍ଯ୍ୟାବଳୀର ଠିକ୍‌ ସମୀକ୍ଷା କରିପାରିବେ ନାହିଁ । ବ୍ୟବସାୟ, ବାଣିଜ୍ୟ ପ୍ରଭୃତି ପ୍ରତ୍ୟେକ କ୍ଷେତ୍ରରେ କିଛିଟା ଖର୍ଚ୍ଚାନ୍ତ କରାଇ କାମ ହାସଲରେ ସହାୟକ ହେବ । ଅନ୍ୟ କଥାରେ ପ୍ରଭାବିତ ହୋଇ ସହକର୍ମୀଟିର ମନୋଭାବ ବଦଳିଯାଇପାରେ ।
ମିଥୁନ
ମିଥୁନ
ଆଜି ବୁଧଗ୍ରହ ଚନ୍ଦ୍ର ନକ୍ଷତ୍ରରେ ରହିଥିବାରୁ ଆପଣ ନିଜ ଘର କାମ ସାଙ୍ଗକୁ ବନ୍ଧୁମାନଙ୍କ କାମକୁ ମଧ୍ୟ ଅଗ୍ରାଧିକାର ଭିତରେ କରିବାକୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅର୍ଥଲାଭ ହେବା ସହ ଯାତ୍ରାରେ ସଫଳତା ପାଇବେ,କିନ୍ତୁ ସମସ୍ୟା ଭିତର ଦେଇ ଯିବାକୁ ପଡ଼ିବ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ ।
କର୍କଟ
କର୍କଟ
ଆଜି କର୍ମାଧିପ ଭାଗ୍ୟସ୍ଥ ହେତୁ ଏତେଦୂର ବ୍ୟସ୍ତ ରହିବେ ଯେ-ଭଲରୂପେ ଖାଇବାକୁ ମଧ୍ୟ ସମୟ ପାଇବେ ନାହିଁ । ରାଜନୈତିକ କାର୍ଯ୍ୟ,ବିବାଦୀୟ ସ୍ଥିତି,ଫାଇଲ୍‌ କାମ, ଯାନ୍ତ୍ରିକ ତ୍ରୁଟି, ମିଟିଂ ପ୍ରଭୃତିରେ ବ୍ୟସ୍ତ ରହିବେ । ଆକସ୍ମିକ କେତେକ କାରଣକୁ କେନ୍ଦ୍ରକରି ବାଣିଜ୍ୟ,ବ୍ୟବସାୟ ,ପରିବହନ, ବାଧାପ୍ରାପ୍ତ ହୋଇପାରେ ।
ସି˚ହ
ସି˚ହ
ଆପଣଙ୍କ ଧୈର୍ଯ୍ୟ, ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସାହାଯ୍ୟ କରିବ । ମଘା ନକ୍ଷତ୍ର ନିଜର ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । ସ୍ତ୍ରୀଙ୍କ ପକ୍ଷରୁ ସମସ୍ୟା ଆସିପାରେ। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ । ସାଙ୍ଗ ସାଥୀମାନେ ହିଁ ପରୋକ୍ଷ କ୍ଷତି ସାଧନରେ ଲିପ୍ତ ରହିପାରନ୍ତି ।
କନ୍ୟା
ଶାରୀରିକ ସୁସ୍ଥତା ବ୍ୟାହତ ହେବା ସହିତ ଶିକ୍ଷା, ଲେଖାପଢ଼ା, ସନ୍ତାନଙ୍କ କ୍ଷେତ୍ରରେ ମଧ୍ୟ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ଚିତ୍ରା ନକ୍ଷତ୍ର ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ । ଭାବୁଥିବା କାମଟିକୁ ଶେଷ କରିପାରିବା କ୍ଷେତ୍ରରେ ସମସ୍ୟାର ସାମ୍‌ନା କରିବାକୁ ପଡ଼ିବ ।
ତୁଳା
ତୁଳା
ବକ୍ରୀ ଶୁକ୍ରଙ୍କ କାରଣରୁ ଆପଣଙ୍କ ସୁବିଧା ଓ ଅସୁବିଧାର ସମୀକ୍ଷା କରି ଘର ଲୋକଙ୍କ ବ୍ୟସ୍ତ ଓ ବିବ୍ରତକୁ ଲକ୍ଷ୍ୟକରି ମନ ଅଶାନ୍ତ ରହିବ । ସାଧାରଣ କଥାକୁ କେନ୍ଦ୍ରକରି ଅଧସ୍ତନ କର୍ମଚାରୀ ସମସ୍ୟାକୁ ବୃଦ୍ଧି କରିବେ । କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ପ୍ରତି ଅତିରିକ୍ତ ଆନ୍ତରିକତା ସମସ୍ୟା ସୃଷ୍ଟି କରିବ ।
ବିଛା
ବିଛା
ପରିବାରରେ ଭୁଲ୍‌ ବୁଝାମଣା ମଧ୍ୟ ମାନସିକ ସ୍ଥିରତା କ୍ଷୁଣ୍ଣ କରିବ । ଅନାବଶ୍ୟକ ଖର୍ଚ୍ଚରୁ ପରିବାରରେ ମତଭେଦ ତୀବ୍ର ହୋଇପାରେ । ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ତାହାର ପଥରୋଧ କରିବ । ଶତ୍ରୁମାନେ ସମସ୍ୟା ସୃଷ୍ଟି କଲେ ମଧ୍ୟ ତାହା କାମ ସକାଶେ ଅନ୍ତରାୟ ହୋଇ ନ ପାରେ ।
ଧନୁ
ଧନୁ
ଅଷ୍ଟମସ୍ଥ ଚନ୍ଦ୍ର ପାପଗ୍ରହ ଦୃଷ୍ଟିରେ ଅସାବଧାନତା କିମ୍ବା ଅନ୍ୟମନସ୍କ ରହିବା ହେତୁ ଅର୍ଥହାନି ଓ ଶରୀର ପୀଡ଼ାରୁ କଷ୍ଟ ପାଇବେ । ତଥାପି ଉତ୍ତରାଷାଢ଼ା ନକ୍ଷତ୍ର କର୍ମକ୍ଷେତ୍ରରେ ହେଉ କିମ୍ବା ନିଜ ପରିସରରେ କର୍ମଦକ୍ଷତାରୁ ପ୍ରତିଷ୍ଠିତ ହେବେ । ଆନୁଷ୍ଠାନିକ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି ।
ମକର
ମକର

ମାନସିକ ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ କ’ଣ କରିବେ କିମ୍ବା କ’ଣ ନ କରିବେ କିଛି ଠିକ୍‌ କରି ପାରିବେ ନାହିଁ । ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରି ସାମୟିକ ଖୁସି ରହିବାର ସୁଯୋଗ ପାଇବେ । ପଦସ୍ଥବ୍ୟକ୍ତିଙ୍କ ସାହାଯ୍ୟ ଓ ସହଯୋଗ କାରଣରୁ ସଭାସମିତି,ମାଲିମକଦ୍ଦମାରେ ସଫଳତା ହାସଲ କରିବେ ।

କୁମ୍ଭ
କୁମ୍ଭ
ସମସ୍ୟା ସଙ୍ଗରେ ଲଢ଼େଇ କରି ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ । ଯାନ୍ତ୍ରିକ ତ୍ରୁଟି କାରଣରୁ ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ହେବ ନାହିଁ । ଶିଳ୍ପ,ବାଣିଜ୍ୟ, ଶେୟାର ବଜାର କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ ।
ମୀନମୀନ

ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଦିନଟି ଏକପ୍ରକାର ଭଲରେ ଅତିବାହିତ ହେବ । ସାଧାରଣ ପରିଶ୍ରମରେ ଏବଂ ସହକର୍ମୀମାନଙ୍କ ସୌହାର୍ଦ୍ଦ୍ୟରୁ ସମସ୍ୟାଗୁଡ଼ିକ ଆପଣାଛାଏଁ ସୁଧୁରିଯିବ । ନିକଟ ସମ୍ପର୍କୀୟଙ୍କଠାରୁ ପରାମର୍ଶ ନେବା ଭଲ ହେବ, ଯାହାକି ଆପଣଙ୍କ କାମରେ ଆସିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri