Posted inRasifala

ରାଶିଫଳ: ବୁଧବାର, ଜୁନ୍ ୧୧ ତାରିଖ – Daily Horoscope

ମେଷ
ଆଜି ଶୁକ୍ରଙ୍କ ସୁପ୍ରଭାବରେ ଆବଶ୍ୟକତା ପୂରଣ ସହ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ନିଜ ସ୍ବାର୍ଥହାନି ଆଶଙ୍କାରେ ଆତ୍ମୀୟମାନେ ଦୂରେଇ ଯାଇପାରନ୍ତି। ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ବୁଦ୍ଧିଜୀବୀଙ୍କ ଦ୍ୱାରା ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ
ନୀଚସ୍ଥ ତୃତୀୟାଧିପ ଭାଇ, ବନ୍ଧୁ କିମ୍ବା ପଡ଼ୋଶୀଙ୍କ ସହ ବିବାଦୀୟ ସ୍ଥିତି ଉପତ୍ନ୍ନ କରିପାରନ୍ତି। ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ। ଯାନ୍ତ୍ରିକ ଜିନିଷ, ଯାନବାହନ, ବସ୍ତ୍ରାଳଙ୍କାର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅତୀତ ଘଟଣାର ଆଲୋଚନା ଓ ସନ୍ତାନ ହେତୁକ ଦୁଶ୍ଚିନ୍ତା ଆସିପାରେ।
ମିଥୁନ
ମିଥୁନ
ମଙ୍ଗଳଙ୍କ ପ୍ରଭାବ ଦ୍ୱାରା ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରି ଆଶ୍ୱସ୍ତି ଲଭିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କର ଗୁପ୍‌ଚୁପ୍‌ କଥା ଶୁଣି ମନରେ ଆଶଙ୍କା ଉଦ୍ରେକ ହେବ। ବୃତ୍ତିଗତ ଧନ୍ଦା, ହୋଟେଲ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ। ଧନାଧିପ ଷଷ୍ଠଭାବସ୍ଥ ଯୋଗୁ ଅର୍ଥସମ୍ପର୍କୀୟ ବିବାଦର ସମ୍ମୁଖୀନ ହୋଇପାରନ୍ତି।
କର୍କଟ
କର୍କଟ
ଶୁକ୍ର ଚତୁର୍ଥଭାବକୁ ଅବଲୋକନ କରୁଥିବାରୁ ନୂତନ ଗୃହ, ଯାନବାହନ, ସୌଖୀନ ଜିନିଷ କ୍ରୟ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ନିଜଲୋକ କେହି ସାହାଯ୍ୟ କରିବାକୁ ଆଗେଇ ଆସିବେ। ନୂତନ କମ୍ପାନୀରେ ମୋଟା ଦରମାର ଚାକିରି ଅଫର କିମ୍ବା ପଦୋନ୍ନତି ଘଟିପାରେ। ଜମିଜମା, କାରଖାନା, ପ୍ଲଟିଂ ବ୍ୟବସାୟରୁ ସୁଫଳ ପାଇବେ।
ସି˚ହ
ସି˚ହ
କର୍ମାଧିପ ଭାଗ୍ୟସ୍ଥ ହେତୁ ଅଭିଳଷିତ ଜିନିଷକୁ ହାସଲ କରାଇବାରେ ପଦସ୍ଥବ୍ୟକ୍ତିଙ୍କ ସହାୟତା ପ୍ରାପ୍ତ ହେବେ। ଫାଇଦା ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିବାକୁ ମନ ବଳାଇବେ। ଅନୁସନ୍ଧାନ, ଅଧ୍ୟୟନ, ଅଧ୍ୟାପନା ଓ ସାହିତ୍ୟ କ୍ଷେତ୍ରରେ ଉନ୍ନତି କରିବେ। ଅଫିସ୍‌ରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ଆଜି ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ପାରିବାରିକ ସ୍ତରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ। ଅବଶ୍ୟ ବନ୍ଧୁଙ୍କ ସହାୟତାରେ ଈପ୍ସିତ ଅର୍ଥ ପାଇବେ ଓ କାର୍ଯ୍ୟସାଧନ କରିପାରିବେ। ରାଶ୍ୟାଧିପ ଗୁରୁଯୁକ୍ତ ହୋଇ ଭାଗ୍ୟସ୍ଥାନସ୍ଥ ଯୋଗୁ ହସ୍ତା ନକ୍ଷତ୍ର ପାଇଁ ବିଶେଷ ଶୁଭପ୍ରଦ ରହିବ।
ତୁଳା
ତୁଳା
ମିତ୍ରଙ୍କ ସହାୟତା ଲାଭକରି ବାଣିଜ୍ୟ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପ୍ରଦାନ କରିପାରନ୍ତି। ଗ୍ରହଙ୍କ ସୁପ୍ରଭାବରେ ଯେ କୌଣସି ପ୍ରତିରୋଧକୁ ଆଡ଼େଇ ଯାଇ କାମ ହାସଲରେ ସମର୍ଥ ହେବେ। ଚତୁର୍ଥାଧିପଙ୍କ ଦୁର୍ବଳତା କାରଣରୁ ପାରିବାରିକ ସ୍ଥିତି ଭଲ ରହି ନ ପାରେ। ତଥାପି ବାଟରେ ମିତ୍ରତାର ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
ବିଛା
ବିଛା
ରାଶ୍ୟାଧିପଙ୍କ ଦୁର୍ବଳତା ସଙ୍ଗକୁ ନୀଚସ୍ଥ ଭାଗ୍ୟାଧିପ କାର୍ଯ୍ୟହାସଲରେ ସମସ୍ୟା ସୃଷ୍ଟି କରିପାରନ୍ତି। କୌଣସି କାମରେ ମନର ସ୍ଥିରତା ନ ରହିବା ହେତୁ କାମ ଅସମ୍ପୂର୍ଣ୍ଣ ରହିଯିବ। କେତେକ କାମକୁ ଅବହେଳା କରି ସମାଲୋଚିତ ହେବେ। ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ ବରଂ କିଛି ଲୋଭନୀୟ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ବୃହସ୍ପତି ପ୍ରଭାବରୁ ପ୍ରତ୍ୟେକ ପାରିବାରିକ କାର୍ଯ୍ୟ ଶୃଙ୍ଖଳିତ ରହିବ। କୌଣସି ଅଭାବ ନ ଥିଲେ ମଧ୍ୟ ଆଜି ବନ୍ଧୁଙ୍କ ସଦ୍‌ଭାବ କିମ୍ବା ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶୁଭଖବର ପାଇ ଉଲ୍ଲସିତ ହେବେ ଏବଂ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ଶୁକ୍ରଙ୍କ ସ୍ଥିତିଜନିତ ବ୍ୟବହାରରେ ବ୍ୟତିକ୍ରମ ସମ୍ପର୍କହାନି କରାଇପାରନ୍ତି।
ମକର
ମକର
କେନ୍ଦ୍ରସ୍ଥ ଶୁକ୍ର ପାରିବାରିକ ଓ କର୍ମକ୍ଷେତ୍ରକୁ ସରସ କରିବାରେ ସହାୟକ ହେବ। କର୍ମଭାବରୁ ଅଷ୍ଟମସ୍ଥ ଓ ରବି ସଙ୍ଗତ୍ୱ କାରଣରୁ କର୍ମହାନି ଓ ସମସ୍ୟା ବିଜଡ଼ିତ ରହିବେ। ଆଜିର ପ୍ରତ୍ୟୁଷ ଯାତ୍ରା ଆନନ୍ଦଦାୟକ ରହିବ ଓ ନୂତନ ମିତ୍ରତା ସୃଷ୍ଟି ହେବ। ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହି ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିପାରିବେ।
କୁମ୍ଭ
କୁମ୍ଭ
ରାହୁ ରାଶିରେ ଅବସ୍ଥାନ ପ୍ରତ୍ୟେକ କାମକୁ କୌଶଳରେ ସମ୍ପନ୍ନ କରିପାରିବେ। ଜମିଜମା, ନୂତନ ଗୃହ, କଚେରି ମାମଲା ପ୍ରଭୃତିରେ ଆଶାନୁରୂପ ସଫଳତା ପ୍ରଦାନ କରିବେ। ଦୂରଦୃଷ୍ଟି ଓ କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ହେତୁ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ସହଯୋଗ ପାଇବେ।
ମୀନମୀନ

ମୁଖଭାବରେ ଶୁକ୍ର ବ୍ୟବହାରରେ ବ୍ୟତିକ୍ରମଜନିତ କାମକୁ ବିଶୃଙ୍ଖଳିତ କରିପାରେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ଉପସ୍ଥିତ ହେବାରେ ବିଳମ୍ବ ଘଟିବ। ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ପଦୋନ୍ନତି ଘଟିପାରେ। ଆନୁଷ୍ଠାନିକ କାମରେ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri