Posted inଜାତୀୟ

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ଖଣ୍ଡ ଖଣ୍ଡ ହୋଇଗଲା ଶ୍ରମିକଙ୍କ ଶରୀର

ଶିବକାଶି,୯।୫: ଗୁରୁବାର ତାମିଲନାଡୁର ଶିବକାଶିରେ ଥିବା ବାଣ କାରଖାନାରେ ବିସ୍ଫୋରଣରେ ପାଞ୍ଚ ଜଣ ମହିଳାଙ୍କ ସମେତ ଆଠ ଜଣ କର୍ମଚାରୀଙ୍କ ମତ୍ୟୁ ଘଟିଥିବା ବେଳେ ଅନ୍ୟ ତିନିଜଣ ଗୁରୁତର ଆହତ ହୋଇଛନ୍ତି। ଦେଶର ଫାୟାରକ୍ରାକ ହବ ଭାବରେ ପ୍ରସିଦ୍ଧ ଶିବକାଶି ସହରରେ ଏହି ଘଟଣା ଘଟିଥିଲା, ବିରୁଧୁନଗର ଜିଲାର ଶିବକାଶି ନିକଟ ସେଙ୍ଗାମାଲାପାଟୀରେ ଅବସ୍ଥିତ ଏକ ଘରୋଇ ଫାୟାରଫ୍ରାକ କାରଖାନାରେ ଅଗ୍ନିକାଣ୍ଡ ଘଟିଥିଲା। ଉଦ୍ଧାର କାର୍ଯ୍ୟ ଆରମ୍ଭ କରିବା ପାଇଁ ପୋଲିସ ଏବଂ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ଜଣେ ବରିଷ୍ଠ ପୋଲିସ ଅଧିକାରୀଙ୍କ କହିବାନୁସାରେ, ଆହତମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ବୋଲି କୁହାଯାଉଛି। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ।
ମିଡିଆ ରିପୋର୍ଟରେ କୁହାଯାଇଛି ଯେ ବିସ୍ଫୋରଣ ସମୟରେ ପ୍ରାୟ ୧୦ଜଣ କର୍ମଚାରୀ ଫାୟାରକ୍ରାକ କାରଖାନାରେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ ଫେବୃଆରୀରେ ବିରୁଧୁନଗର ଜିଲାର ବାଣ କାରଖାନାରେ ବିସ୍ଫୋରଣରେ ଚାରିଜଣ ମହିଳାଙ୍କ ସମେତ ୧୦ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଥିଲେ। PMNRF ରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri