ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ସହ ଧକ୍କା ହୋଇଥିଲା ଏକ ଘରୋଇ ଆମ୍ବୁଲାନ୍ସ। ଏହି ଆମ୍ବୁଲାନ୍ସଟି ଭୁବନେଶ୍ୱରରୁ ରୋଗୀ ଛାଡ଼ି ଅନୁଗୋଳ ଫେରୁଥିବା ବେଳେ ଉକ୍ତ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଆମ୍ବୁଲାନ୍ସଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ଦୁର୍ଘଟଣାରେ ଆମ୍ବୁଲାନ୍ସ ଚାଳକ ଗୁରୁତର ହୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବାବେଳେ ଆମ୍ବୁଲାନ୍ସ ଆଟେଣ୍ଡାଣ୍ଟ୍ଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

