ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ ଦେଓ ନଦୀ ପୋଲ ଉପରେ ଗୁରୁବାର ରାତିରେ ବଳଦ ଚୋରା ଚାଲାଣ କରୁଥିବା ଏକ ବୋଲେରୋ ସହ ଅଟୋର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାଟି ଏତେ ଭୟାବହ ଥିଲା ଯେ ଧକ୍କା ହେବା ପରେ ଉଭୟ ଗାଡ଼ି ପୋଲ ଉପରେ ହିଁ ଓଲଟି ପଡ଼ିଥିଲା ।

ମିଳିଥିବା ସୂଚନା ଅନୁଯାୟୀ, ଏକ ବୋଲେରୋ ଗାଡ଼ି ଭିତରେ ଅତି ଦୟନୀୟ ଭାବେ ବଳଦଗୁଡ଼ିକୁ ବୋଝେଇ କରି ଗୋ-ମାଫିଆମାନେ ଦ୍ରୁତ ଗତିରେ ଚାଲାଣ କରୁଥିଲେ। ଏହି ସମୟରେ ଦେଓ ନଦୀ ପୋଲ ଉପରେ ସାମ୍ନାପଟୁ ଆସୁଥିବା ଏକ ଅଟୋ ସହ ଏହାର ଧକ୍କା ହୋଇଥିଲା। ଫଳରେ ଅଟୋରେ ଥିବା ଯାତ୍ରୀଜଣକ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି।

ଅନ୍ୟପଟେ ବୋଲେରୋରେ ବେଆଇନ ଭାବେ ଚୋରାଚାଲାଣ କରାଯାଉଥିବା ୮ଟି ବଳଦଙ୍କ ମଧ୍ୟରୁ ଗୋଟିଏ ବଳଦର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ବଳଦଗୁଡ଼ିକ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଏହାର ସୁଯୋଗ ନେଇ ଦୁର୍ଘଟଣା ଘଟାଇଥିବା ଗୋ-ମାଫିଆମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପୋଲ ଉପରେ ଉଭୟ ଗାଡ଼ି ଓଲଟି ପଡ଼ି ରହିଥିବାରୁ ଜାତୀୟ ରାଜପଥରେ ଯାତାୟାତ ବ୍ୟାହତ ହୋଇଛି। ଖବର ପାଇ ସାହାରପଡା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ିଗୁଡ଼ିକୁ ହଟାଇବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?