ଗୋଚାଲାଣ ବେଳେ ଭୟଙ୍କର ଦୁର୍ଘଟଣା: ଜଳିଗଲେ ୧୨ ଗୋରୁ

ଭଦ୍ରକ,୨୦।୧୧(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ଗେଲଟୁଆ ନିକଟରେ ଓଲଟି ପଡିଲା ବେଆଇନ ଗୋରୁ ବୋଝେଇ ପିକଅପ ଭ୍ୟାନ । ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର ଫେରାର ହୋଇଥିବା ବେଳେ ଗାଡ଼ିରେ ନିଆଁ ଲାଗି ଜଳି ଯାଇଛି। ବୁଧବାର ବିଳମ୍ବିତ ରାତିରେ ଆଗରପଡାରୁ ଏକ ପିକଅପ ଭ୍ୟାନ ବେଆଇନ ଭାବରେ ଭିତରେ ଚେମ୍ବର କରି ୧୭ଟି ଗୋରୁଙ୍କୁ ନେଇ ଭଦ୍ରକ ଅଭିମୁଖେ ଆସୁଥିଲା। କୌଣସି ସୂତ୍ରରୁ ଖବର ପାଇ ଗୋରକ୍ଷକ ମାନେ ଗାଡିକୁ ପିଛା କରିଥିଲେ। ଡ୍ରାଇଭର ଦ୍ରୁତ ଗତିରେ ଗାଡି ଚଳାଉ ଥିବା ବେଳେ ଭାରସାମ୍ୟ ହରାଇବାରୁ ଗାଡିଟି ଗେଲଟୁଆ ନିକଟରେ ଓଲଟି ପଡିଥଥିଲା। ଏଥିରେ ଥିବା ୧୭ଟି ଗୋରୁଙ୍କ ମଧ୍ୟରୁ ୧୨ଟି ଗୋରୁ ମରିଯାଇଥିଲେ। ଗୋରୁ ଗାଡିକୁ ନିଆଁ ଲଗାଯାଇଥିବା ଵେଳେ ଗାଡିଟି ହୁତୁ ହୁତୁ ହୋଇ ଜଳିଯାଇଥିଲା। ଦୁଇଟି ଦମକଳ ଗାଡି ଆସି ନିଆଁକୁ ଆୟତ୍ତ କରିଥିଲେ। ଘଟଣାସ୍ଥଳରେ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ତଦନ୍ତ କରୁଛି। ଗୋରୁ ମରିଯିବା ଯୋଗୁଁ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ…

୨୦୬୪ ସୁଦ୍ଧା ଅଧା କମିଯିବ କି ବିଶ୍ୱର ଜନସଂଖ୍ୟା? ବୈଜ୍ଞାନିକମାନେ ଦେଲେ ବଡ଼ ଚେତବାନୀ

ଓ୍ବାଶିଂଟନ,୧୮।୬: ଏକ ନୂତନ ଅନ୍ତର୍ଜାତୀୟ ଅଧ୍ୟୟନ ବିଶ୍ୱରେ ଜଳବାୟୁ ପରିବର୍ତ୍ତନ, ମହାମାରୀ ଏବଂ ଯୁଦ୍ଧ ଭଳି ବିପଦ ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଗବେଷଣା ଆକଳନ…

ସୂଚନା ଅଧିକାର ଆଇନ ଉଲ୍ଲଂଘନ: ପ୍ରଥମ ଅପିଲ୍‌ ପରେ ବି ମିଳୁନି ସୂଚନା

କର୍ଲାମୁଣ୍ଡା,୧୮ା୬(ପ୍ରଦୀପ କୁମାର ସାହୁ): ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା, ଦୁର୍ନୀତି କମାଇବା, ଜନସାଧାରଣଙ୍କୁ ଅଧିକାର ଦେବା ତଥା ଲୋକେ ସରକାରୀ କାର୍ଯ୍ୟ, ଯୋଜନା, ଫାଇଲ ଅବସ୍ଥା, ଖର୍ଚ୍ଚ…

ସରକାରଙ୍କ ବଡ଼ ପଦକ୍ଷେପ: ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର,୧୮।୬: ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାର ୭୦୭ଟି ଦୁର୍ଗମ ଗାଁରେ ୪ଜି ଟାୱାର ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ…

ଫୋନ ଉଠାଇଲେ ଟଙ୍କା ମାଗୁଛନ୍ତି: ଧର୍ମଗଡ଼ ରେଞ୍ଜରଙ୍କ ବିସ୍ଫୋରକ ବୟାନକୁ ନେଇ ହଇଚଇ

ଭବାନୀପାଟଣା,୧୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ରେଞ୍ଜର ଭବାନୀ ଶଙ୍କର କଅଁର ଗୁରୁବାର ଏକ ବିସ୍ପୋରକ ବୟାନ ଦେଇଛନ୍ତି। ଖବରଦାତାମାନେ ତାଙ୍କୁ ଫୋନ କଲେ ସେ…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri