କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ ଥିବା ୩୦ଟି ନୂଆ କାର୍‌, ୮ଟି ମରାମତି ପାଇଁ ଆସିଥିବା କାର୍‌ ଓ ସରଞ୍ଜାମ ସବୁକିଛି ଜଳି ପାଉଁଶ ହୋଇଯାଇଛି। ଏହି ଅଗ୍ନିକାଣ୍ଡରେ ୧୦ କୋଟି ଟଙ୍କାର ଗାଡ଼ି ପୋଡ଼ି ଯାଇଥିବା ଅନୁମାନ କରାଯାଉଛି। ଅନ୍ୟପଟେ ମରାମତି ପରେ ଶୋ’ ରୁମ୍‌ ବାହାରେ ଥିବା ଗାଡ଼ିଗୁଡ଼ିକ ସୁରକ୍ଷିତ ଥିବା ଦେଖିବାକୁ ମିଳିଛି। ସଂସ୍ଥାରେ କାର୍ଯ୍ୟରତ କର୍ମଚାରୀଙ୍କ କହିବା ମୁତାବକ ସକାଳ ୫ଟାରେ ନିଆଁ ସହ ଧୂଆଁ ବାହାରୁଥିବା ଦେଖିଥିଲେ। ତତ୍‌କ୍ଷଣାତ୍‌ ଅଗ୍ନିଶମ ବାହିନୀକୁ ଏନେଇ ଖବର ଦେଇଥିଲେ। ସୂଚନା ଆଧାରରେ ଅଗ୍ନିଶମ ବାହିନୀର ୩ଟି ଦଳ ସହ ଷ୍ଟାଇକିଂ ଟିମ୍‌ ପହଞ୍ଚିଥିଲେ। ଅତ୍ୟାଧୁନିକ ସେନ୍ସରରେ ଶୋ’ ରୁମ୍‌ ଲକ୍‌ ଥିବା କାରଣରୁ ସଟରକୁ ଭାଙ୍ଗି ଭିତରକୁ ପ୍ରବେଶ କରି ନିଆଁକୁ ଆୟତ୍ତ କରିଥିବା ଅଗ୍ନିଶମ ଅଧିକାରୀ ଠାକୁର ପ୍ରସାଦ ଦଳେଇ ସୂଚନା ଦେଇଛନ୍ତି। ଆଜିର ଅପରେଶନରେ ରୋବୋଟିକ୍‌ ମନିଟର ବ୍ୟବହାର କରାଯାଇଛି। ବର୍ତ୍ତମାନ ସୁଦ୍ଧା ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ଏହା ସହ ଶୋ’ ରୁମ୍‌ର କ୍ଷୟକ୍ଷତି ଆକଳନ କରିଥିବା ସଂସ୍ଥା ପକ୍ଷରୁ କୁହାଯାଇଛି।

ସୂଚନା ପ୍ରକାରେ ପୂର୍ବରୁ ଅନେକବାର ସହରର ଥିବା ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନର ଦୁର୍ବଳ ଅଗ୍ନି ନିର୍ବାପକ ଭିତ୍ତିଭୂମି ଦୁର୍ବଳ ନେଇ ପ୍ରସଙ୍ଗ ଉଠାଯାଉଛି। ସରକାରୀ ନିୟମ ଆଳରେ ଅନୁଷ୍ଠାନଗୁଡ଼ିକ ଏହାକୁ ହେୟଜ୍ଞାନ କରୁଥିବା ଦେଖିବାକୁ ମିଳିଛି। ଆଜିର ଘଟଣା ଅନ୍ୟମାନଙ୍କ ପାଇଁ ସତର୍କ ଘଣ୍ଟି, ଆଗାମୀ ଦିନରେ ଅଗ୍ନି ନିର୍ବାପକ ବ୍ୟବସ୍ଥାକୁ କଡ଼ାକଡ଼ି ନ କଲେ ନିୟମିତ ଏପରି ଧନଜୀବନ ନଷ୍ଟ ହେବା ବୋଲି ସାଧାରଣରେ ଆଲୋଚନା ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ,୨୯।୮(ପ୍ରଭୁକଲ୍ୟାଣ ପାଲ): ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ। ପାର୍କର ବିଭିନ୍ନ କାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri