ଚଷମା ଦୋକାନରେ ଭୟାବହ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡି ଭଷ୍ମ

ସମ୍ବଲପୁର, ୨୯।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଅଇଁଠାପାଲି ଥାନା ଅନ୍ତର୍ଗତ ବୁଢାରଜାସ୍ଥିତ ଏକ ଜଣାଶୁଣା ତିନି ମହଲା ବିଶିଷ୍ଟ ଚଷମା ସୋରୁମ ‘ଭିଜନ କେୟାର’ରେ ଆଜି ଭୋର ସମୟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୫ଟା ୪୫ ମିନିଟ୍‌ ସମୟରେ ସୋରୁମ ଭିତରୁ ଧୂଆଁ ବାହାରୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଦେଖୁ ଦେଖୁ ନିଆଁର ପ୍ରକୋପ ଏତେ ବଢିଯାଇଥିଲା ଯେ ଏହା ସମ୍ପୂର୍ଣ୍ଣ ସୋରୁମକୁ ନିଜ କବଜାକୁ ନେଇଥିଲା। ଘଟଣା ସମ୍ପର୍କରେ ଅଗ୍ନିଶମବାହିନୀକୁ ଖବର ଦିଆଯିବା ପରେ ତୁରନ୍ତ ଦୁଇଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଧରି ଅକ୍ଲାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥଲା। ନିଆଁ ଲାଗିବାର ସଠିକ୍‌ କାରଣ ଏପର୍ଯ୍ୟନ୍ତ ଜଣାପଡି ନ ଥିବା ବେଳେ ସର୍ଟ ସର୍କିଟ ଯୋଗୁ ଏହି ଅଘଟଣ ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି। ଏହି ଅଗ୍ନିକାଣ୍ଡରେ ସୋରୁମରେ ଥିବା ଲକ୍ଷାଧିକ ଟଙ୍କାର ଚଷମା, ମେସିନାରୀ ଏବଂ ଅନ୍ୟାନ୍ୟ ମୂଲ୍ୟବାନ ଆସବାବପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଇଛି। ସୌଭାଗ୍ୟବଶତଃ, ଭୋର ସମୟ ହୋଇଥିବାରୁ ଏଥିରେ କୌଣସି ଜୀବନହାନି ଘଟିନାହିଁ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri