ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ ସମ୍ମୁଖରେ ଥିବା ଏକ କବାଡ଼ିଖାନାରେ। ରବିବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ କର୍ମଚାରୀ ନିଆଁକୁ ଆୟତ୍ତ କରିବାରେ ଲାଗିଥିଲେ। ବିଶେଷ କରି ଉକ୍ତ କବାଡ଼ିଖାନାରେ ଅଦରକାରୀ ପ୍ଲାଷ୍ଟିକ ବସ୍ତୁ ମହଜୁଦ ଥିଲା।