ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି। ଗ୍ୟାସ ସିଲିଣ୍ଡର ଲିକେଜ୍ ଯୋଗୁ ଏହି ଦୁର୍ଘଟଣା ଘଟିଥିବା ନେଇ ଅଗ୍ନିଶମ ବିଭାଗ ପ୍ରାଥମିକ ସନ୍ଦେହ ପ୍ରକଟ କରିଛି। ଏହି ଅଗ୍ନିକାଣ୍ଡରେ ସ୍ଥାନୀୟ ବାସିନ୍ଦା ସତ୍ୟଭାମା ଦାସ ଓ ସ୍ୱାମୀ ସ୍ୱର୍ଗତ ବିଜୟ କୁମାର ଦାସଙ୍କ ଯୌଥ ପରିବାର ସର୍ବସ୍ୱ ହରାଇଛନ୍ତି। ସତ୍ୟଭାମା ଦାସଙ୍କ ଦୁଇ ବିବାହିତ ପୁଅ ଓ ସେମାନଙ୍କ ପରିବାର ଏହି ଗୋଟିଏ ଘରେ ଏକତ୍ର ରହୁଥିଲେ।

ଅଗ୍ନିଶମ ବିଭାଗର ସୂଚନା ଅନୁଯାୟୀ ଏହି ଦୁର୍ଘଟଣାରେ ପରିବାରର ୩ ବଖରା ଘର ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି। ଏହା ସହିତ ପାଖରେ ଥିବା ତାଙ୍କର ଆଉ ଏକ ଘର ମଧ୍ୟ ବ୍ୟାପକ ଭାବେ କ୍ଷୟକ୍ଷତି ହୋଇଛି। ଘରେ ଗଚ୍ଛିତ ଥିବା ଧାନ, ଚାଉଳ, ଆସବାବପତ୍ର, ପୋଷାକ ଏବଂ ଜରୁରୀ କାଗଜପତ୍ର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ସୌଭାଗ୍ୟବଶତଃ ଏଥିରେ କୌଣସି ଜୀବନହାନି ଘଟିନାହିଁ।

ଘଟଣାର ଖବର ପାଇ ହାବିଲଦାର ବନମାଳୀ ପୂଜାରୀଙ୍କ ନିର୍ଦ୍ଦେଶରେ ହାବିଲଦାର ରଞ୍ଜିତ ସେଠୀ, ଅଭିଳାଷ କିସାନ, ଫାୟାରମ୍ୟାନ୍ ଦିବ୍ୟରଞ୍ଜନ ସାହୁ, ରଜତ କୁମ୍ଭାର ବରାଳ, ଶାନ୍ତନୁ ଦିଗାଲ ଏବଂ ସାରା ଇସଲାମ ତୁରନ୍ତ ଗାଡ଼ି ସହ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫଳରେ ନିଆଁ ପଡ଼ୋଶୀ ଅନ୍ୟ ଘରଗୁଡ଼ିକୁ ବ୍ୟାପିବାରୁ ରକ୍ଷା ପାଇଥିଲା। ଅଗ୍ନିକାଣ୍ଡ ପରେ ସ୍ଥାନୀୟ ସରପଞ୍ଚ ରତନୀ ମାଝୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ବିପନ୍ନ ପରିବାରକୁ ଜରୁରୀ ରାସନ୍ ସାମଗ୍ରୀ ବଣ୍ଟନ କରିଛନ୍ତି। ଏହାସହ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦେବା ପାଇଁ ପ୍ରଶାସନକୁ ଅବଗତ କରାଇବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।

ଅପରପକ୍ଷରେ, ସରକାରୀ ସହାୟତା ଓ କ୍ଷୟକ୍ଷତି ଆକଳନ ନେଇ ସ୍ଥାନୀୟ ତହସିଲଦାର ସତ୍ୟ ସନାତନ ପାଣିଗ୍ରାହୀ କିମ୍ବା ଆଞ୍ଚଳିକ ରାଜସ୍ୱ ନିରୀକ୍ଷକଙ୍କ ଠାରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ସର୍ବସ୍ୱ ହରାଇଥିବା ଏହି ପରିବାରକୁ ତୁରନ୍ତ ଗୃହ ନିର୍ମାଣ ଅନୁଦାନ ଓ ଆର୍ଥିକ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ବାସିନ୍ଦା ଓ ବୁଦ୍ଧିଜୀବୀମାନେ ଦୃଢ଼ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?