ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ନିର୍ମିତ ଡିଭାଇଡରରେ ଅନ୍ଧାର ଯୋଗୁଁ ଏକ କାର୍ (OR 02 BX 9131) ପିଟିହୋଇ ଓଲଟି ପଡ଼ିବାରୁ ଗୋଟିଏ ପରିବାରର ୪ ଜଣ ଗୁରୁତର ଆହତ ହୋଇଛନ୍ତି।

ଆହତମାନେ ହେଲେ ବ୍ରହ୍ମପୁର ସିଦ୍ଧାର୍ଥ ନଗରର ରବିନ୍ଦ୍ର ପଟ୍ଟନାୟକ (୫୫), ସୁମିତ୍ରା ପଟ୍ଟନାୟକ (୫୦), ଦୀପକ ପଟ୍ଟନାୟକ (୩୦) ଏବଂ ପୋଲସରା ଥାନା ହାତୀଓଠ ଗ୍ରାମର ଉର୍ମିଳା ପଟ୍ଟନାୟକ (୭୦)। ଏମାନେ ବ୍ରହ୍ମପୁରରୁ ହାତୀଓଠ ଯାଉଥିବା ବେଳେ ଏହି ଅଘଟଣ ଘଟିଥିଲା। ଖବର ପାଇ ଦମକଳ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।

ତେବେ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତହସିଲଦାର ବିନୋଦ କୁମାର ବେହେରା ସ୍ଥିତି ଅନୁଧ୍ୟାନ କରିବା ସହ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର ପାଇଁ ୧୦୮ ଆମ୍ବୁଲାନ୍ସକୁ ଜଣାଇଥିଲେ। ମାତ୍ର ମେଡିକାଲ ପରିସରରେ ଆମ୍ବୁଲାନ୍ସ ଥାଇ ମଧ୍ୟ ସମ୍ପୃକ୍ତ କଲ ସେଣ୍ଟର ସଂସ୍ଥା ଏହାକୁ ଗୁରୁତ୍ୱ ଦେଇନଥିଲା। ଦୀର୍ଘ ସମୟ ଧରି ଆହତମାନେ ଯନ୍ତ୍ରଣାରେ ଛଟପଟ ହୋଇ ପଡ଼ିରହିବାରୁ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା।

ଶେଷରେ ତହସିଲଦାର ନିଜେ ଏକ ଘରୋଇ ଗାଡ଼ିରେ କିଛି ଆହତଙ୍କୁ ବ୍ରହ୍ମପୁର ପଠାଇଥିବା ବେଳେ ପରବର୍ତ୍ତୀ ସମୟରେ ବେଲଗାଁରୁ ଅନ୍ୟ ଏକ ଆମ୍ବୁଲାନ୍ସ ଆସି ଅବଶିଷ୍ଟ ଆହତଙ୍କୁ ବ୍ରହ୍ମପୁର ନେଇଥିଲା। ଜଣେ ତହସିଲଦାରଙ୍କ କଲକୁ ଆମ୍ବୁଲାନ୍ସ କର୍ତ୍ତୃପକ୍ଷ ଗୁରୁତ୍ୱ ଦେଉନଥିବାରୁ ସାଧାରଣ ଲୋକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଦାୟିତ୍ୱହୀନତା ପାଇଁ ସମ୍ପୃକ୍ତ ଆମ୍ବୁଲାନ୍ସ କର୍ମଚାରୀଙ୍କ ବିରୋଧରେ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?