Posted inଜାତୀୟ

ଦିଲ୍ଲୀରେ ପୁଣି ହିଟ୍‌ ଆଣ୍ଡ ରନ୍‌ର ଆଉ ଏକ ଘଟଣା: ସ୍କୁଟିକୁ ଧକ୍କା ଦେଇ ୩୦୦ ମିଟର ଘୋଷାଡି ନେଲା କାର୍‌, ଜଣେ ମୃତ

ନୂଆଦିଲ୍ଲୀ,୨୭।୧: ରାଜଧାନୀ ଦିଲ୍ଲୀରେ କାଞ୍ଜଓ୍ବାଲା ଭଳି ହିଟ୍‌, ରନ୍‌ ଏବଂ ଡ୍ରାଗ୍‌ର ଏକ ନୂଆ ମାମଲା ସାମ୍ନାକୁ ଆସିଛି। କେଶବ ପୁରମ ଥାନା ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ କାର୍‌ ସ୍କୁଟିକୁ ଧକ୍କା ଦେଇଥିଲା। ଏଥିରେ ସ୍କୁଟିରେ ଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି । ତାଙ୍କ ଅବସ୍ଥା ଗୁରୁତର ରହିଛି।

କହ୍ନୈୟା ନଗର ଅଞ୍ଚଳ ପ୍ରେରଣା ଚୌକରେ କାର୍‌ଟି ସ୍କୁଟିକୁ ଜୋରଦାର ଧକ୍କା ଦେଇଥିଲା। ଦୁର୍ଘଟଣାରେ ସ୍କୁଟିରେ ଯାଉଥିବା ଜଣେ ବ୍ୟକ୍ତି ରାସ୍ତାରେ ପଡ଼ିଥିବା ବେଳେ ଅନ୍ୟ ଜଣେ ଗାଡିର ବୋନେଟ ଏବଂ ଓ୍ବିଣ୍ଡସ୍କ୍ରିନ୍‌ ମଝିରେ ଫସି ଯାଇଥିଲେ। ସ୍କୁଟି ମଧ୍ୟ କାରର ବମ୍ପରରେ ଫସି ଯାଇଥିଲା। ହେଲେ କାର ଆରୋହୀମାନେ ଅଟକିବା ପରିବର୍ତ୍ତେ ଘଟଣାସ୍ଥଳରୁ ଫେରାର ହେବାକୁ ଚେଷ୍ଟା କରିଥିଲେ। ସେମାନେ ସ୍କୁଟି ଏବଂ ବ୍ୟକ୍ତିଙ୍କୁ ୩୦୦ ମିଟର ପର୍ଯ୍ୟନ୍ତ ଟାଣି ନେଇଥିଲେ। ପାଟ୍ରୋଲିଂ କରୁଥିବା ପିସିଆର୍‌ ଏହା ଦେଖି ଗାଡିକୁ ପିଛା କରି ଅଟକାଇଥିଲା। ପରେ ସ୍କୁଟି ଆରୋହୀ କୈଳାଶ ଭଟ୍ଟନାଗର ଏବଂ ସଚିନ ଖରିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର କୈଳାଶଙ୍କୁ ମୃତ ଘୋଷଣା କରିଥିଲେ।

ଗାଡିରେ ଥିବା ୫ ଅଭିଯୁକ୍ତ ଖସିଯିବାକୁ ଚେଷ୍ଟା କରିଥିଲେ ମଧ୍ୟ ପୋଲିସ ୨ ଅଭିଯୁକ୍ତ ପ୍ରବୀଣ ଏବଂ ଦିବ୍ୟଶଙ୍କୁ ଗିରଫ କରିଥିଲା। ପରେ ଅବଶିଷ୍ଟ ତିନି ଅଭିଯୁକ୍ତ ହର୍ଷ ମୁଦଗାଲ, ଓମ ଭରଦ୍ୱାଜ ଏବଂ ଦେବନଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। କୁହାଯାଉଛି ଯେ ଉଭୟ ସ୍କୁଟି ଆରୋହୀ ଏକ ପୋଷାକ କାରଖାନାରେ କାମ କରୁଥିଲେ। ଗିରଫ ଅଭିଯୁକ୍ତମାନେ ଛାତ୍ର ଥିବା ବେଳେ ସମସ୍ତେ ମଦ୍ୟପାନ କରିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri