ବ୍ରାଜିଲରେ ସ୍ଥିତି ଅସମ୍ଭାଳ, ରଦ୍ଦ ହେଲା ରିଓ କାର୍ନିଭାଲ

ବ୍ରାଜିଲିୟା,୨୪ ।୧: ବ୍ରାଜିଲରେ ଗୋଟିଏ ଦିନରେ ୧.୬୫ ଲକ୍ଷ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସରକାରଙ୍କ ଚିନ୍ତା ବଢି ଯାଇଛି । ଏହି ସମୟରେ ୨୩୮ ଜଣଙ୍କର ମୃତ୍ୟୁ ବି ହୋଇଛି । ଏଭଳି ସ୍ଥିତି କେତେ ଭୟାବହ ତାହା ଏହି ସଂଖ୍ୟାରୁ ସହଜରେ ଅନୁମାନ କରାଯାଇପାରେ । ବ୍ରାଜିଲର ମୋଟ ଜନସଂଖ୍ୟା ୨୧.୨୬ କୋଟି । ଏହା ଭାରତର ରାଜ୍ୟ ଉତ୍ତରପ୍ରଦେଶ ସହ ସମାନ କହିଲେ ଚଳେ । ତେଣୁ ସେଠାରେ ଏତେ ପରିମାଣରେ ସଂକ୍ରମିତ ଓ ମୃତ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି । ବ୍ରାଜିଲର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଦେଶରେ ଓମିକ୍ରନ୍ ସଂକ୍ରମଣ ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । କାରଣ ଓମିକ୍ରନ ଖୁବ୍ ଦ୍ରୁତ ଗତିରେ ବ୍ୟାପୁଛି ।
ସୂଚନାଯୋଗ୍ୟ, ବ୍ରାଜିଲରେ କରୋନା ମହାମାରୀ ଆରମ୍ଭରୁ ଏବେ ପର୍ଯ୍ୟନ୍ତ ୨.୪ କୋଟି ଲୋକ ସଂକ୍ରମିତ ହୋଇ ସାରିଲେଣି । ୨,୨୨,୮୦୧ ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ବି ହେଲାଣି । ଦେଶରେ ପାଖାପାଖି ୧୪.୮୫ କୋଟି ଅର୍ଥାତ୍ ୭୦ ପ୍ରତିଶତ ଲୋକଙ୍କୁ କରୋନା ଭ୍ୟାକ୍ସିନର ଦୁଇଟି ଯାକ ଡୋଜ ଦିଆ ସରିଲାଣି । ୮୦ ପ୍ରତିଶତ ପାଖାପାଖି କରୋନା ଭ୍ୟାକ୍ସିନର ଗୋଟିଏ ଡୋଜ ନେଇ ସାରିଛନ୍ତି । ସେହିପରି ୧୯.୪ ପ୍ରତିଶତ ବୁଷ୍ଟର ଡୋଜ ନେଲେଣି ।
ସୂଚନାଯୋଗ୍ୟ, କରୋନା ସଂକ୍ରମଣର ଭୟାବହତାକୁ ଦେଖି ରିୟୋ କାର୍ନିଭାଲକୁ ରଦ୍ଦ କରାଯାଇଛି । ଅଧିକାରୀମାନେ କହିଛନ୍ତି ଯଦିି ସ୍ଥିତିରେ ସୁଧାର ଆସିଲା ତେବେ ଏହି କାର୍ନିଭାଲ ଏପ୍ରିଲରେ ଆୟୋଜନ କରାଯାଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri