ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା ୪ଜଣଙ୍କ ଉପରେ ମାଡି ଯାଇଥିଲା। ଏପରିକି କାର୍‌ଟି ଭାରସାମ୍ୟ ହରାଇ ଏକ ଅଟୋ ଏବଂ ଏକାଧିକ ବାଇକ୍‌ ଉପରେ ଚଢି ଯାଇଥିଲା।

ଫଳରେ ଦୁର୍ଘଟଣାରେ ୪ଜଣ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଦୁର୍ଘଟଣା ପରେ ରାସ୍ତାରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Share