Posted inଫୁରସତ

ବରଙ୍କୁ ନେଇ ଭୟରେ ଦୌଡ଼ିଲା ଘୋଡ଼ୀ, ପଛରେ ଦୌଡ଼ିଲେ ବରଯାତ୍ରୀ…

ଆଜମେର,୨୨।୭:

ରାଜସ୍ଥାନ ଆଜମେରର ଏକ ବିବାହ ଉତ୍ସବର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିବାହ କରିବାକୁ ଯାଉଥିବା ବର ଘୋଡ଼ୀରେ ବସିଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି। ହଠାତ୍‌ ବାଣ ଫୁଟିବାରୁ ଭୟରେ ଘୋଡ଼ୀ ବରଙ୍କୁ ଦୌଡ଼ିଥିଲା। ବରଙ୍କ ପଛେପଛେ ବରଯାତ୍ରୀ ଏବଂ ବରଙ୍କ ପରିବାର ସଦସ୍ୟମାନେ ଦୌଡ଼ିବା ଆରମ୍ଭ କରିଥିବା ଭିଡ଼ିଓରେ ଦେଖିବାକୁ ମିଳୁଛି। ଏହି ୧୪ ସେକେଣ୍ଡର ଭିଡ଼ିଓଟି ଆଜମେର୍‌ ଜିଲାର ନସିରାବାଦ ଅଞ୍ଚଳର ରାମପୁରା ଗାଁର ବୋଲି କୁହାଯାଉଛି। ଗାଁ ବାସିନ୍ଦା ରାମପ୍ରସାଦ ଜୁଲାଇ ୧୮ରେ ବିବାହ କରିବା ଲାଗି ଜୟପୁରର ମୂରଲୀପୁରା ଯାଉଥିଲେ। ସ୍ଥାନୀୟ ପରମ୍ପରା ଅନୁସାରେ ବାଣ ଫୁଟା ଯାଇଥିଲା। ତେବେ ଘୋଡ଼ୀ ଭୟରେ ତରକି ଯାଇ ଦୌଡ଼ିଥିଲା। ପ୍ରାୟ ୪ କିଲୋମିଟର ଦୌଡ଼ିବା ପରେ ଘୋଡ଼ୀକୁ ନିୟନ୍ତ୍ରଣ କରାଯାଇଥିଲା। ବିବାହ କରିବାକୁ ଯାଉଥିବା ବର ରାମପ୍ରସାଦଙ୍କ ଅବସ୍ଥାରେ ଭୟରେ ଖରାପ ହୋଇଯାଇଥିଲା। ତାଙ୍କ ଘୋଡ଼ୀରୁ ଓହ୍ଲାଇ ଦିଆଯାଇଥିଲା। ପରେ ବରଯାତ୍ରୀ ଯାତ୍ରା ଆରମ୍ଭ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri