ହସ୍ପିଟାଲରେ ବେଡ୍‌-ଅକ୍ସିଜେନ୍‌ ନାହିଁ: ଶ୍ମଶାନରେ କାଠ ଅଭାବ…

ନୋଏଡା,୧୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଆକ୍ରାନ୍ତଙ୍କ ଲାଗି ହସ୍ପିଟାଲରେ ବେଡ୍‌ର ଅଭାବ ଦେଖାଦେଇଛି। ସେହିପରି ଅକ୍ସିଜେନ୍‌ ନ ଥିବାରୁ ବହୁ ଆକ୍ରାନ୍ତ ଛଟପଟ ହୋଇ ମରୁଛନ୍ତି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଶ୍ମଶାନରେ କାଠର ଅଭାବ ସୃଷ୍ଟି ହୋଇଛି। ବିନା କାଠରେ ଅନ୍ତିମ ସଂସ୍କାର କିଭଳି କରାଯିବ ସେ ନେଇ ନୋଏଡା ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ନୋଏଡାର ସେକ୍ଟର ୯୪-ଏଠାରେ ଥିବା ଶ୍ମଶାନରେ ଏଭଳି ସମସ୍ୟା ସୃଷ୍ଟି ହୋଇଛି। ପୂର୍ବରୁ ପ୍ରତିଦିନ ୭ରୁ ୮ ମୃତଦେହ ଆସୁଥିବାବେଳେ ଏବେ ପ୍ରତିଦିନ ୩୫ରୁ ଅଧିକ ମୃତଦେହ ଅନ୍ତିମ ସଂସ୍କାର ପାଇଁ ଆସୁଛି। ଫଳରେ ବର୍ଷେ ଲାଗି ଷ୍ଟକ୍‌ ଥିବା କାଠ ମାସକ ମଧ୍ୟରେ ଶେଷ ହୋଇଯାଇଥିବା ଶ୍ମଶାନ ପରିଚାଳନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କେତେକ ଚଢ଼ା ଦାମରେ କାଠ ବିକ୍ରି କରିବା ସହିତ ଅନ୍ତିମ ସଂସ୍କାର ପାଇଁ ଧାର୍ଯ୍ୟ ଦରଠାରୁ ଅଧିକ ଦାବୀ କରୁଥିବା ଘଟଣା ନଜରକୁ ଆସୁଛି। ତେବେ ମୃତକଙ୍କ ଶୀଘ୍ର ଅନ୍ତିମ ସଂସ୍କାର କରି ଘରକୁ ଫେରିବାକୁ ଚାହୁଁଥିତ୍ବା ପରିବାର ବର୍ଗ ବିନା ପ୍ରତିବାଦରେ ଏହାକୁ ମଧ୍ୟ ଗ୍ରହଣ କରି ନେଉଥିବା ଦେଖାଯାଉଛି। ଏହାର ଖବର ପ୍ରଶାସନ ପାଖରେ ପହଞ୍ଚିପାରୁନି। ମାଗଣାରେ ଅନ୍ତିମ ସଂସ୍କାର ଲାଗି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ତେବେ ସରକାରୀ ନିର୍ଦ୍ଦେଶ କେବଳ କାଗଜପତ୍ରରେ ରହିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri