Posted inଜାତୀୟ

ହସ୍ପିଟାଲରେ ଅଗ୍ନିକାଣ୍ଡ: ୧୦୦ରୁ ଅଧିକ ରୋଗୀ ସୁରକ୍ଷିତ ଭାବେ ଉଦ୍ଧାର…

ଅହମଦାବାଦ,୩୦।୭ : ଅହମଦାବାଦର ଏକ ହସ୍ପିଟାଲରେ ନିଆଁ ଲାଗିଥିବାର ଖବର ଆସିଛି। ନିଆଁ ଲାଗିବା ପରେ ୧୦୦ରୁ ଅଧିକ ରୋଗୀଙ୍କୁ ସୁରକ୍ଷିତ ଭାବେ ହସ୍ପିଟାଲରୁ ସ୍ଥାନାନ୍ତର କରାଯାଇଛି। ନିଆଁକୁ ନିୟନ୍ତ୍ରଣକୁ ନିଆଯାଇଛି। ୨୦-୨୫ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ଡାକ୍ତରଖାନାର ତଳ ମହଲାରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ଅହମଦାବାଦର ଶାହି ବାଗ ଅଞ୍ଚଳରେ ଅବସ୍ଥିତ ରାଜସ୍ଥାନ ହସ୍ପିଟାଲର ତଳ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି। ଭୋର ପ୍ରାୟ ସାଢ଼େ ୪ ଟା ସମୟରେ ଡାକ୍ତରଖାନାର ତଳ ମହଲାରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ପରେ ଧୂଆଁ ପୁରା ବେସମେଣ୍ଟରେ ଭରି ଯାଇଥିଲା। ସତର୍କତାମୂଳକ ପଦକ୍ଷେପ ଭାବରେ ୧୦୦ରୁ ଅଧିକ ରୋଗୀଙ୍କୁ ନିରାପଦରେ ହସ୍ପିଟାଲରୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିଶମ ଅଧିକାରୀ ଜୟେଶ ଖାଦିଆ କହିଛନ୍ତି ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଡାକ୍ତରଖାନାରେ କିଛି ପୁନର୍ନିର୍ମାଣ କାର୍ଯ୍ୟ ଚାଲିଥିଲା। ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତିର ଖବର ନାହିଁ। ରୋଗୀଙ୍କୁ ମଧ୍ୟ ନିରାପଦରେ ସ୍ଥାନାନ୍ତର କରାଯାଇଛି। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ଉପସ୍ଥିତ ରହି ନିଆଁକୁ ଆୟତ୍ତ କରିଛନ୍ତି।

ତଳ ମହଲାରେ ନିଆଁ ଲାଗିବା ହେତୁ ଡାକ୍ତରଖାନାର ଉପର ମହଲାରେ ଧୂଆଁ ଭରିଯାଉଥିଲା, ଯେଉଁଥିପାଇଁ ରୋଗୀମାନେ ନିଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏହା ପରେ ତୁରନ୍ତ ସତର୍କତା ମୂଳକ ପଦକ୍ଷେପ ସହିତ ରୋଗୀଙ୍କୁ ହସ୍ପିଟାଲରୁ ବାହାର କରି ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri