Posted inଜାତୀୟ

ବୃହତ୍‌ ଶିଳ୍ପରେ ପରିଣତ ହେଲାଣି ହସ୍ପିଟାଲ

ନୂଆଦିଲ୍ଲୀ, ୨୦।୭(ଆଇଏଏନ୍‌ଏସ୍‌): ହସ୍ପିଟାଲଗୁଡ଼ିକ ବୃହତ ଶିଳ୍ପରେ ପରିଣତ ହୋଇଛନ୍ତି। ଜନସାଧାରଣଙ୍କ ବିପତ୍ତିରୁ ଫାଇଦା ଉଠାଇ ସେମାନେ ବଡ଼ ହୋଇଛନ୍ତି। ଜୀବନ ବଦଳରେ ସେଗୁଡ଼ିକୁ ସମୃଦ୍ଧ ହେବାକୁ ଦିଆଯାଇପାରିବ ନାହିଁ। ଏଭଳି ହସ୍ପିଟାଲଗୁଡ଼ିକୁ ବନ୍ଦ କରିଦେବା ଭଲ ବୋଲି ସର୍ବୋଚ୍ଚ ଅଦାଲତ ଟିପ୍ପଣି ଦେଇଛନ୍ତି। କ୍ଷୁଦ୍ର ବାସୋପଯୋଗୀ ବିଲ୍ଡିଂରେ ଘରୋଇ ହସ୍ପିଟାଲକୁ ଅନୁମତି ଦେବା ପରିବର୍ତ୍ତେ ରାଜ୍ୟ ସରକାରଗୁଡ଼ିକ ଉନ୍ନତ ହସ୍ପିଟାଲ ଯୋଗାଇଦେଇ ପାରିବେ ବୋଲି ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଏମ୍‌.ଆର୍‌. ଶାହାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ଅଟ୍ଟାଳିକା ବ୍ୟବହାର ଅନୁମତି ସମ୍ପର୍କରେ ଗୁଜରାଟ ସରକାର ହସ୍ପିଟାଲଗୁଡ଼ିକୁ ଅଧିକ ସମୟ ଦେଇଥିବାରୁ ଖଣ୍ଡପୀଠ ଏହାକୁ ଭର୍ତ୍ସନା କରିଛନ୍ତି। ହସ୍ପିଟାଲରେ ନିଆଁ ଲାଗି ଲୋକ ମରୁଛନ୍ତି। ଜଣେ ରୋଗୀ କୋଭିଡ୍‌ରୁ ଆରୋଗ୍ୟ ହେବା ପରେ ହସ୍ପିଟାଲ ଛାଡ଼ିବା ପୂର୍ବରୁ ନିଆଁରେ ପୋଡ଼ିହୋଇ ପ୍ରାଣ ହରାଇଲେ। ଦୁଇଜଣ ନର୍ସ ମଧ୍ୟ ଜିଅନ୍ତା ଜଳିଗଲେ। ଏଭଳି ଦୁଃଖଦ ଘଟଣା ଆମ ଆଖି ସାମନାରେ ଘଟିଚାଲିଥିବାବେଳେ ହସ୍ପିଟାଲଗୁଡ଼ିକୁ ଅଧିକ ସମୟ ଦିଆଯାଉଥିବାରୁ ଖଣ୍ଡପୀଠ କ୍ଷୋଭ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri