ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି କରିପାରେ ହସ୍ପିଟାଲ ସଂକ୍ରମଣ

ଭୁବନେଶ୍ୱର,୧୫।୧(ବ୍ୟୁରୋ): କରୋନାର ପ୍ରଥମ ଓ ଦ୍ୱିତୀୟ ଲହର ସଂକ୍ରମଣବେଳେ ସ୍ୱାସ୍ଥ୍ୟସେବା କ୍ଷେତ୍ର ଗୁରୁତର ପ୍ରଭାବିତ ହୋଇଥିଲା। ବିଶେଷକରି ହସ୍ପିଟାଲରେ ସଂକ୍ରମଣ ବ୍ୟାପିବା ପରେ ଏଭଳି ସଂକଟ ସୃଷ୍ଟି ହୋଇଥିଲା। କଡ଼ା କଟକଣା ଓ ସଂକ୍ରମଣ ଭୟ ଯୋଗୁ ବହୁ ଅଣ କରୋନା ରୋଗୀ ଉପଯୁକ୍ତ ଚିକିତ୍ସା ନ ପାଇ ଆଖି ବୁଜିଥିଲେ। ଏବେ ରାଜ୍ୟରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୧୦ହଜାରରୁ ଊର୍ଦ୍ଧ୍ୱ ରହିଥିଲେ ମଧ୍ୟ ସେପରି ସ୍ଥିତି ଉପୁଜି ନାହିଁ। କିନ୍ତୁ ବର୍ତ୍ତମାନ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ଓ ହସ୍ପିଟାଲଗୁଡ଼ିକରେ ଯେଭଳି ଭାବେ ସଂକ୍ରମଣ ବ୍ୟାପୁଛି, ତାହାକୁ ଦେଖିଲେ ଆଗାମୀ ଦିନରେ ପୁଣି ସ୍ୱାସ୍ଥ୍ୟ ସଂକଟ ସୃଷ୍ଟି ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଉଛି।
ସୂଚନାନୁସାରେ, କଟକ ଏସ୍‌ସିବି ମେଡିକାଲର ୪୦ରୁ ଊର୍ଦ୍ଧ୍ୱ ଡାକ୍ତର ଓ ନର୍ସ, ବୁର୍ଲା ଭିମ୍‌ସାରରେ ୩୦ ଡାକ୍ତରୀ ଛାତ୍ରୀଛାତ୍ର୍ର, ୨୫ ଡାକ୍ତର ଓ ନର୍ସ, ଏମ୍ସ ଭୁବନେଶ୍ୱରର ୧୫୬ ଡାକ୍ତର, ନର୍ସ ଓ ହସ୍ପିଟାଲ କର୍ମଚାରୀ ଏବଂ କ୍ୟାପିଟାଲ ହସ୍ପିଟାଲରେ ପ୍ରାୟ ୩୦ଜଣ ଡାକ୍ତର ଓ ନର୍ସ ସଂକ୍ରମିତ ହୋଇଛନ୍ତି। ଏମାନଙ୍କ ସଂସ୍ପର୍ଶରେ ଆସି ବହୁ ରୋଗୀ ମଧ୍ୟ ସଂକ୍ରମିତ ହୋଇଥାଇପାରନ୍ତି ବୋଲି ଆଶଙ୍କା କରାଯାଉଛି। ତେବେ ହସ୍ପିଟାଲ ସଂକ୍ରମଣର ହଟ୍‌ସ୍ପଟ ପାଲଟିବା ପୂର୍ବରୁ ରାଜ୍ୟ ସରକାର ଓ ହସ୍ପିଟାଲ କର୍ତ୍ତୃପକ୍ଷ ନିଜ ଆଡୁ ଚିକିତ୍ସା ସେବାରେ କଟକଣା ଲଗାଇଛନ୍ତି। ଏମ୍ସ ତା’ର ଆଉଟ୍‌ଡୋର୍‌ ପଞ୍ଜୀକରଣ ହ୍ରାସ କରିବା ସହ ଆଉ କେତେକ ଗାଇଡ୍‌ଲାଇନ୍‌ ଜାରି କରିଛି। ସେହିଭଳି ଅନ୍ୟ ସମସ୍ତ ହସ୍ପିଟାଲ ପାଇଁ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇ ପୁଣି ଟେଲିମେଡିସିନ ସେବା ଆରମ୍ଭ କରାଯାଇଛି। ହସ୍ପିଟାଲ ନ ଆସି ଅନ୍‌ଲାଇନ୍‌ରେ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଇଛି। ହସ୍ପିଟାଲରେ କରୋନା ସଂକ୍ରମଣ ରୋକିବା ପାଇଁ ଗାଇଡ୍‌ଲାଇନ୍‌ ଓ କଟକଣା ପର୍ଯ୍ୟାପ୍ତ ହୋଇପାରୁନାହିଁ। ଏସବୁ ସତ୍ତ୍ୱେ ରାଜଧାନୀରେ ପ୍ରାଥମିକ ଚିକିତ୍ସାଳୟଠାରୁ ଆରମ୍ଭ କରି କ୍ୟାପିଟାଲ ହସ୍ପିଟାଲ ପର୍ଯ୍ୟନ୍ତ ସବୁଠି କରୋନା ବ୍ୟାପିବାରେ ଲାଗିଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ ଥିବା ୨୩ଟି ସରକାରୀ ଚିକିତ୍ସାଳୟରେ ପ୍ରତିଦିନ ଶହ ଶହ ସଂଖ୍ୟାରେ ରୋଗୀ ଚିହ୍ନଟ ହେଉଥିବାବେଳେ ଖୋଦ୍‌ ହସ୍ପିଟାଲ କର୍ମଚାରୀ ମଧ୍ୟ କରୋନା ସଂକ୍ରମିତ ହେଉଛନ୍ତି। ଡାକ୍ତର, ନର୍ସ ଓ କର୍ମଚାରୀମାନେ ଯେତେବେଳେ ସଂକ୍ରମିତ ହେଉଛନ୍ତି ସେତେବେଳେ ଗୁରୁତର ରୋଗୀଙ୍କୁ ଚିକିତ୍ସା କରିବା କେତେ ସୁରକ୍ଷିତ ବୋଲି ପ୍ରଶ୍ନ ଉଠୁଛି।
ହସ୍ପିଟାଲ ନିର୍ଦ୍ଦେଶକ ଡା. ଲକ୍ଷ୍ମୀଧର ସାହୁ କହିଛନ୍ତି, କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ସାଙ୍ଗକୁ ଓମିକ୍ରନ୍‌ର ପ୍ରଭାବ ଦିନକୁ ଦିନ ବଢ଼ୁଛି। ସରକାରଙ୍କ ନିର୍ଦ୍ଦେଶନାମା ଅନୁସାରେ କର୍ମଚାରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ସମୟ ସମୟ ବ୍ୟବଧାନରେ ସାନିଟାଇଜେଶନ ମଧ୍ୟ କରାଯାଉଛି। ସେହିଭଳି ହସ୍ପିଟାଲକୁ ଚିକିତ୍ସା ପାଇଁ ଆସୁଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ଉଦ୍ଦେଶ୍ୟରେ ସାହୁ କହିଛନ୍ତି, ଗୁରୁତର ଚିକିତ୍ସା ତଥା ଅତି ଆବଶ୍ୟକୀୟ ସ୍ଥଳେ ହିଁ ହସ୍ପିଟାଲ ଆସନ୍ତୁ। ସେ ପର୍ଯ୍ୟନ୍ତ ଯଥା ସମ୍ଭବ ଘରେ ରହି ଉପଚାର କରନ୍ତୁ। ଅତି ଆବଶ୍ୟକ ହେଲେ କରୋନା ନିୟମ ମାନି ଆସିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri