Posted inଜାତୀୟ

ସ୍ତ୍ରୀଙ୍କ ପାଖରେ ନଥିଲା ଟଙ୍କା, ଡାକ୍ତରଖାନା ବାହାରେ ପଡ଼ି ରହି ଆଖି ବୁଜିଲେ ସ୍ବାମୀ

ଗୁନା,୨୪।୭: ଜଣେ ରୋଗୀ ଟଙ୍କା ଅଭାବରୁ ଡାକ୍ତରଖାନାରେ ଭର୍ତ୍ତି ହେବା ପାଇଁ ସ୍ଲିପ୍‌ ପାଇପାରି ନ ଥିଲେ। ଶେଷରେ ଚିକିତ୍ସା ଅଭାବରୁ ତାଙ୍କର ମୃତ୍ୟୁ ଘଟିଛି। ଏଭଳି ଏକ ଦୁଃଖଦାୟକ ଘଟଣା ମଧ୍ୟପ୍ରଦେଶର ଗୁନା ଜିଲା ମୁଖ୍ୟ ଚିକିତ୍ସାଳୟ ବାହାରେ ଦେଖିବାକୁ ମିଳିଛି।

ଅଶୋକନଗର ଜିଲାର ସୁନିଲ ଧାକଡ଼ ଟିବିରେ ପୀଡ଼ିତ ଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା ଯୋଗୁ ଚିକିତ୍ସା ପାଇଁ ସ୍ତ୍ରୀ ଆରତୀଙ୍କ ସହ ବୁଧବାର ଅପରାହ୍ନରେ ଡାକ୍ତରଖାନା ଆସିଥିଲେ। ହେଲେ ଭର୍ତ୍ତି ହେବା ପାଇଁ ଟଙ୍କା ନ ଥିବାରୁ ରେଜିଷ୍ଟ୍ରେଶନ କରିପାରି ନ ଥିଲେ। ଯେତେ କାକୁତି ମିନତି କଲେ ସୁଦ୍ଧା ଡାକ୍ତରଖାନାରେ ଦାଖଲ କରିବାକୁ ରିସେପ୍ସନରେ ଥିବା କର୍ମଚାରୀ ଅସମର୍ଥ ବୋଲି କହିଥିଲେ। ଶେଷରେ ନିରାଶ ହୋଇ ଡାକ୍ତରଖାନା ସମ୍ମୁଖରେ ସ୍ବାମୀ ଓ ଶିଶୁଙ୍କୁ ଧରି ଏକ ଗଛ ମୂଳରେ ବସିଥିଲେ ଆରତୀ।

ଏଥିପ୍ରତି ମଧ୍ୟ କାହାର ନିଘା ନ ଥିଲା। ଗୁରୁବାର ସକାଳେ ମଧ୍ୟ ଆରତୀ ପଚାରିବାରେ ସମାନ ଉତ୍ତର ମିଳିଥିଲା। ଶେଷରେ ସାରା ରାତି ଡାକ୍ତରଖାନା ବାହାରେ ପଡ଼ି ରହିବା ଯୋଗୁ ସୁନିଲଙ୍କ ମୃତ୍ୟୁ ଘଟିଛି। ଘଟଣାକୁ ନେଇ ପରିଜନମାନେ ଚିନ୍ତା ପ୍ରକାଶ କରିବା ସହ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲେ। ଏନେଇ ଜାଣିବା ପରେ ଜିଲାପାଳ ରିପୋର୍ଟ ତଲବ କରିଥିବା ଜଣାପଡ଼ିଛି। ଅପରପକ୍ଷେ ଠିକ୍‌ ସମୟରେ ଚିକିତ୍ସା ମିଳିଥିଲେ ସୁନିଲ ସୁସ୍ଥ ହୋଇ ଥାନ୍ତେ ବୋଲି ଆରତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉନି କମ୍ପାନୀ, ଆନ୍ଦୋଳନ ପାଇଁ ସଜବାଜ ଯୁବ ଗୋଷ୍ଠୀ

ଗଞ୍ଜାମ,୩୧।୮,(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ସ୍ଥାନୀୟ ଅଞ୍ଚଳ ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉ ନଥିବା ଅଭିଯୋଗ ହୋଇଛି। ରାଜ୍ୟ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri