ଦଦରା ଘରେ ଡାକ୍ତରଖାନା

ପରଜଙ୍ଗ, ୨।୬(ଡି.ଏନ.ଏ.) – କରୋନା ମହାମାରୀ ସମୟରେ ସ୍ବାସ୍ଥ୍ୟସେବାର ଗୁରୁତ୍ୱ ଅନେକାଂଶରେ ବଢ଼ିଯାଇଛି। ଜରୁରିକାଳୀନ ସମୟରେ ହାତପାହାନ୍ତାରେ ସ୍ବାସ୍ଥ୍ୟସେବା ଉପଲବ୍ଧ କରାଇବା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ପାଲଟିଛି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ରୋଗୀଙ୍କୁ ଉନ୍ନତମାନର ଚିକିତ୍ସା ସୁବିଧା ଯୋଗାଇଦେବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ହେଲେ ଢେଙ୍କାନାଳ ଜିଲାର ପଛୁଆ ଅଞ୍ଚଳ ଭାବେ ପରିଚିତ କଙ୍କଡ଼ାହାଡ଼ ବ୍ଲକର ମହାବିରୋଡ ପ୍ରାଥମିକ ଡାକ୍ତରଖାନାରେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି। ଏଠାରେ ଭଙ୍ଗା ଦଦରା ଘରେ ସ୍ବାସ୍ଥ୍ୟକେନ୍ଦ୍ର ଚାଲିଛି। ଦୀର୍ଘଦିନ ହେଲା ଡାକ୍ତର ପଦବୀ ଖାଲିପଡ଼ିଛି। ନର୍ସ ଏବଂ ଫାର୍ମାସିଷ୍ଟଙ୍କ କାନ୍ଧରେ ହସ୍ପିଟାଲର ସମସ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଥିବାବେଳେ ରୋଗୀମାନେ ବିଶେଷଜ୍ଞ ଡାକ୍ତରଙ୍କ ଅଭାବ ଅନୁଭବ କରୁଛନ୍ତି, ଯାହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି।
କଙ୍କଡ଼ାହାଡ଼ ବ୍ଲକବାସୀଙ୍କୁ ଚିକିତ୍ସା ସେବା ଯୋଗାଇଦେବାକୁ ୧୯୭୨ରେ ସ୍ଥାପିତ ହୋଇଥିଲା ମହାବିରୋଡ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର। ଏହି ଡାକ୍ତରଖାନା ଉପରେ ବ୍ଲକର ୨୫ ହଜାର ଜନସାଧାରଣ ନିର୍ଭରଶୀଳ। ହେଲେ ମରାମତି ଅଭାବରୁ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଜରାଜୀର୍ଣ୍ଣ ହୋଇଗଲାଣି। ଅନେକ ଦିନ ହେଲା ଡାକ୍ତର ପଦବୀ ଖାଲି ପଡ଼ିଛି। ୨ଜଣ ନର୍ସ, ଜଣେ ଫାର୍ମାସିଷ୍ଟ ଏବେ ସମସ୍ତ ଦାୟିତ୍ୱ ତୁଲାଉଛନ୍ତି। ଆମ୍ବୁଲାନ୍ସ ଓ ଆବଶ୍ୟକ ଉପକରଣ ନ ଥିବାରୁ ରୋଗୀମାନେ ଅସୁବିଧାରେ ପଡୁଛନ୍ତି। ଦୁର୍ଘଟଣାରେ ଗୁରୁତର, ଗର୍ଭବତୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅନ୍ୟତ୍ର ପଠାଇ ଦିଆଯାଉଛି। ସେମାନେ ଖର୍ଚ୍ଚାନ୍ତ ହୋଇ ପରଜଙ୍ଗ, ତାଳଚେର, ପାଲଲହଡ଼ା ଏବଂ ଢେଙ୍କାନାଳ ଯିବାକୁ ବାଧ୍ୟ ହେଉଛନ୍ତି। ଅନ୍ୟପଟେ ରୋଗୀଙ୍କ ମୃତ୍ୟୁ ଘଟିଲେ କିମ୍ବା ଅପମୃତ୍ୟୁ ମାମଲାରେ ମୃତଦେହ ବ୍ୟବଚ୍ଛେଦ ଲାଗି ସୁବିଧା ନ ଥିବାରୁ ଶବ ଦୀର୍ଘ ସମୟ ପଡ଼ିରହୁଛି। ମହାବିରୋଡ ଡାକ୍ତରଖାନାରେ ଡାକ୍ତର ନିଯୁକ୍ତି ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଉପକରଣ ପ୍ରଦାନ ଦାବିରେ କିଛିଦିନ ତଳେ ଅଞ୍ଚଳର ବୁଦ୍ଧିଜୀବୀମାନେ ଆନ୍ଦୋଳନ କରିଥିଲେ। ଏହା ସତ୍ତ୍ୱେ ସରକାର କିମ୍ବା ସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।
ଏ ସଂକ୍ରାନ୍ତରେ ଫାର୍ମାସିଷ୍ଟ ମୁନିରାମ ମୁର୍ମୁ କୁହନ୍ତି, ଡାକ୍ତରଖାନାରେ ୨ ଜଣ ଷ୍ଟାଫ୍‌ନର୍ସ, ଜଣେ ଫାର୍ମାସିଷ୍ଟ, ନାଇଟ୍‌ ଓ୍ବାଚର, ସୁଇପର ଏବଂ ଆଟେଣ୍ଡାଣ୍ଟଙ୍କୁ ମିଶାଇ ମୋଟ ୮ ଜଣ କର୍ମଚାରୀ ଅଛନ୍ତି। ଆସୁଥିବା ରୋଗୀଙ୍କୁ ଠିକ୍‌ ଭାବେ ସେବା ଯୋଗାଇ ଦିଆଯାଉଛି। ଅନ୍ୟପଟେ ଏ ନେଇ ସିଡିଏମ୍‌ଓଙ୍କୁ ଯୋଗାଯୋଗ କରିବାକୁ ଉଦ୍ୟମ କରାଯାଇଥିଲେ ମଧ୍ୟ ତାଙ୍କର ପ୍ରତିକ୍ରିୟା ମିଳିପାରି ନାହିଁ। ତୁରନ୍ତ ଡାକ୍ତରଖାନାର ନବକଳେବର ସହିତ ଡାକ୍ତର ନିଯୁକ୍ତ କରିବାକୁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?