ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟକାଳ ପାଇଁ ରୋଗୀସେବା ବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଏହାର ପ୍ରଭାବ କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ମଧ୍ୟ ସ୍ପଷ୍ଟ ଭାବେ ଦେଖିବାକୁ ମିଳିଛି। ଓମ୍‌ସା ସହ ଜଡିତ ଡାକ୍ତରମାନେ ହସ୍ପିଟାଲ ପରିସରରେ ଧାରଣାରେ ବସିଥିବା ବେଳେ ନିୟମିତ ରୋଗୀସେବା ବ୍ୟାହତ ହୋଇଛି।

ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର କୃଷ୍ଣଚନ୍ଦ୍ର ଦାଶ କହିଛନ୍ତି ଯେ, ଦୀର୍ଘଦିନ ଧରି ଡାକ୍ତରମାନଙ୍କ ବିଭିନ୍ନ ନ୍ୟାୟସଙ୍ଗତ ଦାବି ସରକାରଙ୍କ ନିକଟରେ ଉପସ୍ଥାପନ କରାଯାଇଥିଲେ ମଧ୍ୟ ସେଗୁଡ଼ିକର ସମାଧାନ ହୋଇନାହିଁ । ବାଧ୍ୟ ହୋଇ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟକାଳୀନ ଆନ୍ଦୋଳନରେ ସାମିଲ ହେବାକୁ ପଡ଼ିଛି । ସରକାର ଶୀଘ୍ର ଦାବି ପୂରଣ କଲେ ସ୍ୱାଭାବିକ ଭାବେ ରୋଗୀସେବା ପୁନର୍ବାର ଆରମ୍ଭ ହେବ ବୋଲି ସେ କହିଛନ୍ତି।
ଡାକ୍ତରମାନଙ୍କ କାର୍ଯ୍ୟବନ୍ଦ ଯୋଗୁଁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ଆସିଥିବା ଶହ ଶହ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଚିକିତ୍ସା ପାଇଁ ଦୂରଦୂରାନ୍ତରୁ ଆସିଥିବା ରୋଗୀମାନେ ନିରାଶ ହୋଇ ଫେରିଯାଉଥିବା ବେଳେ ଅନେକ ବିକଳ୍ପ ଚିକିତ୍ସା ବ୍ୟବସ୍ଥା ଖୋଜୁଥିବା ଦେଖିବାକୁ ମିଳିଛି। ସରକାର ଓ ଓମ୍‌ସା ମଧ୍ୟରେ ଶୀଘ୍ର ଆଲୋଚନା ମାଧ୍ୟମରେ ସମାଧାନ ବାହାରିବ ବୋଲି ରୋଗୀ ଓ ସାଧାରଣ ଲୋକ ଆଶା ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri