୨ ସପ୍ତାହରେ ଛିଡ଼ା ହେଲା ହସ୍ପିଟାଲ

ଚିତ୍ରକୋଣ୍ଡା,୧୦।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବଭିମାନ ଅଞ୍ଚଳରେ ଆମେରିକାନ ଇଣ୍ଡିଆ ଫାଉଣ୍ଡେସନ ପକ୍ଷରୁ ୨ କୋଟି ଟଙ୍କାର ଏକ ଅତ୍ୟାଧୁନିକ ଭ୍ରାମ୍ୟମାଣ ମେଡିକାଲ ନିର୍ମାଣ କରାଯାଇଛି।

ସୋମବାର ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହସ୍ପିଟାଲର ଉଦ୍‌ଘାଟନ କରିଥିଲେ। ଏଥିରେ ଅତିଥି ଭାବେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ବାକା, ମାଲକାନଗିରି ଏଡିମ ବୀରସେନ ପ୍ରଧାନ, ମାଲକାନଗିରି ସିଡିଏମଓ ପ୍ରଫୁଲ୍ଲ ନନ୍ଦ ଓ ଡିପିଏମ୍‌ ବନବିହାରୀ ମିଶ୍ର, ଚିତ୍ରକୋଣ୍ଡା ବିଡ଼ିଓ ରାହୁଲ ମଣ୍ଡଳ, କୁଡୁମୁଲୁଗୁମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ସନ୍ତୋଷ ଷଡ଼ଙ୍ଗୀ ଏବଂ ବିପିଏମ୍‌ ହରପ୍ରସାଦ ତାରେଣି ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟର ଅଧକ୍ଷ ଡାକ୍ତର କ୍ଷୀରୋଦ ଚନ୍ଦ୍ର ମହନ୍ତ ପ୍ରମୁଖ ଉପସ୍ଥିତ ଥିଲେ। ଏହି ହସ୍ପିଟାଲ ଉଦ୍‌ଘାଟନ ହେବ ଦ୍ୱାର ଅଞ୍ଚଳବାସୀ ଉପକୃତ ହୋଇପାରିବେ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ହସ୍ପିଟାଲକୁ ମାତ୍ର ୨ ସପ୍ତାହ ମଧ୍ୟରେ ନିର୍ମାଣ କରାଯାଇଛି। ହସ୍ପିଟାଲରେ ୫୦ ବେଡ଼ ରହିଛି। ୪ ବେଡ ଭେଣ୍ଟିଲେଟର ଯୁକ୍ତ ଆଇସିୟୁ ରହିଥିବା ବେଳେ ପ୍ରତି ୱାର୍ଡ଼ରେ ୧୪ ବେଡ଼ ସହ ଶୀତ ତାପ ନିୟନ୍ତ୍ରଣ ବ୍ୟବସ୍ଥା କରାଯାଇଛି। ଡାକ୍ତର ଓ ସିଷ୍ଟରଙ୍କ ରହିବା ପାଇଁ ରୁମ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri