ଦୁଇ ସପ୍ତାହରେ ଓଡ଼ିଶାରେ ତିଆରି ହେଲା ଅତ୍ୟାଧୁନିକ ହସ୍ପିଟାଲ

ଚିତ୍ରକୋଣ୍ଡା,୩୦ା୧୧(ଡି.ଏନ.ଏ.): ଗୁରୁପ୍ରିୟା ସେତୁ ନିର୍ମାଣ ପରେ ବଦଳି ଯାଇଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ମାନଚିତ୍ର। ଦ୍ରୁତ ଗତିରେ ଏଠାରେ ହେଉଛି ବିକାଶମୂଳକ କାର୍ଯ୍ୟ l ସ୍ବାଭିମାନ ଅଞ୍ଚଳର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବଡପଡା ପଞ୍ଚାୟତରେ ନିର୍ମାଣ ହୋଇଛି ଅତ୍ୟାଧୁନିକ ଡାକ୍ତରଖାନା। ତାହା ପୁଣି ମାତ୍ର ୨ ସପ୍ତାହ ମଧ୍ୟରେ ନିର୍ମିତ ହୋଇଛି। ଏହା ଆଶ୍ୱର୍ଯ୍ୟ ଲାଗୁଥିଲେ ମଧ୍ୟ ସତ୍ୟ। ଆମେରିକାନ ଇଣ୍ଡିଆ ଫାଉଣ୍ଡେଶନ ପକ୍ଷରୁ ଚେନ୍ନାଇ ଆଇଆଇଟି ଦ୍ୱାରା ମାଷ୍ଟର କାର୍ଡ ସଂସ୍ଥା ଏଥିପାଇଁ ଦେଇଛି ଆର୍ଥିକ ସହାୟତା। ଏକ ପୋର୍ଟେବଲ ହେଲଥ କେୟାର ୟୁନିଟ ରୂପେ ପରିଚିତ ଏହି ଡାକ୍ତରଖାନା ନିର୍ମାଣରେ ବ୍ୟୟ ହୋଇଛି ୨କୋଟି ଟଙ୍କା। ସମସ୍ତ ଅତ୍ୟାଧୁନିକ ସୁବିଧା ସହ ଏଠାରେ ରହିଛି ୫୦ ଶଯ୍ୟାବିଶିଷ୍ଟ ବେଡ୍‌, ୪ ଶଯ୍ୟା ବିଶିଷ୍ଟ ଭେଣ୍ଟିଲେଟରଯୁକ୍ତ ଆଇସିୟୁ ଏବଂ ପ୍ରତି ୱାର୍ଡରେ ୧୪ ଶଯ୍ୟାବିଶିଷ୍ଟ ବେଡ୍‌ ସହ ଶୀତତାପ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା। ଅସ୍କିଜେନ କନସିଟେଟର ବ୍ୟବସ୍ଥା ସହ, ମାଇନର୍ସ ଟେମ୍ପ୍ରେଚର ମେଣ୍ଟେନର ବ୍ୟବସ୍ଥା କରାଯାଇଛି l ଡାକ୍ତର ଓ ସିଷ୍ଟର ରହିବା ପାଇଁ ମଧ୍ୟ ରହିଛି ଅଲଗା ଅଲଗା ରୁମ। ରୋଗୀ ଓ କର୍ମଚାରୀଙ୍କ ପାଇଁ ଟଏଲେଟ ବ୍ୟବସ୍ଥା। କେବଳ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ଘାଟନ ଅପେକ୍ଷାରେ ରହିଛି ଉକ୍ତ ଡାକ୍ତରଖାନା l ବଡପଡାଠାରେ ପାହାଡ଼କୁ କାଟି କରାଯାଇଥିବା ଏହି ଡାକ୍ତରଖାନାକୁ ଆମେରିକାନ ଇଣ୍ଡିଆ ଫାଉଣ୍ଡେଶନ ସମସ୍ତ ଭିତ୍ତିଭୂମି ଯୋଗାଇ ଦେଇଛି। ଫଳରେ ମାତ୍ର ୨ ସପ୍ତାହ ମଧ୍ୟରେ ଏହାର ନିର୍ମାଣ ସମ୍ଭବ ହୋଇପାରିଛି। ଡାକ୍ତରଖାନାର ପରିଚାଳନା ପାଇଁ ସମସ୍ତ ପାରାମେଡିକାଲ ଷ୍ଟାଫ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ଯୋଗାଇ ଦେବେ l ଡାକ୍ତରଖାନା କାର୍ଯ୍ୟକ୍ଷମ ହେଲେ ସ୍ବାଭିମାନ ଅଞ୍ଚଳରେ ସ୍ବାସ୍ଥ୍ୟସେବା ନେଇ ରହିଥିବା ସମସ୍ୟା ଦୂର ହେବ। ରୋଗୀଙ୍କୁ ଆଉ ମାଲକାନଗିରି ଜିଲା ସଦର ମହକୁମ୍ମାକୁ ଦୌଡିବାକୁ ପଡିବ ନାହିଁ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri