ବିନା ଡାକ୍ତରରେ ଡାକ୍ତରଖାନା

ହାଟଡିହୀ,୧୬।୭(ଡି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିିଛି। ସରକାର ଲୋକଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇଦେବା ପାଇଁ ନାନା ଜନହିତକର ଯୋଜନା କରୁଥିବା ବେଳେ ଏଥିରୁ ଫାଇଦା ମିଳୁ ନ ଥିବା ଶାଳନିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ହାଟଡିହୀ ଏରିଆ ହସ୍ପିଟାଲର ଅବସ୍ଥା ଦେଖିଲେ ବୁଝା ପଡ଼ିଯିବ। ଆନନ୍ଦପୁର-ଭଦ୍ରକ ୫୩ନଂ. ରାଜ୍ୟ ରାଜପଥ କଡ଼ରେ ଏହି ହସ୍ପିଟାଲ ଅବସ୍ଥିତ। ଏଠାରେ ପ୍ରାୟ ୧୦ ବର୍ଷ ହେବ ସ୍ଥାୟୀ ଡାକ୍ତର ନିଯୁକ୍ତି ହୋଇପାରିନାହିଁ। ଦୀର୍ଘ ମାସ ପୂର୍ବରୁ ଡିଏମ୍‌ଏଫ୍‌ ଫଣ୍ଡରୁ ଆସ୍ଥାୟୀ ଭାବେ ଡାକ୍ତର ନିଯୁକ୍ତି କରାଯାଇଥିଲା। କିନ୍ତୁ ଦେଢ଼ ବର୍ଷ ହେବ ଡାକ୍ତର ପଦବୀ ଫାଙ୍କା ପଡ଼ିଛି। ବିନା ଡାକ୍ତରରେ ଡାକ୍ତରଖାନା ଚାଲିଥିବା ବେଳେ ଅନ୍ୟ କର୍ମଚାରୀ ରୋଗୀସେବା କରୁଛନ୍ତି। ଏଠାକୁ ଆସୁଥିବା ରୋଗୀ ଚିକିତ୍ସା ସେବା ନ ପାଇ ଫେରି ଯାଉଥିବା ବେଳେ ନାନା ଦୁର୍ଦ୍ଦଶା ଭୋଗୁୁଛନ୍ତି। ଅଧିକାଂଶ ସମୟରେ ରୋଗୀ ଖର୍ଚ୍ଚାନ୍ତ ହୋଇ ଅନ୍ୟତ୍ର ଚିକିତ୍ସା ପାଇଁ ଯାଉଛନ୍ତି। ତେବେ ରୋଗୀଙ୍କୁ ଉପଯୁକ୍ତ ଏବଂ ଉନ୍ନତମାନର ଚିକିତ୍ସା ଯୋଗାଇ ଦେବା ପାଇଁ ସରକାରଙ୍କ ଏତେ ଯୋଜନା ଥାଇ ଲାଭ କ’ଣ ବୋଲି ପ୍ରଶ୍ନ ଉଠିଛି। ଟୁକୁଣା, ମୁଗୁପୁରରେ ବି ସମାନ ଅବସ୍ଥା। ଏଠାରେ ଦୀର୍ଘ ମାସ ହେବ ସ୍ଥାୟୀ ଭାବେ କୌଣସି ଡାକ୍ତର ରହୁ ନାହାନ୍ତି। ହାଟଡିହୀ ହସ୍ପିଟାଲ ଉପରେ ବହୁ ଲୋକ ନିର୍ଭର କରିଥାନ୍ତି l କିନ୍ତୁ ଏଠାରେ କାର୍ଯ୍ୟରତ କର୍ମଚାରୀଙ୍କ ମଧ୍ୟରୁ କିଛି କର୍ମଚାରୀ ଛୁଟିରେ ଥିବା ବେଳେ ଜଣେ ଫାର୍ମାସିଷ୍ଟ, ସିକ୍ୟୁରିଟି ଗାର୍ଡ, ସୁଇପର ଡାକ୍ତରଖାନା ଚଳାଉଛନ୍ତି। ଦିନ ୮ରୁ ୧୨ ଏବଂ ୪ରୁ ୬ଟା ପରେ କାହାରି ଦେଖା ମିଳୁ ନାହିଁ।ି ଏପରି ନାନା ଅବ୍ୟବସ୍ଥାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛ। ଶାଳନିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀକ୍ଷକ ଡା. ପ୍ରଭାତ ଚନ୍ଦ୍ର ନାୟକଙ୍କୁ ପଚାରିବାରୁ ଡାକ୍ତର ନିଯୁକ୍ତି ନ ଥିବାରୁ ରୋଗୀ ସେବାରେ ବ୍ୟତିକ୍ରମ ସୃଷ୍ଟି ହେଉଛି। ଯେଉଁଠି ଡାକ୍ତର ନାହାନ୍ତି ସେଠାରେ ଫାର୍ମାସିଷ୍ଟ ରୋଗୀ ସେବା କରିବେ ବୋଲି ସେ କହିଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ହାଟଡିହୀ ବ୍ଲକର ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ର ଶାଳନିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୧୦ ଡାକ୍ତର ପଦବୀ ମଧ୍ୟରୁ ଏବେ ମାତ୍ର ୨ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?