‘ସଂକ୍ରମଣ ବଢ଼ିଲେ ବି ହସ୍ପିଟାଲ ଯିବା ସଂଖ୍ୟା କମ୍‌’

ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଉପରମୁହଁା ରହିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ତେବେ ଖୁବ୍‌ କମ୍‌ ଦିନରେ ଆମେ ଦ୍ୱିତୀୟ ଲହରର ଶୀର୍ଷକୁ ଅତିକ୍ରମ କରିଯାଇପାରୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି। ସେ ଆହୁରି କହିଛନ୍ତି, ଗୋଟିଏ ମହାମାରୀରେ ପ୍ରଥମେ ସଂକ୍ରମଣ ବଢିବ, ତା’ପରେ କିଛିଦିନ ସମାନ୍ତରାଳରେ ରହିବ ଓ ପରେ କମିବ। ଏବେ ଦେଶରେ କରୋନା ସଂକ୍ରମଣ ବଢୁଛି ତେଣୁ ଆମ ରାଜ୍ୟରେ ମଧ୍ୟ ତାହା ବଢିବାରେ ଲାଗିଛି। ତେବେ ସଂକ୍ରମଣ ବଢିଲେ ମଧ୍ୟ ସ୍ବାସ୍ଥ୍ୟକେନ୍ଦ୍ରକୁ ଆକ୍ରାନ୍ତଙ୍କ ଯିବା ସଂଖ୍ୟା ବହୁତ କମ୍‌ ରହିଛି। ହସ୍ପିଟାଲର ଶଯ୍ୟା ସଂଖ୍ୟା ସ୍ଥିତି ଅନୁଯାୟୀ, ସାଧାରଣ ଶଯ୍ୟା ୬.୫୧ ପ୍ରତିଶତ, ଆଇସିୟୁରେ ୧୨.୫୧ ପ୍ରତିଶତ, କ୍ରିଟିକାଲ କେୟାରରେ ୩.୬୨ ପ୍ରତିଶତ ରୋଗୀ ରହିଛନ୍ତି। ବର୍ତ୍ତମାନ ମୁଖ୍ୟତଃ ୫ଟି ଦିଗ ଉପରେ ନଜର ରଖାଯାଇଛି। ଟେଷ୍ଟ ପଜିଟିଭ୍‌ ହାର, ଡାକ୍ତରଖାନାକୁ ଆକ୍ରାନ୍ତଙ୍କ ଯିବା ସଂଖ୍ୟା, ମୃତ୍ୟୁହାର, ଲୋକଙ୍କ ବ୍ୟବହାର ଦେଖିବା ପରେ ଆଗାମୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। କେବଳ ଓଡ଼ିଶାରେ ନୁହେଁ ଭାରତରେ ମଧ୍ୟ ଡାକ୍ତରଖାନାକୁ ଆକ୍ରାନ୍ତଙ୍କ ଯିବା ସଂଖ୍ୟା କମ୍‌ ରହିଛି। ଦ୍ୱିତୀୟ ଲହର ତୁଳନାରେ ଡାକ୍ତରଖାନାକୁ ଆକ୍ରାନ୍ତଙ୍କ ଯିବା ସଂଖ୍ୟା ଏବେ ବହୁତ କମ ରହିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଭିତ୍ତିଭୂମି ବଢାଇବା ଜାରି ରଖିବା ସହ ଔଷଧ, ଅକ୍ସିଜେନ ଓ ଶଯ୍ୟା ପ୍ରସ୍ତୁତ କରି ରଖାଯାଉଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri