ବନ୍ଧକ ଉଦ୍ଧାର,ସମସ୍ତ ଆତଙ୍କବାଦୀଙ୍କୁ ଏନକାଉଣ୍ଟର, ୨ କମାଣ୍ଡୋ ମୃତ…

ଇସଲାମାବାଦ,୨୦।୧୨ : ପାକିସ୍ତାନ ସେନାର ସ୍ବତନ୍ତ୍ର ବାହିନୀ ମଙ୍ଗଳବାର ଖାଇବର-ପାସ୍ତୁନଖ୍ବା ପ୍ରଦେଶର ଏକ କେନ୍ଦ୍ରରେ କିଛି ଲୋକଙ୍କୁ ବନ୍ଧକ ରଖିଥିବା ସମସ୍ତ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଛି। ଏହା ସହିତ ବନ୍ଧକ ଥିବା ସମସ୍ତ ଲୋକଙ୍କୁ ଉଦ୍ଧାର କରାଯାଇଛି। ଏହାପୂର୍ବରୁ ତାଲିବାନ ଆତଙ୍କବାଦୀମାନେ ବନ୍ଧକମାନଙ୍କୁ ମୁକ୍ତ କରିବାକୁ ମନା କରିଦେଇଥିଲେ। ସରକାର ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଆଲୋଚନା ବିଫଳ ହେବା ପରେ ଦୁଇ ଦିନିଆ ବିବାଦକୁ ଶେଷ କରିବା ପାଇଁ ସ୍ବତନ୍ତ୍ର ବାହିନୀ ଏହି ଅପରେଶନ ଆରମ୍ଭ କରିଥିଲେ।

ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ କହିଛନ୍ତି ଯେ ସେନା ଅପରେଶନରେ ନିଷିଦ୍ଧ ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି)ର ସମସ୍ତ ଆତଙ୍କବାଦୀ ନିହତ ହୋଇଛନ୍ତି। କିଛି ଲୋକଙ୍କୁ ବାନ୍ନୁସ୍ଥିତ ଆତଙ୍କବାଦୀ ବିରୋଧୀ କେନ୍ଦ୍ରରେ ବନ୍ଧକ ରଖାଯାଇଥିଲା।

ଏହି ସଙ୍କଟକୁ ଦୂର କରିବା ପାଇଁ ପାକ ସରକାର ଆତଙ୍କବାଦୀଙ୍କ ସହ ଆଲୋଚନା କରିବାକୁ ଚେଷ୍ଟା କରିଥିଲେ, କିନ୍ତୁ ସମସ୍ତ ଉଦ୍ୟମ ବିଫଳ ହେବା ପରେ ସେନାର ଏସଏସଜି କମାଣ୍ଡୋ କେନ୍ଦ୍ରର କମ୍ପାଉଣ୍ଡ ଉପରେ ଆକ୍ରମଣ କରିଥିଲେ। ଜାତୀୟ ସଭାରେ ଯୋଗ ଦେଇ ଆସିଫ କହିଛନ୍ତି ଯେ ଏସଏସଜି କମାଣ୍ଡୋ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରେ ଏହି ଅପରେଶନ ଆରମ୍ଭ କରିଥିଲେ ଏବଂ ସମସ୍ତ ଆତଙ୍କବାଦୀ ନିହତ ହୋଇଥିଲେ।

ସେ କହିଛନ୍ତି ଯେ କମ୍ପ୍ଲେକ୍ସରୁ ୩୩ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି ଯେ ଅପରେଶନ ସମୟରେ ଦୁଇ ଜଣ କମାଣ୍ଡୋଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତ ବନ୍ଧକଙ୍କୁ ମୁକ୍ତ କରାଯାଇଛି। ସେ କହିଛନ୍ତି ଯେ ଅପରାହ୍ନ ୨ଟା ୩୦ ସୁଦ୍ଧା ସମଗ୍ର ସିଟିଡି ପରିସରକୁ ଖାଲି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri