କର୍ମଜୀବୀ ମହିଳାଙ୍କ ପାଇଁ କରାଯିବ ହଷ୍ଟେଲ ଯୋଜନା: ମହିଳା ଓ ଶିଶୁ ବିକାଶ ସଚିବଙ୍କ ଭଞ୍ଜନଗର ଗସ୍ତ

ଭଞ୍ଜନଗର,୨୯।୭(ବାବୁଲା ପ୍ରଧାନ):ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦାୟିତ୍ୱରେ ଥିବା ମହିଳା ଓ ଶିଶୁ ବିକାଶ ସଚିବ ଶୁଭା ଶର୍ମା ମଙ୍ଗଳବାର ଭଞ୍ଜନଗର ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସଚିବ ପ୍ରଥମେ ଭଞ୍ଜନଗର ବ୍ଲକ ମୁଦୁଲିପଲ୍ଲୀ ପଂଚାୟତ କାର୍ଯ୍ୟାଳୟକୁ ଯାଇ ସେଠାରେ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ସମୟରେ ସେ ବାଲ୍ୟ ବିବାହ କିଭଳି ରୋକାଯିବ ସେନେଇ ପଦକ୍ଷେପ ନେବାକୁ କହିଥିଲେ। ସେଠାରୁ ଭଞ୍ଜନଗର ସହର ଭେଜିପୁଟ ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ କରିଥିଲେ। ସେଠାରେ କିଶୋରୀ ବାଳିକା, ସୁଭଦ୍ରା ଯୋଜନା ସମେତ ବିଭିନ୍ନ ଯୋଜନା ଉପରେ ଆଲୋଚନା କରିଥିଲେ। ଏହାପରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପରିଦର୍ଶନରେ ଆସିଥିଲେ।
କଲେଜରେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ଗୋଟିଏ ଗଛ ମା’ଙ୍କ ନାମରେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେଇ ଚାରା ରୋପଣ କରିଥିଲେ। ଏହି ଅବସରରେ ଉପସ୍ଥିତ ଅନ୍ୟ ଅତିଥିମାନେ ମଧ୍ୟ ଚାରାରୋପଣ କରିଥିଲେ। ଜାତୀୟ ସେବା ଯୋଜନା (ପୁରୁଷ) ଶାଖା ୧ ଏବଂ ବନ ବିଭାଗ ପକ୍ଷରୁ ଉକ୍ତ କାର୍ଯ୍ୟକ୍ରମ ମିଳିତ ଭାବେ ଆୟୋଜନ ହୋଇଥିଲା। ଏହାପରେ ସଚିବ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ପଚାରି ବୁଝିଥିଲେ। ଏହି ସମୟରେ ଅଧ୍ୟକ୍ଷ କଲେଜର ବିଭିନ୍ନ ଅଭାବ ଅସୁବିଧା ସଂପର୍କରେ କହିଥିଲେ। କଲେଜର ଉନ୍ନତି ପାଇଁ ପୂର୍ବରୁ ଦିଆଯାଇଥିବା ପ୍ରସ୍ତାବ ଗୁଡ଼ିକ କିଭଳି କାର୍ଯ୍ୟକାରି ହେବ ସେଥିପ୍ରତି ଦୃଷ୍ଟି ଦିଆଯିବ ବୋଲି ସଚିବ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ବିଭିନ୍ନ ଅଧିକାରୀଙ୍କ ସହ ସଚିବ ସେଠାରେ ଆଲୋଚନା କରିଥିଲେ।
ବିଭିନ୍ନ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା କର୍ମଜୀବୀ ମହିଳା ମାନେ କିଭଳି ସୁରକ୍ଷିତ ରହିପାରିବେ ସେନେଇ କହିଥିଲେ। ଯେଉଁ ମାନକର ନିଜସ୍ବ ଘର ନାହିଁ ସେମାନେ ହଷ୍ଟେଲରେ କିଭଳି ରହିବେ ସେନେଇ ଯୋଜନା କରାଯାଉ। ଆଗାମୀ ଦିନରେ କର୍ମଜୀବୀ ମହିଳାମାନଙ୍କ ପାଇଁ ଭଞ୍ଜନଗରରେ ହଷ୍ଟେଲ ବ୍ୟବସ୍ଥା କିଭଳି ହେବ ସେନେଇ କହିଥିଲେ।
ସଚିବଙ୍କ ଗସ୍ତ ସମୟରେ ପ୍ରୋବେଶନର ଆଇଏଏସ ଅଧିକାରିଣୀ ମ୍ରିନାଲିକା ରାଠୋର,ଉପଜିଲାପାଳ ଉମା ଶଙ୍କର ବେହେରା, ଘୁମୁସର ଉତ୍ତର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି, ଏସିଏଫ ବିବେକ କୁମାର ଦାସ, ଡ. ରଶ୍ମିରଞ୍ଜନ ସ୍ବାଇଁ, ମୁଜାଗଡ ରେଞ୍ଜର ବିମ୍ବାଧର ସାହୁ, କେନ୍ଦ୍ରୀୟ ବନାଚଳ ଅଧିକାରୀ ପୃଥିବୀ ରାଜ ପ୍ରଧାନ, ବନପାଳ ବବୁଲ ସେଠୀ, ବନରକ୍ଷୀ ସଙ୍ଗୀତା ପଟ୍ଟନାୟକ, ବିଡ଼ିଓ ଭାରତୀ ଦେବୀ, ଅତିରିକ୍ତ ତହସିଲଦାର ଅବିନାଶ ମହାର, ଡେପୁଟି କଲେକ୍ଟର ସୁମନ ଘୋଷ, ଏବିଡିଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ, ନିର୍ବାହୀ ଅଧିକାରୀ ମୁରଲୀ ପଣ୍ଡା, ଜିଲା ସମାଜ ମଙ୍ଗଳ ଅଧିକାରୀ ବିଜୟ ଲକ୍ଷ୍ମୀ ବେହେରା, ସିଡିପିଓ ମିଲୀମା କୁମାରୀ ପଣ୍ଡା, କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ, ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ହର ପ୍ରସାଦ ଶତପଥୀ, ଏନଏସଏସ ଯୋଜନା ଅଧିକାରୀ ବି ପ୍ରଧାନ, ଶିକ୍ଷକ ତଥା ପରିବେଶବିତ୍ ଦୁତିକୃଷ୍ଠ ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ। ଭଞ୍ଜନଗର ବ୍ଲକ ଗସ୍ତ ସରିବା ପରେ ସଚିବ ବେଲଗୁଣ୍ଠା ବ୍ଲକ ନେଟେଙ୍ଗା ଠାରେ ଚାଲିଥିବା ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବା ପରେ ଛତ୍ରପୁର ଅଭିମୁଖେ ଯାଇଥିଲେ। ସେଠାରେ ଆହାର କେନ୍ଦ୍ରରେ ଖାଦ୍ୟର ମାନ ପରୀକ୍ଷା କାର୍ଯ୍ୟକ୍ରମ ରହିଛି। ଏହାପରେ ଭୁବନେଶ୍ୱର ଫେରିଯିବା କାର୍ଯ୍ୟକ୍ରମ ରହିଛି । ସଚିବ ସୋମବାର ଦୁଇ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସି ଗତକାଲି ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ। ଗତ ରାତିରେ କାଳିଆମ୍ବ ବନ ବିଭାଗ ଗେଷ୍ଟ ହାଉସ ରେ ରହିଥିଲେ।
ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୩୦ଟି ଜିଲାର ଦାୟିତ୍ୱ ୩୦ ଜଣ ସଚିବଙ୍କୁ ଦାୟିତ୍ୱ ଦେଇଛନ୍ତି। ତେଣୁ ଉକ୍ତ ସବିବ ଗଞ୍ଜାମ ଜିଲା ଗସ୍ତରେ ଆସି ଯୋଜନାର ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri