ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ

ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ ବିତିଯାଇଛି । ତଥାପି ଜିଲା ପ୍ରଶାସନ ପକ୍ଷରୁ ଅନ୍ତେବାସୀଙ୍କ ମୌଳିକ ସୁବିଧା ପାଇଁ କୌଣସି ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ କରାଯାଇନାହିଁ।

ସୂଚନା ଯୋଗ୍ୟଯେ, ୨୦୧୭ ମସିହାରେ ଏହି ବିଦ୍ୟାଳୟରେ ବିନା ଭିତ୍ତଭୂମିରେ ଛାତ୍ରାବାସ ଖୋଲା ଯାଇଥିଲା। ସେହି ସମୟରେ ବିଦ୍ୟାଳୟର ଷଷ୍ଠ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅନ୍ତେବାସୀ ଶ୍ରେଣୀ ଗୃହରେ ରହୁଥିଲେ। ପରବର୍ତ୍ତୀ ସମୟରେ ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରମାନଙ୍କୁ ଅନ୍ତେବାସୀ ଭାବେ ବିଦ୍ୟାଳୟର ତିନୋଟି ଶ୍ରେଣୀ ଗୃହରେ ରଖାଯାଇଛି । ଗୋଟିଏ ଛାତ୍ରାବାସ ଖୋଲିବା ନେଇ ଅବଶ୍ୟକୀୟ ଭିତ୍ତଭୂମି ହେଉଛି ଉନ୍ନତ ମାନର ସୁରକ୍ଷିତ ଛାତ୍ରାବାସ, ଆବଶ୍ୟକୀୟ ଶୌଚାଳୟ , ରୋଷେଇ ଗୃହ, ଡାଇନିଙ୍ଗ ହଲ୍ , ବିଶୁଦ୍ଧ ପାନୀୟଜଳ ଇତ୍ୟାଦିର ଆବଶ୍ୟକତା ରହିଥାଏ ।

କିନ୍ତୁ ଏହି ବିଦ୍ୟାଳୟରେ ଛାତ୍ରାବାସ ଖୋଲିଯିବା ନାଁରେ ଆଜକୁ ନଅ ବର୍ଷ ବିତିଯାଇଥିଲେ ମଧ୍ୟ ଏହି ସବୁ ମୌଳିକ ସୁବିଧାରୁ ବଞ୍ଚିତ ହୋଇରହିଛନ୍ତି ଆଦିବାସୀ ପିଲାମାନେ । ଏଥିପାଇଁ ସମ୍ପୃକ୍ତ ଜିଲା ଶିକ୍ଷା ବିଭାଗ ତଥା ଜିଲା ପ୍ରଶାସନ ଦାୟୀ ରହିଥିବା ନେଇ ବୁଦ୍ଧିଜୀବୀ ମାନେ ମତ ପ୍ରକାଶ କରିଛନ୍ତି। ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣା ପରେ ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଗୌରୀଶଙ୍କର ମାଝୀ, ଜିଲାପାଳ ମହେଶ୍ୱର ସ୍ୱାଇଁ, ଜିଲା ଶିକ୍ଷାଧିକାରୀ ଛତ୍ରପତି ସାହୁ, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର ପ୍ରମୁଖ ଘାଟଣାର ତଦନ୍ତ କରିବାକୁ ଆସିଥିଲେ । ସେହି ସମୟରେ ଉପଜିଲାପାଳଙ୍କ ନେତୃତ୍ୱରେ ଏକ କମିଟି ଗଠନ କରାଯାଇ ପୁଙ୍ଖନୁପୁଙ୍ଖନ ଭାବେ ତଦନ୍ତ କରାଯିବ ବୋଲି କୁହାଯାଇଥିଲା । କିନ୍ତୁ ଇତି ମଧ୍ୟରେ ଆଜକୁ ଏକ ମାସ ସମୟ ବିତିଯାଇଥିଲେ ମଧ୍ୟ ଏଯାବତ୍ କୌଣସି କମିଟି ତଦନ୍ତକୁ ଆସିନାହାନ୍ତି । ଅପରପକ୍ଷରେ ଯଥାପୂର୍ବମ ତଥାପରମ୍ ଭଳି ଶ୍ରେଣୀ ଗୃହରେ ହିଁ ରହୁଛନ୍ତି ଅନ୍ତେବାସୀ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri